ବ୍ରିଜ୍‌ ପ୍ରକଳ୍ପ ପାଇଁ ନାବାର୍ଡର ୩୦୩ କୋଟି

ଭୁବନେଶ୍ୱର,୭ା୧୦:  ରାଜ୍ୟ ମଧ୍ୟରେ ୨୪ ବ୍ରିଜ୍‌ ନିର୍ମାଣ ଲାଗି ଜାତୀୟ କୃଷି ଏବଂ ଗ୍ରାମୀଣ ବିକାଶ ବ୍ୟାଙ୍କ(ନାବାର୍ଡ) ୩୦୩ କୋଟି ଟଙ୍କାର ଋଣ ସହାୟତା ଯୋଗାଇ ଦେଇଛି। ବ୍ୟାଙ୍କ ଏହାର ଗ୍ରାମୀଣ ଭିତ୍ତିଭୂମି ଉନ୍ନତୀକରଣ ପାଣ୍ଠି(ଆର୍‌ଆଇଡିଏଫ୍‌) ଅନ୍ତର୍ଗତ ଏଭଳି ପଦକ୍ଷେପ ଗ୍ରହଣ କରିଛି। ମୋଟ ୧୩ ଜିଲାରେ ଏହି ପ୍ରକଳ୍ପଗୁଡିକୁ ରାଜ୍ୟ ସରକାରଙ୍କ ଓ୍ବାର୍କସ ଏବଂ ରୁରାଲ ଡେଭଲପମେଣ୍ଟ ବିଭାଗ କାର୍ଯ୍ୟାନ୍ବୟନ କରୁଛି। ପ୍ରକଳ୍ପଗୁଡିକ ୪୩୩୭.୧୫ ମିଟର ବିଶିଷ୍ଟ ହୋଇଥିବା ବେଳେ ୮୨୩ ଗ୍ରାମର ୨୪.୧୩ ଲକ୍ଷ ଲୋକଙ୍କୁ ଯୋଗାଯୋଗ ସୁବିଧା ପ୍ରଦାନ କରିବାରେ ସହାୟକ ହେବ। ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତାବିତ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡିକ ଲାଗି ବ୍ୟାଙ୍କ ଏଭଳି ସହାୟତା ଦେଉଥିବା ଜଣାପଡିଛି। ଏହି ପ୍ରକଳ୍ପଗୁଡିକ ରାଜପଥ, ବ୍ରିଜ୍‌ ନିର୍ମାଣ, ଜଳସେଚନ ଏବଂ ପାନୀୟ ଜଳ ଯୋଗାଣ ଭଳି କ୍ଷେତ୍ର ସହ ଜଡିତ। ବର୍ତ୍ତମାନର ସହାୟତା ସହ ଆର୍‌ଆଇଡିଏଫ୍‌ରେ ନାବାର୍ଡ ଅଦ୍ୟାବଧି ୧୭୯୬ କୋଟି ଟଙ୍କା ଯୋଗାଇ ଦେଇଛି। ଓଡ଼ିଶାର ଗ୍ରାମୀଣ ଅର୍ଥ ବ୍ୟବସ୍ଥା ଏବଂ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିବାରେ ଏଭଳି ଭିତ୍ତିଭୂମି ପ୍ରକଳ୍ପ ବିଶେଷ ଭାବେ ସହାୟକ ହେବ ବୋଲି ନାବାର୍ଡ ସିଜିଏମ୍‌ ସି.ଉଦୟଭାସ୍କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri