ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ନାକ୍‌ ଟିମ୍‌

ବାରିପଦା ଅଫିସ,୨୮ା୩: ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଶୈକ୍ଷିକ ଓ ବୌଦ୍ଧିକ ପରିବେଶର ମୂଲ୍ୟାଙ୍କନ ଏବଂ ସ୍ବୀକୃତି ନିମନ୍ତେ ନାକ୍‌ର ଏକ ୫ ଜଣିଆ ଟିମ୍‌ ବିଶ୍ୱବିଦ୍ୟାଳୟକୁ ଆସିଛନ୍ତ। ଏହି ଟିମ୍‌ରେ ଆଗ୍ରାର ଡ.ବି.ଆର୍‌.ଆମ୍ବେଦକର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ. ଅରବିନ୍ଦ କୁମାର ଦୀକ୍ଷିତ (ଅଧ୍ୟକ୍ଷ), ମହାରାଷ୍ଟ୍ରର କେବିସି ନର୍ଥ ମହାରାଷ୍ଟ୍ର ବିଶବିଦ୍ୟାଳୟର ପ୍ରଫେସର ଡ. ରାକେଶ ରାମଟେକେ (ସଦସ୍ୟ ସଂଯୋଜକ), ହରିୟାଣାର ଭଗତ ଫୁଲ ସିଂହ ମହିଳା ବିଶ୍ୱବିଦ୍ୟାଳୟର ଡିନ୍‌ ଡ. ସଙ୍କେତ ଭିଜ, କେରଳର ଶ୍ରୀ ଶଙ୍କରାଚାର୍ଯ୍ୟ ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଫ୍ରାନ୍ସିସ ଏ ପି ଆରକଲ, ଗୁଜୁରାଟ ସୌରାଷ୍ଟ୍ର ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଭରତ ରାମାନୁଜ ପ୍ରମୁଖ ଅଛନ୍ତି। ଟିମ୍‌ର ସଦସ୍ୟମାନେ ପ୍ରଥମେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ସହ ଭାବ ବିନିମୟ କରିଥିଲେ। ପରେ ଆଇକ୍ୟୁଏସି ନିର୍ଦ୍ଦେଶିକା ପ୍ରଫେସର ଏମ. ହିମବିନ୍ଦୁ ବିଶ୍ୱବିଦ୍ୟାଳୟର ନାକ ପ୍ରସ୍ତାବିତ ୭ଟି ମାନଦଣ୍ଡ ଉପରେ ବିଶ୍ୱବିଦ୍ୟାଳୟର କାର୍ଯ୍ୟକଳାପ ସମ୍ପର୍କରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ। ପ୍ରଥମ ଦିନରେ ସଦସ୍ୟଗଣ ବିଶ୍ୱବିଦ୍ୟାଳୟର ଅର୍ଥନୀତି, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ବ୍ୟବସାୟ ପ୍ରଶାସନ, ଲାଇବ୍ରେରୀ ଏବଂ ସୂଚନା ବିଜ୍ଞାନ, ସାମାଜିକ କାର୍ଯ୍ୟ, ଆର୍‌.ଏସ.ଜି.ଆଇ.ଏସ, ଯୋଗ, ସାନ୍ତାଳୀ, ନୃତତ୍ତ୍ୱ ଓ ଜନଜାତି ଶିକ୍ଷା, ଜୈବ ପ୍ରଯୁକ୍ତି, କମ୍ପ୍ୟୁଟର ପ୍ରୟୋଗ, ପ୍ରାଣୀ ବିଜ୍ଞାନ, ଗଣିତ ଓ କମ୍ପ୍ୟୁଟର ବିଜ୍ଞାନ ବିଭାଗ ପରିଦର୍ଶନ କରିଥିଲେ। ଏହା ସହ ଆଲୁମିନି, ଅଭିଭାବକ, ଛାତ୍ରୀଛାତ୍ର ଏବଂ ବିଶବିଦ୍ୟାଳୟ ଅଧିନରେ ଥିବା ସ୍ବୀକୃତିପ୍ରାପ୍ତ କଲେଜ ଅଧ୍ୟକ୍ଷଙ୍କ ସହିତ ଆଲୋଚନା କରିଥିଲେ। ସଦସ୍ୟମାନେ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ପ୍ରମୋଦ କୁମାର ଶତପଥୀ, କୁଳସଚିବ ସହଦେବ ସମାଧିଆ, ପ୍ରାଣୀ ବିଜ୍ଞାନ ବିଭାଗର ପ୍ରଫେସର ହେମନ୍ତ କୁମାର ସାହୁ, ଜୈବ ପ୍ରଯୁକ୍ତି ବିଭାଗର ପ୍ରଫେସର ହୃଦୟନାଥ ଥାଟୋଇ, ମହାବିଦ୍ୟାଳୟ ଉନ୍ନୟନ ପରିଷଦର ନିର୍ଦ୍ଦେଶିକା ପ୍ରଫେସର ସୁସ୍ମିତା କର, ଛାତ୍ର କଲ୍ୟାଣ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ଆଦିତ୍ୟ କୁମାର ପାତ୍ର, ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ଲକ୍ଷ୍ମୀଧର ଗିରି, ବିତ୍ତ ନିୟନ୍ତ୍ରକ ଶୁକଦେବ ତରେଇ ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri