ଅନ୍ୟତ୍ର ବିବାହ ପାଇଁ ପ୍ରେମିକାର ତଣ୍ଟି ଚିପି ହତ୍ୟା: ଯୁବତୀ ଶୌଚ ପାଇଁ ଜିତିବା ବେଳେ…

ନବରଙ୍ଗପୁର,୪।୮: ନବରଙ୍ଗପୁର ଜିଲାର କୋଷାଗୁମୁଡ଼ା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କ ବିଭତ୍ସ ହତ୍ୟା ଘଟଣାର ରହସ୍ୟ ଉନ୍ମୋଚନ କରିଛି ପୋଲିସ। ଅତିରିକ୍ତ ଏସ୍‌ପିଙ୍କ ସୂଚନା ଅନୁଯାୟୀ, ଯୁବତୀଙ୍କୁ ତାଙ୍କ ପୁରୁଷ ବନ୍ଧୁ ତଣ୍ଟି ଚିପି ହତ୍ୟା କରିଥିଲେ ଏବଂ ପ୍ରମାଣ ନଷ୍ଟ କରିବା ପାଇଁ ମୃତଦେହକୁ ଘର ନିକଟସ୍ଥ ପଡ଼ିଆରେ ଫିଙ୍ଗି ଦେଇଥିଲେ। ଅଭିଯୁକ୍ତ ଅନ୍ୟତ୍ର ବିବାହ ପାଇଁ ଏହି ନୃଶଂସ ଅପରାଧ କରିଥିବା ପୋଲିସ ଜାଣିବାକୁ ପାଇଛି।

ଘଟଣା ଅନୁଯାୟୀ, ଗତକାଲି ଯୁବତୀ ଜଣକ ଶୌଚ ପାଇଁ ଘର ନିକଟସ୍ଥ ପଡ଼ିଆକୁ ଯାଇଥିବା ବେଳେ ସେ ଫେରି ନଥିଲେ। ପରିବାର ଲୋକେ ଖୋଜାଖୋଜି କରିବା ପରେ ତାଙ୍କ ମୃତଦେହ ପଡ଼ିଆରେ ମିଳିଥିଲା। ପରିବାର ଲୋକେ ଅଭିଯୋଗ କରିଛନ୍ତି ଯେ, ଯୁବତୀଙ୍କୁ ବଳାତ୍କାର ପରେ ବିଷ ପିଆଇ ହତ୍ୟା କରାଯାଇଛି। କୋଷାଗୁମୁଡ଼ା ଥାନା ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଏବଂ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ଅତିରିକ୍ତ ଏସ୍‌ପି କହିଛନ୍ତି, “ଅଭିଯୁକ୍ତ ପୁରୁଷ ବନ୍ଧୁ ଯୁବତୀଙ୍କୁ ତଣ୍ଟି ଚିପି ହତ୍ୟା କରି ମୃତଦେହକୁ ଫିଙ୍ଗି ଦେଇଥିଲେ। ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ।” ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଏହି ହତ୍ୟା ସୁଚିନ୍ତିତ ଢଙ୍ଗରେ କରାଯାଇଛି।

ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆଲୋଡ଼ନ ଓ ଆତଙ୍କ ସୃଷ୍ଟି କରିଛି। ଗ୍ରାମବାସୀ ଓ ଯୁବତୀଙ୍କ ପରିବାର ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଘଟଣାର ଗଭୀର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri