ଏନ୍‌ଏସି ବାସୀ ପିଉଛନ୍ତି ଗୋଳିଆ ପାଣି

ଚମ୍ପୁଆ,୫।୮(ଡି.ଏନ.ଏ)- ଜନସ୍ବାସ୍ୟ ବିଭାଗ ପକ୍ଷରୁ ଚମ୍ପୁଆ ଏନଏସି ବାସୀଙ୍କୁ ଗୋଳିଆ ପାନୀୟ ଜଳ ଯୋଗାଇ ଦିଆଯାଉଥିବାରୁ ଅସନ୍ତୋଷ ଦେଖାଦେଇଛି। ନିୟମିତ ଭାବେ ଏହି ପାନୀୟ ଜଳ ଯୋଗାଇ ଦିଆଯାଉଥିବାରୁ ଏନ୍‌ଏସି ବାସୀଙ୍କ ସ୍ବାସ୍ଥ୍ୟକୁ ନେଇ ବିଭାଗର ଦାୟିତ୍ୱ ପ୍ରତି ପ୍ରଶ୍ନ ଉଠିଛି। ବିଭାଗର ସ୍ବାସ୍ଥ୍ୟକର ପାନୀୟ ଜଳ ଯୋଗାଇ ଦେବାର ପ୍ରତିଶ୍ରୁତି ଏବେ ପାଣିର ଗାର ପାଲଟିଛି। ସୂଚନା ଅନୁସାରେ ଚମ୍ପୁଆ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ଏକ କମ୍ପାନି ପକ୍ଷରୁ ୮୦ ଲକ୍ଷ ଲିଟର କ୍ଷମତା ସମ୍ପନ୍ନ ଏକ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ଶୁଦ୍ଧ ପାନୀୟ ଜଳ ଯୋଗାଇବା ଲକ୍ଷ୍ୟ ନେଇ ଏହା ନିର୍ମାଣ କରାଯାଇଥିବା ବେଳେ ୬ ଲକ୍ଷ ଲିଟର କ୍ଷମତା ସମ୍ପନ୍ନ ଜଳ ସଂରକ୍ଷଣ ବ୍ୟବସ୍ଥା କରାଯାଇଛି। ମାତ୍ର କିଛି ଦିନ ହେବ ଉକ୍ତ ଟାଙ୍କିରୁ ଯୋଗାଇ ଦିଆଯାଉଥିବା ଜଳ ଗୋଳିଆ ଓ ପଟୁ ଆସୁଥିବା ଦେଖିବାକୁ ମିଳୁଛି। ଫଳରେ ସଂଯୋଗ ହୋଇଥିବା ଏନଏସି ବାସୀନ୍ଦାମାନେ କେତେକ ଏହାକୁ ଫୁଟାଇ ବ୍ୟବହାର କରୁଥିବା ବେଳେ କେତେକ ଛାଣି ବ୍ୟବହାର କରୁଛନ୍ତି। ଏସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ କହିଛନ୍ତି ଯେ, ଖରା ଦିନେ ଏଭଳି ସମସ୍ୟା ହେଉ ନ ଥିବା ବେଳେ ବର୍ଷା ଦିନରେ ଏହି ସମସ୍ୟା ହେଉଛି। ନଦୀରେ ଥିବା ଇନଟେକ ୱେଲର ଗ୍ୟାଲେରୀ ଯୋଗୁ ଏହି ପାଣି ଗୋଳିଆ ଆସୁଛି। ଆମ୍ଭେ ତାକୁ ପିଏସି, ବ୍ଲିଚିଙ୍ଗ, ହାଲାମ ଓ ଆଦି ପକାଇ ସଫା କରୁଛୁ। ନିୟମିତ ଏହାକୁ ଫିଲଟରାଇଜ କରାଯାଉଥିଲେ ମଧ୍ୟ ବର୍ଷା ଯୋଗୁ ନଦୀରେ ଆସୁଥିବା ଗୋଳିଆ ପାଣି ପାଇଁ ଏହା ଗୋଳିଆ ହୋଇ ବାହାରୁଛି। ନିକଟ ଭବିଷ୍ୟତରେ ଗୋଧୂଳିଠାରେ ନିର୍ମାଣ କରାଯାଉଥିବା ୪୦ଲକ୍ଷ ଲିଟରର ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ କାଯର୍‌ୟକ୍ଷମ କରାଗଲେ ସ୍ବଚ୍ଛ ପାଣି ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri