ଆଜି ଆସୁଛନ୍ତି ନଡ୍ଡା

ଭୁବନେଶ୍ୱର,୨୬।୯(ସୁନିତ୍‌ ମିଶ୍ର):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସକାଳ ୧୦ଟା ୩୦ରେ ନଡ୍ଡା ଭୁବନେଶ୍ୱର ବିମାନବନ୍ଦରଠାରେ ଆସି ପହଞ୍ଚିବେ। ଦଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଦଳର ରାଜ୍ୟ ସାଧାରଣ ସମ୍ପାଦକ ଯତୀନ ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି,ସଦସ୍ୟତା କାର୍ଯ୍ୟକର୍ତ୍ତା ଚୟନର ମୂଳ ଆଧାର। ସଙ୍ଗଠନର ମୂଳ କାର୍ଯ୍ୟକର୍ତ୍ତା। ଭାଜପାର ମୂଳ ଆଧାର ସଙ୍ଗଠନ। ସଙ୍ଗଠନର ଶକ୍ତି ସହ ଆମର ବୈଚାରିକ ସ୍ପଷ୍ଟତା ଓ ଗରିବ କଲ୍ୟାଣର ମନ୍ତ୍ର ଆମକୁ ଦେଶ ଓ ରାଜ୍ୟରେ ଲୋକଙ୍କ ବିଶ୍ୱାସଭାଜନ କରିଛି। ଦଳର ସାଙ୍ଗଠନିକ ମହାପର୍ବ ‘ସଦସ୍ୟତା ଅଭିଯାନ-୨୦୨୪’ ଚଳିତ ମାସ ୨ ତାରିଖରୁ ଦେଶବ୍ୟାପୀ ଏବଂ ୩ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇଛି ା ଆମ ସଦସ୍ୟତା ଅଭିଯାନକୁ ସର୍ବବ୍ୟାପୀ ଓ ଗତିଶୀଳ କରିବା ପାଇଁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଗସ୍ତରେ ଆସୁଛନ୍ତି ବୋଲି ଯତୀନ ସୂଚନା ଦେଇଛନ୍ତି। ନଡ୍ଡା ଏଜି ଛକ ସ୍ଥିତ ବାବା ସାହେବ ଡ.ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ। ଏହାପରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେଇ ଦଳର ସଦସ୍ୟତା ଅଭିଯାନ ସମ୍ପର୍କରେ ଆଲୋଚନା କରିବେ। ଏହି ଅବସରରେ ରାଜ୍ୟର ବିଭିନ୍ନ ଗୋଷ୍ଠୀ, ଅନୁଷ୍ଠାନ ଓ ସଙ୍ଗଠନକୁ ପ୍ରତିନିଧିତ୍ୱ କରୁଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗଦେବେ ା ମଧ୍ୟାହ୍ନରେ ନଡ୍ଡା ରାଜ୍ୟ କାର୍ଯ୍ୟାଳୟଠାରେ ମନ୍ତ୍ରୀ, ସାଂସଦ, ବିଧାୟକ ଏବଂ ରାଜ୍ୟ ପଦାଧିକାରୀଙ୍କ ସହ ସଦସ୍ୟତା ଅଭିଯାନ ସମ୍ପର୍କରେ ଆଲୋଚନା କରିବେ ବୋଲି ଯତୀନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri