ଉତ୍କଳ ବିଶ୍ୱବିଦ୍ୟାଳୟରେ ନାକ୍‌ ଟିମ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ବୁଧବାର ରାଷ୍ଟ୍ରୀୟ ମୂଲ୍ୟାୟନ ଓ ଅନୁମୋଦନ ପରିଷଦ (ନାକ୍‌) ଟିମ୍‌ ପହଞ୍ଚତ୍ଛନ୍ତି। ଦୀର୍ଘ ୫ବର୍ଷ ପରେ ୩ଦିନ ପାଇଁ ଏହି ଟିମ୍‌ ବିଶ୍ୱବିଦ୍ୟାଳୟ ପରିଦର୍ଶନରେ ଆସିଛନ୍ତି। ପ୍ରଥମ ଦିନରେ ବିଶ୍ୱବିଦ୍ୟାଳୟ କନ୍‌ଭୋକେଶନ ହଲ୍‌ରେ ଆୟୋଜିତ ଆଲୋଚନାରେ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ଯୋଗଦେଇ ସେମାନଙ୍କ ଅନୁଭୂତି ଓ ସମସ୍ୟା ସମ୍ପର୍କରେ ମତ ରଖିଥିଲେ। ସେହିପରି ପୁରାତନ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ସହ ମଧ୍ୟ ଏହି ଟିମ୍‌ ଆଲୋଚନା କରିଥିବା ଜଣାପଡ଼ିଛି। ବିଶ୍ୱବିଦ୍ୟାଳୟକୁ ଗ୍ରେଡ୍‌ ଦେବାରେ ଏହି ସମସ୍ତ ମତାମତକୁ ଟିମ୍‌ ବିଚାରକୁ ନେବ। ‘ଏ+’ ମାନ୍ୟତା ପାଇସାରିଥିବା ଏହି ବିଶ୍ୱବିଦ୍ୟାଳୟ ‘ଏ++’ ମାନ୍ୟତା ଦୌଡ଼ରେ ରହିଛି। ଏଥିପାଇଁ ଶ୍ରେଣୀଗୃହଠାରୁ ଆରମ୍ଭ କରି ଉଦ୍ୟାନ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ କରି ନାକ୍‌ ଟିମ୍‌ ଆଗରେ ଉପସ୍ଥାପନ କରାଯାଇଛି। ବର୍ତ୍ତମାନ ବିଶ୍ୱବିଦ୍ୟାଳୟରେ ଡିଜିଟାଲ ପ୍ଲାଟ୍‌ଫର୍ମ ପ୍ରସ୍ତୁତି, କ୍ୟାମ୍ପସକୁ ସ୍ବଚ୍ଛ ଓ ସବୁଜ କରିବା ଦିଗରେ ମଧ୍ୟ ଧ୍ୟାନ ଦିଆଯାଇଛି। ଅନ୍ୟପଟେ ଶିକ୍ଷା, ଗବେଷଣା, ଭିତ୍ତିଭୂମି ବିକାଶ ଓ କ୍ୟାମ୍ପସ ବାତାବରଣ କିପରି ଶୃଙ୍ଖଳିତ ରହିବ, ସେଥିପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଥିବା ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ରହିଛି। ଏ ଅବସରରେ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ଅନ୍ୟପଟେ ନାକ୍‌ ଟିମ୍‌ ପରିଦର୍ଶନ କାଳରେ ବିଶ୍ୱବିଦ୍ୟାଳୟରେ ବିଦ୍ୟୁତ୍‌ କାଟ୍‌ ବିଶ୍ୱବିଦ୍ୟାଳୟର ଖରାପ ଛବି ଚିତ୍ରଣ କରିଛି। ପରିଦର୍ଶନ କାଳରେ ୨୫ରୁ ଊର୍ଦ୍ଧ୍ୱଥର ବିଦ୍ୟୁତ୍‌ କାଟ୍‌ ହୋଇଥିବା ଜଣାପଡ଼ିଛି। ତେବେ ଗୁରୁବାର ଏହି ଟିମ୍‌ ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri