ଫେରିଗଲେ ନଡ୍ଡା: ରାଜ୍ୟ ସଭାପତି ଘୋଷଣା ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର, ୧।୩(ସୁନିତ୍‌ ମିଶ୍ର):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଶୁକ୍ରବାର ପ୍ରାୟ ଏକ ଘଣ୍ଟା ଧରି ଦଳର କେତେଜଣ ବରିଷ୍ଠ ନେତାଙ୍କ ସହ ରାଜ୍ୟ ଅତିଥି ଭବନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଦଳର ସାଙ୍ଗଠନିକ ନିର୍ବାଚନୀ ପ୍ରକ୍ରିୟା ଜାରି ରହିଥିବା ବେଳେ ଭାଜପାର ନୂଆ ରାଜ୍ୟ ସଭାପତି କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଛି। ଏଭଳି ସ୍ଥିତିରେ ନଡ୍ଡାଙ୍କ ଓଡ଼ିଶା ଗସ୍ତ ଏହି ଆଲୋଚନାକୁ ଆହୁରି ଖୋରାକ ଯୋଗାଇଛି। ନିକଟରେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓଙ୍କ ସରକାରୀ ବାସଭବନରେ ଭାଜପା କୋର୍‌ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏଥିରେ ଦଳର ରାଜ୍ୟ ସଭାପତି ଚୟନ ନେଇ ଆଲୋଚନା ହୋଇଥିବା ଶୁଣିବାକୁ ମିଳୁଥିଲା। ୨୮ରେ ନଡ୍ଡା ଓଡ଼ିଶା ଗସ୍ତରେ ଆସିଲେ ଏନେଇ ସବୁକିଛି ଚୂଡ଼ାନ୍ତ ହେବ ବୋଲି ଚର୍ଚ୍ଚା ହେଉଥିଲା। ନଡ୍ଡା ତାଙ୍କ ଦୁଇ ଦିନିଆ ଗସ୍ତ କାଳରେ ଦଳୀୟ ନେତାଙ୍କୁ ରାଜ୍ୟ ଅତିଥି ଭବନରେ ଭେଟିବା ବିଷୟ ସେହି କଥାରେ ଏକ ପ୍ରକାର ସତ୍ୟତା ରହିଥିବା କୁହାଯାଉଛି।
ବରିଷ୍ଠ ନେତାଙ୍କ କହିବାନୁଯାୟୀ, ପୂର୍ବରୁ ଦଳର ରାଜ୍ୟ ସଭାପତି ଚୟନ ବିଷୟକୁ ନେଇ ଭାଜପାରେ ଏକାଧିକ ବୈଠକ ଅନୁଷ୍ଠିତ ହୋଇସାରିଛି। ପୁଣିଥରେ ମନମୋହନ ସାମଲଙ୍କୁ ଏହି ପଦରେ ବସାଯିବ ନା ନୂଆ ଚେହେରାଙ୍କୁ ଦାୟିତ୍ୱ ମିଳିବ ଏହା ଉପରେ ନଡ୍ଡା ହିଁ ଚୂଡାନ୍ତ ନିଷ୍ପତ୍ତି ନେବେ। ନଡ୍ଡା ପୁରୀ କାର୍ଯ୍ୟକ୍ରମ ଶେଷ କରିବା ପରେ ସେଠାରୁ ସିଧାସଳଖ ଅପରାହ୍ନ ୫ଟା ସମୟରେ ରାଜ୍ୟ ଅତିଥି ଭବନରେ ପହଞ୍ଚିଥିଲେ। ସେଠାରେ ପ୍ରାୟ ଏକ ଘଣ୍ଟା ସମୟ ରହିଥିଲେ। ଏହାରି ଭିତରେ ତାଙ୍କୁ ରାଜ୍ୟ ପ୍ରଭାରୀ ବିଜୟ ପାଲସିଂ ତୋମାର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଭେଟି ଆଲୋଚନା କରିଥିଲେ। ଏହାପରେ ସେ ୬ଟା ବେଳକୁ ରାଜଭବନ ଯାଇ ରାଜ୍ୟପାଳଙ୍କୁ ସାକ୍ଷାତ କରିଥିଲେ। ସେଠାରେ କିଛି ସମୟ ବିତାଇବା ପରେ ବିମାନବନ୍ଦରରେ ପହଞ୍ଚତ୍ ପ୍ରାୟ ଅଧଘଣ୍ଟା ପାଖାପାଖି ଆଉ କେତେଜଣ ରାଜ୍ୟ ନେତାଙ୍କ ସହ ସେଠାରେ ଆଲୋଚନା କରିଥିଲେ। ତେବେ ନଡ୍ଡା ଦିଲ୍ଲୀରେ ପହଞ୍ଚତ୍ବା ପରେ ରାଜ୍ୟ ସଭାପତିଙ୍କ ନାଁ ଘୋଷଣା ହୋଇପାରେ ବୋଲି ସେ କହିଛନ୍ତି।
ରାଜ୍ୟରେ ଭାଜପା ସରକାର ଆସିବାର ୮ ମାସ ପୂରିଲାଣି। ରାଜ୍ୟରେ ଶାସନ କ୍ଷମତାକୁ ଆସିବା ପରେ ଭାଜପା ରାଜ୍ୟରେ ପ୍ରଥମ ଥର ଲାଗି ନୂଆ ସଭାପତି ଚୟନ କରିବାକୁ ଯାଉଛି। ଶାସକ ଦଳ ହୋଇଥିବାରୁ ଏହି ପଦରେ ଦଳ କାହାକୁ ବସାଇବ ତାକୁ ନେଇ ବହୁ ତର୍ଜମା ଚଳାଇଛି। ତେଣୁ ଏହି ଶୀର୍ଷ ପଦରେ କାହାକୁ ବସାଯିବ ତାକୁ ନେଇ ଦଳର ସବୁସ୍ତରର ନେତାଙ୍କ ମଧ୍ୟରେ ଏକ ପ୍ରକାର ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri