ଭୁବନେଶ୍ୱରରେ ପହଞ୍ଚିଲେ ନଡ୍ଡା, ଦେବେ ମାଷ୍ଟରପ୍ଲାନ!

ଭୁବନେଶ୍ବର, ୨୬।୯: ଭୁବନେଶ୍ବରରେ ପହଞ୍ଚିଛନ୍ତି ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ସଦସ୍ୟତା ଅଭିଯାନରେ ସାମିଲ ହେବେ। ଏହାପରେ ବହୁ ପଦାଧିକାରୀଙ୍କ ସହ ଆଲୋଚନା କରିବେ। ଏଥିସହ ସେ ଓଡ଼ିଶାର ପାର୍ଟି ଅଫିସରେ ଭାଜପାର ମନ୍ତ୍ରୀ, ଏମପି ଓ ବିଧାୟକଙ୍କୁ ଗୁରୁ ମନ୍ତ୍ର ଦେବାର ସୂଚନା ରହିଛି।

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଦଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଦଳର ରାଜ୍ୟ ସାଧାରଣ ସମ୍ପାଦକ ଯତୀନ ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଦସ୍ୟତା କାର୍ଯ୍ୟକର୍ତ୍ତା ଚୟନର ମୂଳ ଆଧାର। ସଙ୍ଗଠନର ମୂଳ କାର୍ଯ୍ୟକର୍ତ୍ତା। ଭାଜପାର ମୂଳ ଆଧାର ସଙ୍ଗଠନ। ସଙ୍ଗଠନର ଶକ୍ତି ସହ ଆମର ବୈଚାରିକ ସ୍ପଷ୍ଟତା ଓ ଗରିବ କଲ୍ୟାଣର ମନ୍ତ୍ର ଆମକୁ ଦେଶ ଓ ରାଜ୍ୟରେ ଲୋକଙ୍କ ବିଶ୍ୱାସଭାଜନ କରିଛି। ଦଳର ସାଙ୍ଗଠନିକ ମହାପର୍ବ ‘ସଦସ୍ୟତା ଅଭିଯାନ-୨୦୨୪’ ଚଳିତ ମାସ ୨ ତାରିଖରୁ ଦେଶବ୍ୟାପୀ ଏବଂ ୩ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇଛି ା ଆମ ସଦସ୍ୟତା ଅଭିଯାନକୁ ସର୍ବବ୍ୟାପୀ ଓ ଗତିଶୀଳ କରିବା ପାଇଁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଗସ୍ତରେ ଆସୁଛନ୍ତି ବୋଲି ଯତୀନ ସୂଚନା ଦେଇଛନ୍ତି।

ନଡ୍ଡା ଏଜି ଛକ ସ୍ଥିତ ବାବା ସାହେବ ଡ.ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ। ଏହାପରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେଇ ଦଳର ସଦସ୍ୟତା ଅଭିଯାନ ସମ୍ପର୍କରେ ଆଲୋଚନା କରିବେ। ଏହି ଅବସରରେ ରାଜ୍ୟର ବିଭିନ୍ନ ଗୋଷ୍ଠୀ, ଅନୁଷ୍ଠାନ ଓ ସଙ୍ଗଠନକୁ ପ୍ରତିନିଧିତ୍ୱ କରୁଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗଦେବେ। ମଧ୍ୟାହ୍ନରେ ନଡ୍ଡା ରାଜ୍ୟ କାର୍ଯ୍ୟାଳୟଠାରେ ମନ୍ତ୍ରୀ, ସାଂସଦ, ବିଧାୟକ ଏବଂ ରାଜ୍ୟ ପଦାଧିକାରୀଙ୍କ ସହ ସଦସ୍ୟତା ଅଭିଯାନ ସମ୍ପର୍କରେ ଆଲୋଚନା କରିବେ ବୋଲି ଯତୀନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri