ଶାନ୍ତିପୂର୍ଣ୍ଣ ଭାବେ ନବରଙ୍ଗପୁର ୧୨ ଘଣ୍ଟା ବନ୍ଦ

ନବରଙ୍ଗପୁର/ଝରିଗାଁ/ଚନ୍ଦାହାଣ୍ଡି,୨୦।୪: (ବି.ପ୍ର./ସ୍ବ.ପ୍ର./ଡି.ଏନ୍‌.ଏ.) ସମ୍ବଲପୁର ସାମ୍ପ୍ରଦାୟିକ ଗଣ୍ଡଗୋଳ ଘଟଣା ପ୍ରତିବାଦରେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଏବଂ ଅନ୍ୟ ହିନ୍ଦୁ ସଙ୍ଗଠନ ପକ୍ଷରୁ ବୁଧବାର ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା ଦିଆଯାଇଥିଲା। ଏହି ସମୟରେ ସ୍କୁଲ, କଲେଜ, ସରକାରୀ ବେସରକାରୀ ଅଫିସ, ଦୋକାନ ବଜାର, ଯାନବାହନ ଚଳାଚଳ, ବ୍ୟାଙ୍କ, ଡାକଘର ବନ୍ଦ ରହିଛି। ଗାଡ଼ି ଚଳାଚଳ ବନ୍ଦ ଥିବାରୁ ସାଧାରଣ ଲୋକେ ଯାତାୟାତରେ ଅସୁବିଧା ଭୋଗ କରିଥିଲେ। ନବରଙ୍ଗପୁର ଜିଲା ସଦର,ଉମରକୋଟ ସହର ସମେତ ୧୦ଟି ବ୍ଲକରେ ବନ୍ଦ ଶାନ୍ତିପୂର୍ଣ୍ଣ ହୋଇଛି।
ସହରରେ ଦୋକାନ ବଜାର ସହ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ପିକେଟିଂ କରି ବନ୍ଦ କରାଯାଇଛି। ବନ୍ଦ ପ୍ରଭାବରେ ନବରଙ୍ଗପୁର ସହରର ଚାଉଁରିଆଗୁଡ଼ା ଛକ ନିକଟରେ ଗାଡ଼ିଗୁଡିକ ଅଟକି ରହିଥିଲା। କୋରାପୁଟ-ନବରଙ୍ଗପୁର-କଳାହାଣ୍ଡିକୁ ସଂଯୋଗ କରୁଥିବା ୨୬ ନମ୍ବର ଜାତୀୟ ରାଜପଥରେ ବିଭିନ୍ନ ହିନ୍ଦୁ ସଂଗଠନର କର୍ମକର୍ତ୍ତା ଧାରଣା ଦେଇଥିଲେ। ଜରୁରିକାଳୀନ ସେବା ବ୍ୟତୀତ ସମସ୍ତ ସେବା ବନ୍ଦ କରାଯାଇଛି।
ବସ୍‌ଷ୍ଟାଣ୍ଡ ଛକ ନିକଟରେ ବିଶ୍ବ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ସଭା କରାଯାଇଥିଲା। ଏଥିରେ ବିଭିନ୍ନ ସଙ୍ଗଠନର ସଦସ୍ୟ ଯୋଗଦେଇଥିଲେ। ଚନ୍ଦାହାଣ୍ଡିରେ ବିଶ୍ୱ ହିନ୍ଦୁ ପରିଷଦର ସୁରଜ ଅଗସ୍ତି, ରାଧାରମଣ ପାଢ଼ୀ, ଶ୍ରୀମନ୍ତ ରଥ, ଲିଙ୍ଗରାଜ ଚୌହାନ, ଚନ୍ଦନ ସାହୁ, ହର୍ଷିତ ସାହୁ, ଚନ୍ଦନ ଜଗତ, ଆକାଶ ଜଗତ, ଟିକେଶ୍ୱର ନାୟକ ପ୍ରମୁଖ ବନ୍ଦରେ ସାମିଲ ଥିଲେ। ଚନ୍ଦାହାଣ୍ଡି ଥାନାଧିକାରୀ, ତହସିଲଦାର ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?