Posted inରାଜ୍ୟ

”ନବୀନ ବାବୁ ଆଉ ଆସିବାର ନାହିଁ”: ଅମିତ ଶାହା

ସୋରଡ଼ା,୧୫ା୫: ବୁଧବାର ଓଡିଶା ଗସ୍ତରେ ଆସି ବିଜୁ ଜନତା ଦଳ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି କେନ୍ଦ୍ର ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଓଡ଼ିଶାରେ ଚାଷୀ ବିକ୍ରି କରୁଥିବା ଧାନର ଦରଠାରୁ ଆରମ୍ଭ କରି କେନ୍ଦ୍ର ସରକାର ଦେଉଥିବା ଚାଉଳ ଏବଂ ଶ୍ରୀମନ୍ଦିର ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିଛନ୍ତି।

ଶାହା ସୋରଡ଼ାରେ ଅନୁଷ୍ଠିତ ସମାବେଶରେ ଉଦବୋଧନ ଦେଇ କର୍ମୀ ମାନଙ୍କ ମଧ୍ୟରେ ଜୋସ ଭରିଥିଲେ। ସେ କହିଥିଲେ ”ଆଉ ନବୀନ ବାବୁ ଆସିବାର ନାହିଁ, ଓଡ଼ିଶା ଲୋକ ନବୀନଙ୍କୁ ଟାଟା, ବାଏ ବାଏ କହିଲେଣି। ଓଡ଼ିଶାରେ ଏବେ ଭାଜପା ସରକାର ଗଠନ ହେବାକୁ ଯାଉଛି। ଶାଗମାଛ ଦରରେ ଧାନ ବିକୁଥିବାରୁ ଓଡ଼ିଶା ଚାଷୀଙ୍କ ଆୟ ବଢୁନି, ଛତିଶଗଡ଼ ଭଳି ଓଡ଼ିଶାରେ ୩୧ଶହ ଟଙ୍କାରେ ଧାନ କିଣାଯିବ।

ସେହିଭଳି ନବୀନ ସରକାର ଶ୍ରୀକ୍ଷେତ୍ରକୁ ପର୍ଯ୍ୟଟନ ସ୍ଥଳ ବନାଇବାକୁ ଲାଗିଛନ୍ତି। ଶ୍ରୀମନ୍ଦିର ୪ ଦ୍ବାର ଖୋଲୁନାହାନ୍ତି, ଶ୍ରଦ୍ଧାଳୁ ହଇରାଣ ହେଉଛନ୍ତି, ଓଡ଼ିଶାରେ ଭାଜପା ସରକାର ଆସିବା କ୍ଷଣି ଶ୍ରୀମନ୍ଦିର ୪ ଦ୍ବାର ଖୋଲାଯିବ। ଏହା ସହିତ ସେ ପ୍ରଶ୍ନ କରିଛନ୍ତି ଯେ, ରତ୍ନଭଣ୍ଡାର ଅରିଜିନାଲ ଚାବି କୁଆଡ଼େ ଗଲା, ଡୁପ୍ଲିକେଟ ଚାବି କିଏ ତିଆରି କଲା ? ଡୁପ୍ଲିକେଟ ଚାବିରେ ରତ୍ନଭଣ୍ଡାର ଖୋଲା ଯାଇଛି କି ନାହିଁ ? ତେବେ ରତ୍ନଭଣ୍ଡାର କମିଶନ ରିପୋର୍ଟ ବିଜେପି ଆସିଲେ ୬ ଦିନରେ ସାର୍ବଜନୀନ ହେବ।

ଏହା ସହିତ ସେ କହିଛନ୍ତି ‘ନବୀନ ଆୟୁଷ୍ମାନ ଭାରତ ଲାଗୁ କରୁନାହାନ୍ତି, ନବୀନ ଭାବୁଛନ୍ତି ଏହାକୁ ଲାଗୁ କଲେ ତାଙ୍କ ଲୋକପ୍ରିୟତା କମିବ। ତେବେ ଜୁନ୍‌ ୪ରେ ନବୀନ ବାବୁ ଯାଉଛନ୍ତି, ବିଜେପି ସରକାର ଆସୁଛି। ନବୀନ ବାବୁ ଓଡ଼ିଶାକୁ ୫୦ ବର୍ଷ ପଛକୁ ନେଇ ଯାଇଛନ୍ତି। ଓଡ଼ିଶାରେ ଚାଷୀଙ୍କ ଆୟ, ସାରା ଦେଶରେ ସର୍ବନିମ୍ନ।

ସେହିଭଳି ଚାଉଳ ପ୍ରସଙ୍ଗକୁ ନେଇ ସେ କହିଛନ୍ତି ମୋଦି ଗରିବଙ୍କୁ ଚାଉଳ ଦେଉଛନ୍ତି, ନବୀନ ସେଥିରେ ନିଜ ଫଟୋ ଛାପୁଛନ୍ତି। ନିଜ ଫଟୋ ଛାପି ନିଜେ ଚାଉଳ ଦେଉଥିବା କହୁଛନ୍ତି ନବୀନ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri