ରାଜ୍ୟ ସ୍ବାର୍ଥ ପ୍ରସଙ୍ଗକୁ ଜୋରଦାର କରିବାକୁ ନବୀନଙ୍କ ପରାମର୍ଶ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଆସନ୍ତା ୩୧ ତାରିଖରେ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହାର ଅବ୍ୟବହିତ ପୂର୍ବରୁ ବିଜେଡି ରଣନୀତି ପ୍ରସ୍ତୁତ କରିଛି। ରାଜ୍ୟର ସ୍ବାର୍ଥ ସମ୍ବଳିତ ଦାବିକୁ ଦଳ ଦିଲ୍ଲୀରେ ଜୋରଦାର କରିବ। ଶନିବାର ନବୀନ ନିବାସଠାରେ ବିଜେଡି ସଂସଦୀୟ ଦଳ ବୈଠକରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମ୍‌ପିମାନଙ୍କୁ ଏ ନେଇ ଗୁରୁମନ୍ତ୍ର ଦେଇଛନ୍ତି। ପାର୍ଲାମେଣ୍ଟର ଉଭୟ ଗୃହରେ ରାଜ୍ୟ ସ୍ବାର୍ଥ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗଗୁଡ଼ିକୁ ପ୍ରଭାବୀ ଢଙ୍ଗରେ ଉପସ୍ଥାପନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବଳକା ଉଷୁନା ଚାଉଳକୁ ଭାରତୀୟ ଖାଦ୍ୟ ନିଗମ ନେଉନାହିଁ। ଓଡ଼ିଶା ଏ ନେଇ ବାରମ୍ବାର କେନ୍ଦ୍ରର ଦୃଷ୍ଟି ଆକର୍ଷଣ କଲେ ମଧ୍ୟ କେନ୍ଦ୍ର ସରକାର ଏହାକୁ ଗୁରୁତ୍ୱ ଦେଉନାହାନ୍ତି। ଏହି ପ୍ରସଙ୍ଗଠାରୁ ଆରମ୍ଭ କରି ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍‌କୁ ପାସ୍‌ କରିବା ପାଇଁ ବିଜେଡି ଏମ୍‌ପିମାନେ ସ୍ବରକୁ ଆହୁରି ଶାଣିତ କରିବେ। ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସାମିଲ କରିବା ପାଇଁ ନବୀନ ବିଭିନ୍ନ ସମୟରେ ଦାବି କରି ଆସୁଛନ୍ତି। ଏହି ପ୍ରସଙ୍ଗକୁ ମଧ୍ୟ ଆସନ୍ତା ଅଧିବେଶନରେ ଉତ୍‌ଥାପନ କରାଯିବ। ସେହିପରି ୧୬୯ ଜନଜାତିଙ୍କୁ ଜନଜାତି ତାଲିକାଭୁକ୍ତ କରିବା ଦାବି ଜୋରଦାର କରାଯିବ। ରେଲଓ୍ବେରେ ଓଡ଼ିଶାକୁ ନ୍ୟାୟ ମିଳୁ ନ ଥିବାରୁ ପାର୍ଲାମେଣ୍ଟର ଉଭୟ ଗୃହରେ ବିଜେଡି ଏମ୍‌ପିମାନେ ଏହାର ପ୍ରତିବାଦ କରିବେ ବୋଲି ସୂଚନା ମିଳିଛି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନ୍ୟାୟ ଭାବେ ୪ ଲକ୍ଷ ହିତାଧିକାରୀଙ୍କ ନାମ ତାଲିକାରୁ କାଟି ଦେଇଛନ୍ତିି। ଓଡ଼ିଶାର ଆହୁରି ୧୫ ଲକ୍ଷ ଯୋଗ୍ୟ ହିତାଧିକାରୀ ଆବାସ ଯୋଜନାରେ ସାମିଲ ହେବାକୁ ରହିଛନ୍ତିି। ପାର୍ଲାମେଣ୍ଟରେ ବିଜେଡି ଏମ୍‌ପିମାନେ ଏନେଇ କେନ୍ଦ୍ରର ଦୃଷ୍ଟି ଆକର୍ଷଣ କରିବେ। ଜାତୀୟ ରାଜପଥ ଓ ଟେଲିକମ୍‌ ନେଟ୍‌ୱର୍କ କ୍ଷେତ୍ରରେ ଓଡ଼ିଶା ଅବହେଳିତ ହୋଇ ଆସୁଛି। ଏହାଛଡ଼ା ଦୀର୍ଘ ବର୍ଷ ଧରି ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ରାଜ୍ୟ ମାନ୍ୟତା ଦାବିକୁ କେନ୍ଦ୍ର ସରକାର ଅଣଦେଖା କରି ଆସୁଛନ୍ତି। ରାଜ୍ୟକୁ ପର୍ଯ୍ୟାପ୍ତ କେନ୍ଦ୍ରୀୟ ଅନୁଦାନ ମିଳୁନାହିଁ। ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସ୍ଥାନ ପାଉ ନ ଥିବା ଭୂମିଜ ଭାଷାକୁ ସାମିଲ କରିବା ପାଇଁ ହେଉଥିବା ଦାବିକୁ ମଧ୍ୟ କେନ୍ଦ୍ର ସରକାର କର୍ଣ୍ଣପାତ କରୁନାହାନ୍ତି। ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ରାଜ୍ୟ। ବିପର୍ଯ୍ୟୟ ପ୍ରତିରୋଧ ପାଇଁ ସ୍ଥାୟୀ ପ୍ରତିକାର ସକାଶେ ସ୍ବତନ୍ତ୍ର ବ୍ୟୟ ଅନୁଦାନ ଯୋଗାଇଦେବା ଦାବିକୁ ଆସନ୍ତା ଅଧିବେଶନରେ ବିଜେଡି ଏମ୍‌ପିମାନେ ଜୋରସୋରରେ ଉଠାଇବେ ବୋଲି ଜଣାପଡ଼ିଛି।
ବିଭିନ୍ନ ସମୟରେ ଭାଜପା ନେତାମାନେ କରୁଥିବା ଅପପ୍ରଚାରକୁ କିପରି ରୋକାଯିବ ତା’ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଭାଜପାର ଅପପ୍ରଚାର ଯୋଗୁ ରାଜ୍ୟବାସୀଙ୍କ ସ୍ବାର୍ଥ ହାସଲ ହୋଇପାରୁନି। ଗରିବଗୁରୁବା ଲୋକ ପ୍ରଭାବିତ ହେଉଛନ୍ତି। ଏହାକୁ ପ୍ରତିହତ କରିବାକୁ ଦଳୀୟ ଏମ୍‌ପିମାନଙ୍କୁ ନବୀନ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ମାଆ ବଞ୍ଚି ଥାଉ ଥାଉ ଜାଲ ମୃତ୍ୟୁ ପ୍ରମାଣପତ୍ର ବାହାର କରି ସବୁ ହଡ଼ପ କଲେ ପୁଅ, ଏମିତି ଖୋଲିଲା ରାଜ୍‌

କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri