ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ନାକ୍‌ ଟିମ୍‌

ବାରିପଦା ଅଫିସ,୨୮ା୩: ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଶୈକ୍ଷିକ ଓ ବୌଦ୍ଧିକ ପରିବେଶର ମୂଲ୍ୟାଙ୍କନ ଏବଂ ସ୍ବୀକୃତି ନିମନ୍ତେ ନାକ୍‌ର ଏକ ୫ ଜଣିଆ ଟିମ୍‌ ବିଶ୍ୱବିଦ୍ୟାଳୟକୁ ଆସିଛନ୍ତ। ଏହି ଟିମ୍‌ରେ ଆଗ୍ରାର ଡ.ବି.ଆର୍‌.ଆମ୍ବେଦକର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ. ଅରବିନ୍ଦ କୁମାର ଦୀକ୍ଷିତ (ଅଧ୍ୟକ୍ଷ), ମହାରାଷ୍ଟ୍ରର କେବିସି ନର୍ଥ ମହାରାଷ୍ଟ୍ର ବିଶବିଦ୍ୟାଳୟର ପ୍ରଫେସର ଡ. ରାକେଶ ରାମଟେକେ (ସଦସ୍ୟ ସଂଯୋଜକ), ହରିୟାଣାର ଭଗତ ଫୁଲ ସିଂହ ମହିଳା ବିଶ୍ୱବିଦ୍ୟାଳୟର ଡିନ୍‌ ଡ. ସଙ୍କେତ ଭିଜ, କେରଳର ଶ୍ରୀ ଶଙ୍କରାଚାର୍ଯ୍ୟ ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଫ୍ରାନ୍ସିସ ଏ ପି ଆରକଲ, ଗୁଜୁରାଟ ସୌରାଷ୍ଟ୍ର ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଭରତ ରାମାନୁଜ ପ୍ରମୁଖ ଅଛନ୍ତି। ଟିମ୍‌ର ସଦସ୍ୟମାନେ ପ୍ରଥମେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ସହ ଭାବ ବିନିମୟ କରିଥିଲେ। ପରେ ଆଇକ୍ୟୁଏସି ନିର୍ଦ୍ଦେଶିକା ପ୍ରଫେସର ଏମ. ହିମବିନ୍ଦୁ ବିଶ୍ୱବିଦ୍ୟାଳୟର ନାକ ପ୍ରସ୍ତାବିତ ୭ଟି ମାନଦଣ୍ଡ ଉପରେ ବିଶ୍ୱବିଦ୍ୟାଳୟର କାର୍ଯ୍ୟକଳାପ ସମ୍ପର୍କରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ। ପ୍ରଥମ ଦିନରେ ସଦସ୍ୟଗଣ ବିଶ୍ୱବିଦ୍ୟାଳୟର ଅର୍ଥନୀତି, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ବ୍ୟବସାୟ ପ୍ରଶାସନ, ଲାଇବ୍ରେରୀ ଏବଂ ସୂଚନା ବିଜ୍ଞାନ, ସାମାଜିକ କାର୍ଯ୍ୟ, ଆର୍‌.ଏସ.ଜି.ଆଇ.ଏସ, ଯୋଗ, ସାନ୍ତାଳୀ, ନୃତତ୍ତ୍ୱ ଓ ଜନଜାତି ଶିକ୍ଷା, ଜୈବ ପ୍ରଯୁକ୍ତି, କମ୍ପ୍ୟୁଟର ପ୍ରୟୋଗ, ପ୍ରାଣୀ ବିଜ୍ଞାନ, ଗଣିତ ଓ କମ୍ପ୍ୟୁଟର ବିଜ୍ଞାନ ବିଭାଗ ପରିଦର୍ଶନ କରିଥିଲେ। ଏହା ସହ ଆଲୁମିନି, ଅଭିଭାବକ, ଛାତ୍ରୀଛାତ୍ର ଏବଂ ବିଶବିଦ୍ୟାଳୟ ଅଧିନରେ ଥିବା ସ୍ବୀକୃତିପ୍ରାପ୍ତ କଲେଜ ଅଧ୍ୟକ୍ଷଙ୍କ ସହିତ ଆଲୋଚନା କରିଥିଲେ। ସଦସ୍ୟମାନେ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ପ୍ରମୋଦ କୁମାର ଶତପଥୀ, କୁଳସଚିବ ସହଦେବ ସମାଧିଆ, ପ୍ରାଣୀ ବିଜ୍ଞାନ ବିଭାଗର ପ୍ରଫେସର ହେମନ୍ତ କୁମାର ସାହୁ, ଜୈବ ପ୍ରଯୁକ୍ତି ବିଭାଗର ପ୍ରଫେସର ହୃଦୟନାଥ ଥାଟୋଇ, ମହାବିଦ୍ୟାଳୟ ଉନ୍ନୟନ ପରିଷଦର ନିର୍ଦ୍ଦେଶିକା ପ୍ରଫେସର ସୁସ୍ମିତା କର, ଛାତ୍ର କଲ୍ୟାଣ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ଆଦିତ୍ୟ କୁମାର ପାତ୍ର, ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ଲକ୍ଷ୍ମୀଧର ଗିରି, ବିତ୍ତ ନିୟନ୍ତ୍ରକ ଶୁକଦେବ ତରେଇ ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri