ନବରଙ୍ଗପୁର ଜିଲାର ୬୯୩ ଗାଁ ବାଲ୍ୟବିବାହ ମୁକ୍ତ

ନବରଙ୍ଗପୁର,୨୩ା୬(ବି.ପ୍ର.): ନବରଙ୍ଗପୁର ଜିଲାରେ ବାଲ୍ୟବିବାହ ରୋକିବା ନିମନ୍ତେ ବୁଧବାର ସ୍ଥାନୀୟ ମିଶନଶକ୍ତି ସଭାଗୃହରେ ସମାଜ କଲ୍ୟାଣ ବିଭାଗ, ଜିଲା ଶିଶୁ ସୁରକ୍ଷା ୟୁନିଟି, ୟୁନିସେଫ୍‌, ଆକ୍ସନଏଡ୍‌ ଓ ବିଭିନ୍ନ ଜାତି ସମାଜର ମୁଖ୍ୟଙ୍କୁ ନେଇ ଜିଲାପାଳ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ହୋଇଯାଇଛି। ଜିଲାରେ ପ୍ରତ୍ୟେକ ଶିଶୁଙ୍କ ସୁରକ୍ଷା ଏବଂ ସେମାନଙ୍କୁ ବାଲ୍ୟ ବିବାହ କରିବାରୁ ରୋକିବା ଦିଗରେ ପ୍ରଶାସନ ପକ୍ଷରୁ ବିଭିନ୍ନ ବିଭାଗ ମାଧ୍ୟମରେ କାର୍ଯ୍ୟକ୍ରମ ଚାଲିଥିବା ଜିଲାପାଳ ଏଠାରେ କହିଛନ୍ତି।
ପ୍ରଶାସନ ଓ ଜାତି ସମାଜର ମୁଖ୍ୟ ମାନଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରଖି ଜିଲାର ସମସ୍ତ ଶିଶୁଙ୍କୁ ସୁରକ୍ଷା ଯୋଗାଇବା ସହ ଜିଲାକୁ ବାଲ୍ୟ ବିବାହ ମୁକ୍ତ କରିବାରେ ଏହି ସମନ୍ବୟ ବୈଠକ ସହାୟକ ହେବ ବୋଲି ସେ କହିଛନ୍ତି। ବାଲ୍ୟ ବିବାହ ଭଳି ସାମାଜିକ ବ୍ୟାଧିକୁ ରୋକିବା ନିମନ୍ତେ ପ୍ରଶାସନ ଓ ଜାତି ସମାଜର ମୁଖ୍ୟଙ୍କ ମିଳିତ ପ୍ରୟାସରେ ଗ୍ରାମାଞ୍ଚଳରେ ଚାଲିଥିବା ସଚେତନତା କାର୍ଯ୍ୟକ୍ରମର ଜିଲାପାଳ ସମୀକ୍ଷା କରିଥିଲେ। ଜିଲା ସମାଜ କଲ୍ୟାଣ ଅଧିକାରୀ ସ୍ବର୍ଣ୍ଣଲତା ବିଶ୍ବାସ ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିବା ସହ ଏକ ଯୋଜନା ମୂଳକ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇ ସଚେତନତା କାର୍ଯ୍ୟକ୍ରମ ଚାଲିଥିବା କହିଥିଲେ। ମାର୍ଚ୍ଚ ସୁଦ୍ଧା ଜିଲାରେ ୧୭୧ ବାଲ୍ୟ ବିବାହ ରୋକାଯିବା ସହିତ ୬୯୩ ଟି ଗ୍ରାମକୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଘୋଷଣା କରାଯାଇଥିବା ସେ ଜଣାଇଥିଲେ। ଏଥିସହ ଜିଲାପାଳଙ୍କ ଅନୁରୋଧ କ୍ରମେ ୨୩ ଟି ଜାତି ସମାଜର ମୁଖ୍ୟ ନିଜ ଜାତିରେ ବୈଠକ କରି ନିଜ ସମାଜରେ ବାଲ୍ୟ ବିବାହ ନ କରିବାକୁ ଘୋଷଣା କରିବା ସହ ଜିଲା ପ୍ରଶାସନକୁ ଲିଖିତ ଭାବରେ ପ୍ରତିଶ୍ରୁତି ଦେଇଥିବା ବୈଠକରେ କୁହାଯାଇଛି। ପରେ ଜିଲାପାଳଙ୍କ ଅନୁରୋଧରେ ଉପସ୍ଥିତ ଥିବା ୨୩ ଟି ଜାତି ସମାଜର ମୁଖ୍ୟ ଜିଲାରେ ବାଲ୍ୟ ବିବାହର କାରଣ ଓ ଏହାର ନିରାକରଣ ନେଇ ନିଜ ସମାଜ ତରଫରୁ କିଭଳି ପଦକ୍ଷେପ ନେବେ ସେ ବିଷୟରେ ଆଲୋଚନା କରିଥିଲେ। ବ୍ଲକ ସ୍ତରରେ ପ୍ରତ୍ୟେକ ମାସରେ ପ୍ରଶାସନ ଓ ଜାତିସମାଜର ମିଳିତ ବୈଠକ କରାଇବା, ସମାଜ ମୁଖିଆ ଓ ପ୍ରଶାସନିକ ଅଧିକାରୀ ମିଳିତ ଭାବେ ଗ୍ରାମ ଗୁଡ଼ିକରେ ସଚେତନତା କାର୍ଯ୍ୟକ୍ରମ କରିବା, କିଶୋରୀ କିଶୋରଙ୍କୁ ପଲିଟେକ୍ନିକ ଶିକ୍ଷା ଓ ଦକ୍ଷତା ବିକାଶ ଶିକ୍ଷାରେ ଯୋଡ଼ିବା ଆଦି କାର୍ଯ୍ୟକ୍ରମ ରେ ସମସ୍ତ ସମାଜର ମୁଖ୍ୟମାନେ କାର୍ଯ୍ୟ କରିବେ ବୋଲି ଜିଲାପାଳଙ୍କୁ ପ୍ରତିଶ୍ରୁତି ଦେଇଥିଲେ।
ମଧ୍ୟରେ ଅତିରିକ୍ତ ଜିଲାପାଳ ଭାସ୍କର ରଇତ, ଡିଆର୍‌ଡିଏ ପିଡି ରତ୍ନାକର ସାହୁ, ଏଏସ୍‌ପି ଜୟକୃଷ୍ଣ ବେହେରା, ଡିଇଓ ପ୍ରଦୀପ କୁମାର ନାଗ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଜିଲା ଶିଶୁମଙ୍ଗଳ ସମିତିର ଅଧ୍ୟକ୍ଷ ଦିବାକର ବାହୁକ, ଡାକ୍ତର ଦିଲୀପ ଚନ୍ଦ୍ର ବେହେରା, ଆକ୍ସନଏଡ୍‌ର ଜିଲା ପରାମର୍ଶଦାତା ଫକିର ଚରଣ ରାଉତ, ବାଲ୍ୟବିବାହ ନିଷେଧ ଅଧିକାରୀ ଏସ୍‌. ଗୀତା, ସୁନିତା ଦେବୀ ତ୍ରିପାଠୀ, ଶୈଳେନ୍ଦ୍ରି ମହାନନ୍ଦ, ଯମୁନା ଭତ୍ରା, ଚାଇଲ୍ଡଲାଇନ୍‌ର ଜିଲା ସଂଯୋଜକ ରବୀନ୍ଦ୍ର ପ୍ରଧାନ, ସୁପରଭାଇଜର, ସଞ୍ଜୁକ୍ତା ବେହେରା, ଗୀତାଞ୍ଜଳି ମିଶ୍ର, କାଞ୍ଚନ ପଣ୍ଡା, ସବିତା ମଲ୍ଲିକ, ସୁଲୋଚନା ପରିଡ଼ା, ଆରୋଣୀ ଶତ୍ରୁଶଲ୍ୟ, ନର୍ମଦା ବିଶୋଇ ପ୍ରମୁଖ ଉପସ୍ଥିତ ଥିଲେ। ସୁପରଭାଇଜର ସସ୍ମିତା ମହାନ୍ତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

୩୩ ଭୂମିହୀନଙ୍କ ମୁହଁରେ ଫୁଟିଲା ହସ, ସମସ୍ତଙ୍କୁ ମିଳିଲା…

ଝରିଗାଁ,୧୨ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ଗୁରୁବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ସୁମନ୍ତ ପାତ୍ରଙ୍କ ସଂଯୋଜନାରେ…

ସମ୍ପର୍କୀୟ ଦେଇଥିଲେ ଖବର, ବେକରେ ଭୁଜାଲି ଲଗାଇ ହାତ ଗୋଡ଼ ବାନ୍ଧି ଲୁଟିଥିଲେ ୭୦ ଲକ୍ଷ; ୭ଜଣ ଡକାୟତଙ୍କୁ ବାନ୍ଧି ବଡ଼ ପର୍ଦ୍ଦାଫାଶ କଲା…  

ଉମରକୋଟ,୩।୩(ସନ୍ତୋଷ ସତପଥୀ): ଉମରକୋଟ ଥାନା ଅଧୀନ କୋଚନିଆମ୍ବା ଗ୍ରାମରେ ଗତ ଫେବୃଆରୀ ୨୨ ଓ ୨୩ ତାରିଖ ମଧ୍ୟରାତ୍ରିରେ ବଡ଼ ଧରଣର ଡକାୟତି ହୋଇଥିଲା। ବେକରେ ଭୁଜାଲି…

୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।…

ଝିଅ ଅନ୍ୟଜାତିରେ ବିବାହ କରିବାରୁ ମଲାପରେ ବାପାଙ୍କୁ ମିଳିଲାନି ଚାରି କାନ୍ଧ, ବଡ଼ ପୁଅ ବି ଆସିଲେନି…

ନବରଙ୍ଗପୁର,୨୫।୨(ସଦାଶିବ ପ୍ରହରାଜ): ଆଜିର ସଭ୍ୟ ସମାଜରେ ଜାତିପ୍ରଥା ଭଳି ପରମ୍ପରା ବଞ୍ଚିରହିଛି । ଜାତିପ୍ରଥା ଯୋଗୁ ଶବକୁ ମିଳିଲାନି ଚାରି କାନ୍ଧ । ଏପରିକି ବଡ଼ ପୁଅ…

ମାରଣାସ୍ତ୍ର ଦେଖାଇ ବ୍ୟାବସାୟୀଙ୍କ ଘରୁ ଲୁଟ୍‌

ପାପଡ଼ାହାଣ୍ଡି,୨୪।୨(ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୈଦଲପୁରର ସଦର ବ୍ୟବସାୟୀ କାଶୀନାଥ ଗୁପ୍ତାଙ୍କ ଘରୁ ବଡ଼ ଧରଣର ଲୁଟ୍‌ ହୋଇଛି। କଳା ମୁଖା ପିନ୍ଧା ଦୁବୃର୍ତ୍ତମାନେ…

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଶୁଭାରମ୍ଭ

ନବରଙ୍ଗପୁର,୧୪।୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଓ ବଳିଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କହିଛନ୍ତି, ଓଡ଼ିଶା ହେଉଛି କଳା…

୧୨ ଘଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri