ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହାପରେ ଓଡିଶା ମ୍ୟୁନ୍ସିପାଲ ମାନୁଆଲ ଆକ୍ଟ ୮୯ (କ) ଅନୁଯାୟୀ ଶୁକ୍ରବାର କଳାହାଣ୍ଡି ଜିଲାପାଳ ଜୁନାଗଡ଼ ଏନଏସି ଉପାଧ୍ୟକ୍ଷା ହିମାଦ୍ରୀ ନାଏକଙ୍କୁ ସ୍ଥାନୀୟ ଏନଏସିର ଭାରପ୍ରାପ୍ତ ଅଧ୍ୟକ୍ଷ ଭାବେ ଦାୟିତ୍ବ ପ୍ରଦାନ କରିଛନ୍ତି। ନୂତନ ଅଧ୍ୟକ୍ଷ ନିର୍ବାଚିତ ନ ହେବା ଯାଏ ହିମାଦ୍ରୀ ଭାରପ୍ତାପ୍ତ ଅଧ୍ୟକ୍ଷ ଭାବେ ଦାୟିତ୍ବ ତୁଲାଇବେ ବୋଲି ଜଣାପଡିଛି।

ପ୍ରକାଶ ଯେ,ଗତ ଅଗଷ୍ଟ ୨୭ ତାରିଖରେ ଜୁନାଗଡ଼ ଏନଏସି ଅଧ୍ୟକ୍ଷ ଥିବା ମୁକେଶ ଅଗ୍ରୱାଲଙ୍କ ବିପକ୍ଷରେ ଅନାସ୍ଥା ଭୋଟ ଗ୍ରହଣ ହୋଇଥିଲା। ଏଥିରେ ୧୨ ଜଣ କାଉନସିଲରଙ୍କ ମଧ୍ୟରୁ ୧୦ ଜଣ କାଉନସିଲର ଅଧ୍ୟକ୍ଷ ଅଗ୍ରୱାଲଙ୍କ ବିପକ୍ଷରେ ଭୋଟ ଦେଇଥିଲେ । ଜୁନାଗଡ଼ ଏନ୍ଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଭାଜପାର ହୋଇଥିବା ବେଳେ ତାଙ୍କ ବିପକ୍ଷରେ ବିଜେଡି କାଉନସିଲରମାନେ ଭୋଟ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri