Posted inଜାତୀୟ

ଘରକୁ ଘର ପ୍ରଚାର ଲାଗି ଭାଜପା ନେତାଙ୍କୁ କହିଲେ ନଡ୍ଡା

ନୂଆଦିଲ୍ଲୀ,୭।୧୨(ପି.ଟି.): ୨୦୨୪ ଲୋକ ସଭା ନିର୍ବାଚନକୁ ଆଖି ଆଗରେ ରଖି ଭାଜପାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଘରକୁ ଘର ଯାଇ ଲୋକଙ୍କ ସହ ଭାବାତ୍ମକ ସମ୍ପର୍କ ରଖିବାକୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ମଙ୍ଗଳବାର ଦଳୀୟ ନେତାମାନଙ୍କୁ ପରାମର୍ଶ ଦେଇଛନ୍ତି। ସାରା ଦେଶର ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ବୈଠକକୁ ସମ୍ବୋଧନ କରି ନଡ୍ଡା କହିଥିଲେ, ସବୁ ରାଜ୍ୟ ଶାଖା ଘରକୁ ଘର ପ୍ରଚାର ଅଭିଯାନ ଆରମ୍ଭ କରିବେ। ଦଳର କିଛି ପ୍ରଚାରପତ୍ର ଲୋକଙ୍କୁ ଧରାଇଦେବାରେ ଏହି ଅଭିଯାନ ସୀମିତ ରହିବା ଉଚିତ ନୁହେଁ। ଦଳୀୟ ନେତାମାନେ ଲୋକଙ୍କ ସହ ସେମାନଙ୍କ ପ୍ରସଙ୍ଗ ଉପରେ ଆଲୋଚନା କରିବେ ଏବଂ ସମସ୍ୟା ବୁଝିବେ। ସମସ୍ୟାର ସମାଧାନ ଦିଗରେ ଲୋକମାନଙ୍କୁ ସହାୟତା କରିବା ଲାଗି ନଡ୍ଡା ପରାମର୍ଶ ଦେଇଛନ୍ତି। ଦୁଇଦିନିଆ ବୈଠକର ଶେଷ ଦିନରେ ତ୍ରିପୁରା, କର୍ନାଟକ, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ ବିଧାନସଭା ନିର୍ବାଚନ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଗୁଜରାଟ ବିଧାନସଭା ନିର୍ବାଚନ ଶେଷ ହେବା ପରେ ଏବେ ଭାଜପା କର୍ନାଟକ ଉପରେ ନଜର ପକାଇଛି। ଆସନ୍ତାବର୍ଷ ଏପ୍ରିଲ-ମେ’ରେ ସେଠାରେ ନିର୍ବାଚନ ହେବାକୁ ଯାଉଛି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କ ବୈଠକକୁ ଉଦ୍‌ଘାଟନ କରି ବିଭିନ୍ନ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ସମେତ ୨୦୨୪ ଲୋକ ସଭା ନିର୍ବାଚନ ପ୍ରସ୍ତୁତି ନେଇ ରଣନୀତି ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri