ମଙ୍ଗଳବାରରୁ ୨ ଦିନ ନବରଙ୍ଗପୁର ଶଟ୍‌ଡାଉନ୍‌

ନବରଙ୍ଗପୁର,୨୦।୭(ବି.ପ୍ର.): ନବରଙ୍ଗପୁର ଜିଲାକୁ ମଙ୍ଗଳବାରଠାରୁ ୨ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସୋମବାର ଜିଲାପାଳ ଡ. ଅଜିତ କୁମାର ମିଶ୍ର ଏପରି ନିଷ୍ପତ୍ତି ନେଇଛନ୍ତି । ମଙ୍ଗଳବାର ସକାଳ ୫ଟାରୁ ବୁଧବାର ମଧ୍ୟରାତ୍ରି ପର୍ଯ୍ୟନ୍ତ ଶଟଡାଉନ ରହିବ। ଏହି ସମୟରେ ଅତ୍ୟାବଶ୍ୟକ ଜିନିଷ ଦୋକାନ ଖୋଲାରଖିବାକୁ ନିର୍ଦ୍ଦେଶ ଥିବା ବେଳେ ସକାଳ ୬ରୁ ଦିନ ୧ଟା ପର୍ଯ୍ୟନ୍ତ ପନିପରିବା, ତେଜରାତି ଓ କ୍ଷୀର ଦୋକାନ ଖୋଲା ରହିବ।
ଅନ୍ୟପଟେ ଯିଏ ଏହି ନିୟମକୁ ଉଲ୍ଲଂଘନ କରିବ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ୨ ଦିନ ମଧ୍ୟରେ ସଂକ୍ରମଣ ରୋକିବାକୁ ଚେଷ୍ଟା କରାଯିବା ସହ କଣ୍ଟାକ୍ଟ ଟ୍ରେସିଂ କରାଯିବ ବୋଲି ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ଜିଲାରେ ସର୍ବମୋଟ ୧୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ

ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଘରୋଇ ବସ୍‌ର ଦାଦାଗିରି: ହାଇଦ୍ରାବାଦରୁ ଟିକେଟ୍ କାଟିଥିବା ଯାତ୍ରୀଙ୍କୁ ଅଧା ରାସ୍ତାରେ ଓହ୍ଲାଇଦେଲେ,ଆମପାଣିରେ…

କୋକସରା,୨୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଘରୋଇ ବସ୍ କର୍ମଚାରୀଙ୍କ ଦବଙ୍ଗଗିରି। ପୂରା ରାସ୍ତାର ଟିକେଟ୍ କାଟି ଅଧା ବାଟରେ ଯାତ୍ରୀଙ୍କୁ ଓହ୍ଲାଇ ଦେବା ଭଳି ଅଭାବନୀୟ ଦୃଶ୍ୟ ଗୁରୁବାର…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri