ନବରଙ୍ଗପୁର ସବୁବେଳେ ମୋ’ ଫୋକସ୍‌ରେ ଅଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନବରଙ୍ଗପୁର ଜିଲା ପାଇଁ ୨ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଭିତ୍ତି ରଖିଛନ୍ତି।

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧୀନରେ ୧୧ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ୧୨୭୨ କୋଟି ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେ ଏହା ଦ୍ୱାରା ନନ୍ଦାହାଣ୍ଡି, ନବରଙ୍ଗପୁର ଓ ତେନ୍ତୁଳିଖୁଣ୍ଟି ବ୍ଲକର ପ୍ରାୟ ୧୨୦ଟି ଗାଁର ୫୦ ହଜାର ହେକ୍ଟର ଚାଷଜମିକୁ ପାଣି ମିଳିପାରିବ। ସେହିପରି ତୁରୀ-ଗୁନ୍ତାତ୍‌ ଜଳସେଚନ ପ୍ରକଳ୍ପର ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି। ଏହି ପ୍ରକଳ୍ପରେ ୨ଟି ବ୍ୟାରେଜ ନିର୍ମାଣ କରାଯିବ। ଏଥିପାଇଁ ୫୭୭ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଏହା ଦ୍ୱାରା ନବରଙ୍ଗପୁର ଓ କୋଷାଗୁମୁଡା ବ୍ଲକର ୪୦ଟି ଗ୍ରାମର ୨୦ ହଜାର ଏକର ଚାଷଜମିକୁ ପାଣି ମିଳିପାରିବ।

ଭିଡିଓ କନ୍‌ଫରେନ୍ସିଂ ଜରିଆରେ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ନବରଙ୍ଗପୁର ଜିଲା ପାଇଁ ମୋର ସ୍ବତନ୍ତ୍ର ଧ୍ୟାନ ରହିଛି। ମାର୍ଚ୍ଚରେ ମୋ ନିର୍ଦ୍ଦେଶରେ ୫-ଟି ଅଧ୍ୟକ୍ଷ ନବରଙ୍ଗପୁର ଯାଇଥିଲେ। ଆପଣମାନଙ୍କ ସହିତ ମିଶିଥିଲେ। ବିଭିନ୍ନ ବିକାଶ କାମ ବୁଲି ଦେଖିଥିଲେ। ଆପଣମାନଙ୍କ ଯାହା ସବୁ ପ୍ରସ୍ତାବ ଅଛି, ସବୁ ଆମେ କାର୍ଯ୍ୟକାରୀ କରିବୁ। ଆଗାମୀ କିଛି ବର୍ଷ ମଧ୍ୟରେ ନବରଙ୍ଗପୁରର ଭିତ୍ତିଭୂମି କ୍ଷେତ୍ରରେ ବହୁତ ବଡ଼ ରୂପାନ୍ତର ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri