ପୁଣି ବିଜେଡି ମଙ୍ଗ ନବୀନଙ୍କ ହାତରେ: ନବମ ଥର ପାଇଁ ହେଲେ ସଭାପତି 

ଭୁବନେଶ୍ୱର, ୧୯।୪: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନିଦର୍‌ବନ୍ଦ୍ବରେ ସଭାପତି ନିର୍ବାଚିତ ହେଲେ ନବୀନ । ବିଜେଡି ସାଂଗଠନିକ ନିର୍ବାଚନରେ ନବୀନ ନିର୍ବାଚିତ ହୋଇଛନ୍ତି।
ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକଙ୍କ ନାମ ଶନିବାର ବିଧିବଦ୍ଧ ଭାବେ ଘୋଷଣା ହୋଇଛି। କାରଣ ଦଳରୁ ନବୀନଙ୍କ ବ୍ୟତୀତ ଆଉ କେହି ଏହିି ପଦ ଲାଗି ନାମାଙ୍କନପତ୍ର ଦାଖଲ କରି ନ ଥିଲେ। ପୂର୍ବରୁ ମଧ୍ୟ ୧୯ରେ ନବୀନ ସଭାପତି ଭାବେ ୯ମ ଥର ଲାଗି ଦାୟିତ୍ୱ ନେବେ ବୋଲି ଦଳ ଭିତରେ ଚର୍ଚ୍ଚା ହେଉଥିଲା। ଅନ୍ୟପଟେ ଦଳର ରାଜ୍ୟ ପରିଷଦ ବୈଠକ ଶଙ୍ଖ ଭବନଠାରେ ଶନିବାର ଅନୁଷ୍ଠିତ ହୋଇଛି। ଏଥିରେ ଦଳର ବହୁ ବରିଷ୍ଠ ନେତାମାନେ ଯୋଗଦେଇଥିଲେ।
ତେବେ ଆଗକୁ ଦଳର ରଣନୀତି କ’ଣ ହେବ ଏବଂ ଦଳର କେଉଁ ସବୁ ସଙ୍ଗଠନର ଦାୟିତ୍ୱ କେଉଁମାନଙ୍କୁ ବଣ୍ଟାଯିବ ସେସବୁ ବିଷୟରେ ଆଲୋଚନା ହୋଇପାରେ। ଅନ୍ୟପଟେ ଦଳରେ ବହୁ ବରିଷ୍ଠ ନେତାମାନେ କିଛିଦିନ ହେବ ସିଧାସଳଖ ନବୀନଙ୍କୁ ବିଭିନ୍ନ କଥାରେ ଚ୍ୟାଲେଞ୍ଜ କରିବାରେ ଲାଗିଛନ୍ତି। ଯାହାକୁ ନେଇ ଦଳ ଭିତରେ ଏକ ଭିନ୍ନ ପ୍ରକାର ପରିସ୍ଥିତି ସୃଷ୍ଟି ହୋଇଛି। ତେଣୁ ଦଳ ସାଙ୍ଗଠନିକ ନିର୍ବାଚନ ଏବଂ କାହାକୁ କେଉଁ ଦାୟିତ୍ୱ ଦେବ ସେସବୁ ସ୍ଥିର କରିବା ଦିଗରେ ଦଳୀୟ ମୁଖିଆଙ୍କ ଚିନ୍ତା ବଢ଼ିଯାଇଛି। ତେବେ ନବୀନ ସଭାପତି ଦାୟିତ୍ୱ ନେବା ପରେ ରାଜ୍ୟ ପରିଷଦ ବୈଠକରେ କେଉଁସବୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହେଉଛି ତାହା ଉପରେ ସମସ୍ତଙ୍କ ନଜର ରହିବ।

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri