ରାଜ୍ୟର ସର୍ବ ପ୍ରଥମେ ଜାଗାମିଶନ ଯୋଜନାରେ ସଫଳଯୋଗୁଁ କେସିଙ୍ଗା ଏନ.ଏ.ସି ରାଜ୍ୟସ୍ତରରେ ପୁରସ୍କୃତ

କେସିଙ୍ଗା,୩୦।୮(ତୁମେଶ୍ୱର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ଏନ.ଏ.ସିର ୪୪ଟି ଭୂମିହୀନଙ୍କୁ ଜଗାମିଶନ ଯୋଜନାରେ ଜମି ଓ ଗୃହ ରାଜ୍ୟ ସରକାର ପ୍ରଦାନ କରିଥିଲେ। ଏହି ଉପଲକ୍ଷେ ରାଜ୍ୟ ସରକାର କେସିଙ୍ଗା ଏନ.ଏ.ସିକୁ ପ୍ରଥମ ପୁରସ୍କାର ପ୍ରଦାନ କରିଥିବାରୁ ଜିଲା ତଥା ଅଞ୍ଚଳରେ ଆନନ୍ଦ ଓ ଖୁସିର ଲହରୀ ଖେଳିଯାଇଛି। ପ୍ରାୟ ୨୫ହଜାର ଜନବସତି ସହରକୁ ରାଜ୍ୟ ସରକାରଙ୍କ ଜଗାମିଶନ ମିଶନ ଯୋଜନାରେ ସଫଳ ହୋଇଥିବାରୁ ଜନସାଧାରଣଙ୍କ ପାଇଁ ଏକ ଗର୍ବ, ଗୌରବ ଓ ଖୁସି ର ବିଷୟ ହୋଇଛି। ଗତ ଅଗଷ୍ଟ ୨୮ ତାରିଖ ଦିନ ଭୁବନେଶର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଏକ କାର୍ଯ୍ୟକ୍ରମରେ କେସିଙ୍ଗା ଏନ.ଏ.ସି କୁ ରାଜ୍ୟ ସରକାରଙ୍କ ଜାଗା ମିଶନ ଯୋଜନାରେ ୪୪ଟି ଗରିବ ଭୂମିହୀନ ପରିବାରକୁ ଜମି ସହିତ ପକ୍କା ଘର ଯୋଗାଇ ଦେବା ସହିତ ସେମାନଙ୍କୁ ବିକାଶର ମୁଖ୍ୟ ସ୍ରୋତରେ ସାମିଲ କରାଯାଇଛି। ଏହି ଯୋଜନାର ସଫଳ ରୂପାୟନ କରି କେସିଙ୍ଗା ଏନଏସି ଓଡ଼ିଶା ସରକାରଙ୍କ ନଗର ଉନ୍ନୟନ ମନ୍ତ୍ରୀଙ୍କ ଠାରୁ ପୁରସ୍କୃତ ହୋଇଛି। ଏନେଇ ପୁରସ୍କାର ଗ୍ରହଣ କରିଥିଲେ କେସିଙ୍ଗା ନଗର ପାଳ ନୃପ ରାଜ ଯାଦବ, ନିର୍ବାହୀ ଅଧିକାରିଣୀ କିରଣ ବେହେରା। ଏହି କାର୍ଯ୍ୟକ୍ରମରେ ତତ୍କାଳୀନ କଳାହାଣ୍ଡି ଜିଲ୍ଲାପାଳ ଗଭାଲି ପରାଗ ହର୍ଷଦ, ଉପଜିଲ୍ଲପାଳ ବିଶ୍ୱଜିତ ଦାସ, ପୂର୍ବତନ କାର୍ଯ୍ୟ ନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ, ଶତ୍ରୁଘ୍ନ ନାଏକ, ନୃସିଂହ ବେହେରା, ଶିଶିର ବିଶି, ମୋହନ ସାହୁ ତଥା ଉକ୍ତ କାର୍ଯ୍ୟକ୍ରମକୁ ସହଯୋଗ କରିଥିବା ସମସ୍ତ କର୍ମକର୍ତ୍ତା ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ସୂଚନାଯୋଗ୍ୟ, ଜାଗା ମିଶନ ଯୋଜନାରେ ଓଡ଼ିଶାରେ ସର୍ବ ପ୍ରଥମେ କେସିଙ୍ଗା ଏନ ଏ ସି ର ୪୪ ଗୋଟି ଭୂମିହିନ ପରିବାରଙ୍କୁୁ ଜମି ପଟ୍ଟା ଦେଇ ସମସ୍ତ ସୁବିଧା ସହ ଘର ଯୋଗାଇ ଦିଆଯାଇ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri