ସିଧାସଳଖ ବଡ଼ ଘରୋଇ ସଂସ୍ଥାକୁ ମକା ବିକିବେ ନବରଙ୍ଗପୁର ଚାଷୀ

ଭୁବନେଶ୍ୱର, ୫।୧୧ (ବନ୍ଦନା ସେଠୀ): ନବରଙ୍ଗପୁର ଜିଲା ମକା ଚାଷୀ ସେମାନଙ୍କ ଉତ୍ପାଦିତ ମକାକୁ ଉଚିତ ଦରରେ ସିଧାସଳଖ ବଡ଼ ଘରୋଇ ସଂସ୍ଥାକୁ ବିକ୍ରି କରିପାରିବେ। ଏପରିକି ଅମଳ ମକା ସଂଗ୍ରହ, ଷ୍ଟୋରେଜ ଏବଂ ପରିବହନ ଆଦି ଦିଗ ପ୍ରତି ମଧ୍ୟ ଉପଯୁକ୍ତ ଧ୍ୟାନ ଦିଆଯିବ। ଶନିବାର ଭୁବନେଶ୍ୱର ୟୁନିଟ-୮ସ୍ଥିତ ଏସ୍‌ଆଇଆର୍‌ଡି ଏବଂ ପଞ୍ଚାୟତିରାଜ କ୍ୟାମ୍ପସ ପରିସର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ସମ୍ମିଳନୀ କକ୍ଷରେ ଆୟୋଜିତ ମୁଖ୍ୟମନ୍ତ୍ରୀ ମକା ମିଶନ ଅନ୍ତର୍ଗତ କ୍ରେତା-ବିକ୍ରେତା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଓରମାସ ତରଫରୁ ଆନ୍ଧ୍ରପ୍ରଦେଶର ବିଜୟନଗର ବାୟୋଟେକ ଏବଂ ବିହାର ପାଟନାର ଡିହାଟ ସଂସ୍ଥା ସହିତ ଦୁଇଟି ବୁଝାମଣାପତ୍ର ସ୍ବାକ୍ଷର କରାଯାଇଛି। ଓରମାସର ମୁଖ୍ୟ କାର୍ଯ୍ୟର୍ନିବାହୀ ଅଧିକାରୀ ଗୁହା ପୁନମ ତାପସ କୁମାର ଏହି ବୁଝାମଣା ପତ୍ର ସ୍ବାକ୍ଷର କରିଥିଲେ। ଚୁକ୍ତିନାମା ଅନୁଯାୟୀ, ଏହି ଦୁଇଟି ସଂସ୍ଥା ନବରଙ୍ଗପୁର ଜିଲାରେ ଓର୍‌ମାସ ଦ୍ୱାରା ଗଠିତ ତଥା ପରିଚାଳିତ ବିଭିନ୍ନ କୃଷକ ଉତ୍ପାଦକ ସଂଗଠନଗୁଡ଼ିକଠାରୁ ଉଚିତ ଦର ଦେଇ ମକା ସଂଗ୍ରହ କରିବେ। ଏ ଦିଗରେ ଉଭୟ ସଂସ୍ଥା ଏବଂ ଉତ୍ପାଦକ ସଂଗଠନଗୁଡ଼ିକୁ ଓରମାସ ସମସ୍ତ ପ୍ରକାର ସହାୟତା ଦେବ। ରାଜ୍ୟ କ୍ଷେତ୍ରୀୟ ଯୋଜନା ଜରିଆରେ ଓରମାସ ନବରଙ୍ଗପୁର ଜିଲାରେ ମକା ଉତ୍ପାଦନ, ସଂଗ୍ରହ ଏବଂ ବିକ୍ରି ପାଇଁ ମହିଳା ନେତୃତ୍ୱାଧୀନ ୧୪ଟି ଉତ୍ପାଦକ ସଂଗଠନ ପ୍ରତିଷ୍ଠା ଏବଂ ବିକଶିତ କରିବା ସହ ଗୋଟିଏ ମିଳିତ କୃଷକ ଉତ୍ପାଦକ ସଂଗଠନ ଗଠନ କରିଛି। ସେଥିମଧ୍ୟରୁ ୧୨ଟି କୃଷକ ଉତ୍ପାଦକ ସଂଗଠନ ପଞ୍ଜୀକୃତ ହୋଇସାରିଥିବାବେଳେ ୭ଟି ଏଗ୍ରିମଲ୍‌ ଓ ଗୋଟିଏ ଉତ୍ପାଦକ ଉଦ୍ୟୋଗ ପ୍ରତିଷ୍ଠା କରାଯାଇଛି।
କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନି ଯୋଗଦେଇ, କ୍ରମାଗତ ଦକ୍ଷତା ବୃଦ୍ଧି, ଆବଶ୍ୟକ ସହାୟତା ପ୍ରଦାନ, ମକା ସଂଗ୍ରହ ଆଦି କାର୍ଯ୍ୟଗୁଡିକୁ ଓର୍‌ମାସ ଦ୍ୱାରା ନିୟମିତ ତଦାରଖ କରାଯାଉଥିବା କହିଥିଲେ। ନବରଙ୍ଗପୁର ଜିଲାପାଳ କମଳ ଲୋଚନ ମିଶ୍ର, ବିଭିନ୍ନ ପ୍ରତିଷ୍ଠିତ ଘରୋଇ ସଂସ୍ଥା, ଆଇସିଏଆର୍‌ ଅଧୀନସ୍ଥ ଭାରତୀୟ ମକା ଗବେଷଣା ପ୍ରତିଷ୍ଠାନର ବରିଷ୍ଠ ବୈଜ୍ଞାନିକ ଡ. ଶଙ୍କର ଲାଲ ଜାଠ, ନବରଙ୍ଗପୁର ଜିଲାର ୧୪ଟି କୃଷକ ଉତ୍ପାଦକ ସଂଗଠନର ବୋର୍ଡ ଅଫ୍‌ ଡାଇରେକ୍ଟର୍ସ ସଦସ୍ୟା ଏବଂ ଓରମାସ୍‌ର ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri