ଶାନ୍ତିପୂର୍ଣ୍ଣ ଭାବେ ନବରଙ୍ଗପୁର ୧୨ ଘଣ୍ଟା ବନ୍ଦ

ନବରଙ୍ଗପୁର/ଝରିଗାଁ/ଚନ୍ଦାହାଣ୍ଡି,୨୦।୪: (ବି.ପ୍ର./ସ୍ବ.ପ୍ର./ଡି.ଏନ୍‌.ଏ.) ସମ୍ବଲପୁର ସାମ୍ପ୍ରଦାୟିକ ଗଣ୍ଡଗୋଳ ଘଟଣା ପ୍ରତିବାଦରେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଏବଂ ଅନ୍ୟ ହିନ୍ଦୁ ସଙ୍ଗଠନ ପକ୍ଷରୁ ବୁଧବାର ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା ଦିଆଯାଇଥିଲା। ଏହି ସମୟରେ ସ୍କୁଲ, କଲେଜ, ସରକାରୀ ବେସରକାରୀ ଅଫିସ, ଦୋକାନ ବଜାର, ଯାନବାହନ ଚଳାଚଳ, ବ୍ୟାଙ୍କ, ଡାକଘର ବନ୍ଦ ରହିଛି। ଗାଡ଼ି ଚଳାଚଳ ବନ୍ଦ ଥିବାରୁ ସାଧାରଣ ଲୋକେ ଯାତାୟାତରେ ଅସୁବିଧା ଭୋଗ କରିଥିଲେ। ନବରଙ୍ଗପୁର ଜିଲା ସଦର,ଉମରକୋଟ ସହର ସମେତ ୧୦ଟି ବ୍ଲକରେ ବନ୍ଦ ଶାନ୍ତିପୂର୍ଣ୍ଣ ହୋଇଛି।
ସହରରେ ଦୋକାନ ବଜାର ସହ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ପିକେଟିଂ କରି ବନ୍ଦ କରାଯାଇଛି। ବନ୍ଦ ପ୍ରଭାବରେ ନବରଙ୍ଗପୁର ସହରର ଚାଉଁରିଆଗୁଡ଼ା ଛକ ନିକଟରେ ଗାଡ଼ିଗୁଡିକ ଅଟକି ରହିଥିଲା। କୋରାପୁଟ-ନବରଙ୍ଗପୁର-କଳାହାଣ୍ଡିକୁ ସଂଯୋଗ କରୁଥିବା ୨୬ ନମ୍ବର ଜାତୀୟ ରାଜପଥରେ ବିଭିନ୍ନ ହିନ୍ଦୁ ସଂଗଠନର କର୍ମକର୍ତ୍ତା ଧାରଣା ଦେଇଥିଲେ। ଜରୁରିକାଳୀନ ସେବା ବ୍ୟତୀତ ସମସ୍ତ ସେବା ବନ୍ଦ କରାଯାଇଛି।
ବସ୍‌ଷ୍ଟାଣ୍ଡ ଛକ ନିକଟରେ ବିଶ୍ବ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ସଭା କରାଯାଇଥିଲା। ଏଥିରେ ବିଭିନ୍ନ ସଙ୍ଗଠନର ସଦସ୍ୟ ଯୋଗଦେଇଥିଲେ। ଚନ୍ଦାହାଣ୍ଡିରେ ବିଶ୍ୱ ହିନ୍ଦୁ ପରିଷଦର ସୁରଜ ଅଗସ୍ତି, ରାଧାରମଣ ପାଢ଼ୀ, ଶ୍ରୀମନ୍ତ ରଥ, ଲିଙ୍ଗରାଜ ଚୌହାନ, ଚନ୍ଦନ ସାହୁ, ହର୍ଷିତ ସାହୁ, ଚନ୍ଦନ ଜଗତ, ଆକାଶ ଜଗତ, ଟିକେଶ୍ୱର ନାୟକ ପ୍ରମୁଖ ବନ୍ଦରେ ସାମିଲ ଥିଲେ। ଚନ୍ଦାହାଣ୍ଡି ଥାନାଧିକାରୀ, ତହସିଲଦାର ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri