ଏନ୍‌ଏସି ଅଧ୍ୟକ୍ଷା ଅନାସ୍ଥା ନିର୍ବାଚନ ବାତିଲ: ପୁଣି ଏହି ଦିନ ହେବ ନିର୍ବାଚନ

ନୟାଗଡ଼/ଖଣ୍ଡପଡ଼ା,୧୮ା୯(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା):ନୟାଗଡ଼ ଜିଲା ଖଣ୍ଡପଡ଼ା ଏନ୍‌ଏସି ଅଧ୍ୟକ୍ଷା ଆରତୀ ପ୍ରଧାନଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ମଙ୍ଗଳବାର ବାତିଲ୍‌ ହୋଇଯାଇଛି। ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ରୋଜିନା ଦାସ ଅନୁପସ୍ଥିତ ରହିବାରୁ ନିର୍ବାଚନ ବନ୍ଦ ରହିଛି। ଭୋଟ ଗ୍ରହଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା।
ଏ ପରିପ୍ରେକ୍ଷୀରେ ନୟାଗଡ଼ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ପକ୍ଷରୁ ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ତେବେ ଅନାସ୍ଥା ଭୋଟ ପରିଚାଳନା ଦାୟିତ୍ୱରେ ଥିବା ନୟାଗଡ଼ ଅତିରିକ୍ତ ଜିଲାପାଳ ଦାସ ସରକାରୀ କାର୍ଯ୍ୟକ୍ରମରେ ନିୟୋଜିତ ରହିଥିବାରୁ ଅନାସ୍ଥା ଭୋଟକୁ ବାତିଲ କରାଗଲା ବୋଲି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିରଞ୍ଜନ କୁମାର ଧଳ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ, ଜିଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକଙ୍କ ସମେତ ବିଜେଡିର ୭ ଜଣ କାଉନସିଲର ଏନ୍‌ଏସି କାର୍ଯ୍ୟାଳୟରେ ଉପସ୍ଥିତ ଥିଲେ।

ଅନାସ୍ଥା ଭୋଟ ବାତିଲ ଘୋଷଣା ପରେ ବିଜେଡି କାଉନସିଲରମାନେ ଏନ୍‌ଏସି ଉପାଧ୍ୟକ୍ଷ ମିହିର କୁମାର ମିଶ୍ରଙ୍କ ନେତୃତ୍ୱରେ ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ କିଛି ସମୟ ପାଇଁ ନାରାବାଜି କରିବା ଯୋଗୁ ଉତ୍ତେଜନା ପ୍ରକାଶ ପାଇଥିଲା। କାର୍ଯ୍ୟାଳୟ ନିକଟରେ ଉପସ୍ଥିତ ଥିବା ପୋଲିସ ଓ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ସମସ୍ତଙ୍କୁ ବୁଝାଶୁଝା କରି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ। ଅପରପକ୍ଷେ ଚଳିତ ମାସ ୨୭ ତାରିଖ ପୂର୍ବାହ୍ନ ୧୧ଟାରେ ଖଣ୍ଡପଡ଼ା ଏନ୍‌ଏସିି କନ୍‌ଫେରେନ୍ସ ହଲରେ ଅନାସ୍ଥା ପ୍ରସ୍ତାବ ପାଇଁ ଭୋଟ ହେବ ବୋଲି ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ନିର୍ଦ୍ଦେଶନାମା ଜାରି କରିଛନ୍ତି।

ସୂଚନାଯୋଗ୍ୟ, ଖଣ୍ଡପଡ଼ା ଏନ୍‌ଏସିର ୧୩ କାଉନସିଲରଙ୍କ ମଧ୍ୟରୁ ୮ଜଣ କାଉନସିଲର ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri