ନବରଙ୍ଗପୁର ବିଜେଡି ନେତା, କର୍ମୀ ଭାଜପାରେ ମିଶିଲେ

ଭୁବନେଶ୍ୱର, ୩।୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍‌ ପ୍ରକାଶ ନଡ୍ଡାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ନବରଙ୍ଗପୁର ଜିଲା ବିଜେଡି ସଂଖ୍ୟାଲଘୁ ପ୍ରକୋଷ୍ଠ ସଭାପତି ସୟଦ କାଝାମ ମାଦାନୀ ନିଜ ଶତାଧିକ ସମର୍ଥକଙ୍କୁ ନେଇ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗଦେଇଛନ୍ତି। ରାଜ୍ୟ କାର୍ଯ୍ୟାଳରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ନୂତନ ଭାବେ ଯୋଗଦାନ କରିଥିବା କାଝାମଙ୍କ ସମେତ ସମସ୍ତ ସଦସ୍ୟଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ଭାଜପାକୁ ସ୍ବାଗତ ଜଣାଇଛନ୍ତି ା ଏହି ଅବସରରେ ଉମରକୋଟ ବିଧାୟକ ତଥା ଭାଜପା ରାଜ୍ୟ ଅନୁସୂଚିତ ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ନିତ୍ୟାନନ୍ଦ ଗଣ୍ଡ, ପୂର୍ବତନ ଏମ୍‌ପି ବଳଭଦ୍ର ମାଝି, ଭୃଗୁ ବକ୍ସିପାତ୍ର, ବିଧାୟକ ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଆଇନଶୃଙ୍ଖଳା, ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ସୁବିଧା ସୁଯୋଗ ପାଇବାରୁ ରାଜ୍ୟବାସୀଙ୍କୁ ସରକାର ବଞ୍ଚିତ କରୁଛନ୍ତି। ଆଦିବାସୀ ଓ ପଛୁଆ ଜିଲା ଭାବେ ପରିଗଣିତ ନବରଙ୍ଗପୁରକୁ ଦେଶର ଆକାଂକ୍ଷୀ ଜିଲା ଭାବେ ଗ୍ରହଣକରି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ପ୍ରୟାସ ଜାରି ରହିଛି। ହେଲେ ରାଜ୍ୟରେ ଭ୍ରଷ୍ଟାଚାରୀ ଶାସକ ବିଜେଡି ଯୋଗୁ ଅଞ୍ଚଳର ବିକାଶ କାର୍ଯ୍ୟ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ବିଜେଡି ଗରିବ, ଆଦିବାସୀ, ପଛୁଆ ବର୍ଗଙ୍କ ବିକାଶର ବାଧକ ବୋଲି ନେତାମାନେ ମତ ଦେଇଥିଲେ। ବିକାଶଧାରାରେ ନିଜକୁ ସାମିଲକରି ନୂଆ ଓଡ଼ିଶା ଗଠନ ଲକ୍ଷ୍ୟରେ ଭାଜପାରେ ସାମିଲ ହୋଇଥିବାରୁ ସମସ୍ତ ନୂତନ ସଦସ୍ୟଙ୍କୁ ସଭାପତି ମହାନ୍ତି ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri