Posted inଜାତୀୟ

ବର୍ଷେ ପାଇଁ ନଡ୍ଡାଙ୍କ ହାତରେ କ୍ଷମତା ରହିବା ସମ୍ଭାବନା, ପରେ ଡୋର ଧରିପାରନ୍ତି ଧର୍ମେନ୍ଦ୍ର…

ନୂଆଦିଲ୍ଲୀ, ୨୯।୮ : ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ୨୦୨୪ ଲୋକସଭା ନିର୍ବାଚନ ପର୍ଯ୍ୟନ୍ତ ଦଳର ଦାୟିତ୍ୱ ଗ୍ରହଣ କରିପାରନ୍ତି। ତେବେ ଆନୁଷ୍ଠାନିକ ଭାବେ ଏହା ବିଷୟରେ କିଛି କୁହାଯାଇ ନାହିଁ। ତାଙ୍କର ବର୍ତ୍ତମାନର କାର୍ଯ୍ୟକାଳ ଜାନୁଆରୀ ୨୦୨୩ ରେ ଶେଷ ହେବ। ଏବେ ଚର୍ଚ୍ଚା ହେଉଛି ଦଳ ତାଙ୍କର କାର୍ଯ୍ୟକାଳକୁ ଏକ ବର୍ଷ ବଢ଼ାଇପାରେ। ଅନୁମାନ କରାଯାଉଛି ଯେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପରେ ଏହି ପଦ ଗ୍ରହଣ କରିପାରନ୍ତି।

ଗଣମାଧ୍ୟମ ରିପୋର୍ଟ ସୂତ୍ରରୁ ପ୍ରକାଶ ଯେ ନଡ୍ଡା ୨୦୨୪ ପର୍ଯ୍ୟନ୍ତ ପାର୍ଟି ମୁଖ୍ୟ ଭାବରେ କାର୍ଯ୍ୟ କରିପାରନ୍ତି। ସୂତ୍ରରୁ ପ୍ରକାଶ ଯେ ଏହା ସମ୍ଭାବ୍ୟ କାରଣ ହେଉଛି ନଡ୍ଡା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସମ୍ପର୍କ ଭଲ ଏବଂ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ ତାଙ୍କର କାର୍ଯ୍ୟର ମଧ୍ୟ ଭଲ ହିସାବ ରହିଛି। ବର୍ତ୍ତମାନ ସୁଦ୍ଧା ତାଙ୍କୁ ଦ୍ୱିତୀୟ ଥର ଲାଗି ଅଧ୍ୟକ୍ଷ ପଦରେ ନିଯୁକ୍ତ କରାଯିବ କି ନାହିଁ ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ।

୨୦୧୨ ରେ ସଂଶୋଧନ ପରେ,ଭାଜପାର ସମସ୍ତ ଯୋଗ୍ୟ ସଦସ୍ୟ ଲଗାତାର ଦୁଇ ଥର ଅଧ୍ୟକ୍ଷ ପଦରେ ରହିପାରିବେ ବୋଲି ଦଳର ସମ୍ବିଧାନରେ ସଂଶୋଧନ ହୋଇଥିଲା। ଏହାପୂର୍ବରୁ ଦଳର ଅଧ୍ୟକ୍ଷମାନେ ଗୋଟିଏ କାର୍ଯ୍ୟକାଳ ପାଇଁ ପ୍ରସ୍ତୁତ ହୋଇଥିଲେ। କୁହାଯାଏ ଯେ ତତ୍କାଳୀନ ଦଳର ସଭାପତି ନୀତିନ ଗଡକରୀଙ୍କୁ ଦ୍ୱିତୀୟ ଧର ଦାୟିତ୍ୱ ହସ୍ତାନ୍ତର କରିବାକୁ ଏହି ସଂଶୋଧନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri