ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ ମହୋତ୍ସବ ଭାବେ ଉଭା ହୋଇଥିବା ଏହି ମହୋତ୍ସବ ପାଇଁ ଜିଲା ତଥା ଜିଲା ବାହାରୁ ଲୋକେ ଅପେକ୍ଷା କରି ରହିଛନ୍ତି। ଚଳିତ ବର୍ଷ ଏହି ମହୋତ୍ସବ ନିଆରା ଢଙ୍ଗରେ ପାଳିତ ହେବ। ବିଡ଼ିଓ ତଘା ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ପ୍ରୀତିରଞ୍ଜନ ରଥ ଏହି ମହୋତ୍ସବକୁ ଲୋକାଭିମୁଖୀ କରିବା ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଏହି ମହୋତ୍ସବରେ ରାଜ୍ୟର ଅନେକ ମନ୍ତ୍ରୀ, ବିଧାୟକ, ପୂର୍ବତନ ଉପବାଚସ୍ପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିଧାନ ସଭାର ବାଚସ୍ପତି ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦାନ କରିବା କାର୍ଯ୍ୟକ୍ରମ ରହିଛି। ଏହି କ୍ରମରେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ ମଧ୍ୟ ଅତିଥିଭାବେ ଯୋଗଦାନ କରିବାକୁ ସହମତି ପ୍ରକାଶ କରିଛନ୍ତି।
ଶନିବାର ନବରଙ୍ଗପୁର ବିଧାୟକଙ୍କୁ ବିଡିିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱରେ କମିଟିର ଅନ୍ୟ ସଦସ୍ୟ ତଥା ଆଇନଜୀବୀ ହରେନ କୁମାର ସାହୁ, ବଣିକ ସଙ୍ଘର ଉପସଭାପତି ଦିଲୀପ କୁମାର ସାହୁ, ଭାଜପା ମଣ୍ଡଳର ସାଧାରଣ ସମ୍ପାଦକ ରୁଦ୍ରମାଧବ ସାହୁ, ଉପସଭାପତି ସୁବାଷ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହି ନିମନ୍ତ୍ରଣ ପ୍ରଦାନ କରାଯାଇଥିଲା। ଏଥିରେ ବିଧାୟକ ମହୋତ୍ସବରେ ଯୋଗଦେବାକୁ ସହମତି ପ୍ରକାଶ କରିଥିବା ଜଣାପଡିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri