ରାସ୍ତାକଡ଼ ମାଛ ଦୋକାନ ହଟାଇଲେ ଏନ୍‌ଏସି କର୍ତ୍ତୃପକ୍ଷ

ବାଲିଗୁଡ଼ା,୨୨ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ବଢ଼ିବାରେ ଲାଗିଛି। ଅଧିକାଂଶ ସମୟରେ ଛୋଟବଡ଼ ଦୁର୍ଘଟଣା ମାନ ଘଟୁଛି। ମୁଖ୍ୟତଃ ବଡ଼ାଗୁଡ଼ା ରାସ୍ତା ବନ୍ଧ ଛକଠାରୁ ଆରମ୍ଭ କରି ଗାନ୍ଧୀ ଛକ ପର୍ଯ୍ୟନ୍ତ ଗହଳି ଲାଗି ରହୁଛି। ରାସ୍ତାର ଦୁଇକଡ଼ରେ ମାଛ, ମାଂସ ଦୋକାନଠାରୁ ଆରମ୍ଭ କରି ପରିବା, ଡ୍ରେସ୍‌ ଓ ଅନ୍ୟାନ୍ୟ ଉଠା ଦୋକାନ ରହିଛି। ସ୍ଥାନୀୟ ପ୍ରଶାସନ ତରଫରୁ ବାରମ୍ବାର ତାଗିଦ ଓ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରିବା ପରେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା। ଏନେଇ ପ୍ରଶାସନ ନିକଟରେ ବିଭିନ୍ନ ମହଲରୁ ବାରମ୍ବାର ଅଭିଯୋଗ କରିବା ପରେ ବର୍ତ୍ତମାନ ବାଲିଗୁଡା ଏନ୍‌ଏସି କର୍ତ୍ତୃପକ୍ଷ ଆକ୍ସନ ମୋଡ୍‌ରେ ଆସିଛନ୍ତି ।

ସୋମବାର ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର ପରେ ଏନ୍‌ଏସି ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇଙ୍କ ସହ ବିଭିନ୍ନ କର୍ମଚାରୀ ଆସି ବୁଡାଗୁଡା ରାସ୍ତା ବନ୍ଧ କଡର ନୂଆସାହି ଛକଠାରେ ମାଛ ଦୋକାନୀ ଓ ଅନ୍ୟମାନଙ୍କୁ ଦୋକାନ ଉଠାଇବାକୁ କହିଥିଲେ। ଏହା ପରେ ଏନଏସି କର୍ତ୍ତୃପକ୍ଷ ଓ ମାଛ ବ୍ୟବସାୟୀଙ୍କ ମଧ୍ୟରେ ପ୍ରବଳ ପାଟିତୁଣ୍ଡ ହୋଇଥିବା ଦେଖିବାକୁ ମିଳିଥିଲା କିନ୍ତୁ ଏନ୍‌ଏସି କର୍ତ୍ତୃପକ୍ଷ ପଛକୁ ହଟି ନ ଥିଲେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମାଛ ଦୋକାନକୁ ହଟାଇଥିଲା।

ଏନ୍‌ଏସି ନିର୍ବାହୀ ଅଧିକାରୀ କହିଛନ୍ତି ଯେ, ଜନଗହଳି ପୂର୍ଣ୍ଣ ଛକ ହୋଇଥିବାରୁ ଏଠାରେ ଗୋଟିଏ ସ୍କୁଲ ରହିଛି ଯାତାୟାତରେ ବାଧା ଉପୁଜିବା ସହ ବାରମ୍ବାର ଦୁର୍ଘଟଣା ହେଉଛି। ଏହା ସହ ଦୁର୍ଗନ୍ଧ ମଧ୍ୟ ହେଉଛି। ମାଛ ବିକ୍ରି ପାଇଁ ଆର୍‌ଏମ୍‌ସିର ବଜାର ରହିଛି। ସେଠାକୁ ନ ଯାଇ ବେଆଇନ ଭାବେ ଏଣେ ତେଣେ ପକାଉଛନ୍ତି। ଏଣୁ ଏ ଦିଗରେ ଆଗକୁ ଆହୁରି ଏକ ବଡ଼ଧରଣର ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଛନ୍ତି। ଏହି ଉଚ୍ଛେଦ କାର୍ଯ୍ୟକ୍ରମରେ ଏନ୍‌ଏସିର କମ୍ବୁପାଣି ପାଣିଗ୍ରାହୀ, ବୀରବର ବେହେରା, ସୁଶାନ୍ତ ପଣ୍ଡା, ପ୍ରବୀଣ ପାତ୍ର, ନରେଶ ନାୟକ, ସୂର୍ଯ୍ୟ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri