ଫେରିଗଲେ ନଡ୍ଡା: ରାଜ୍ୟ ସଭାପତି ଘୋଷଣା ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର, ୧।୩(ସୁନିତ୍‌ ମିଶ୍ର):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଶୁକ୍ରବାର ପ୍ରାୟ ଏକ ଘଣ୍ଟା ଧରି ଦଳର କେତେଜଣ ବରିଷ୍ଠ ନେତାଙ୍କ ସହ ରାଜ୍ୟ ଅତିଥି ଭବନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଦଳର ସାଙ୍ଗଠନିକ ନିର୍ବାଚନୀ ପ୍ରକ୍ରିୟା ଜାରି ରହିଥିବା ବେଳେ ଭାଜପାର ନୂଆ ରାଜ୍ୟ ସଭାପତି କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଛି। ଏଭଳି ସ୍ଥିତିରେ ନଡ୍ଡାଙ୍କ ଓଡ଼ିଶା ଗସ୍ତ ଏହି ଆଲୋଚନାକୁ ଆହୁରି ଖୋରାକ ଯୋଗାଇଛି। ନିକଟରେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓଙ୍କ ସରକାରୀ ବାସଭବନରେ ଭାଜପା କୋର୍‌ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏଥିରେ ଦଳର ରାଜ୍ୟ ସଭାପତି ଚୟନ ନେଇ ଆଲୋଚନା ହୋଇଥିବା ଶୁଣିବାକୁ ମିଳୁଥିଲା। ୨୮ରେ ନଡ୍ଡା ଓଡ଼ିଶା ଗସ୍ତରେ ଆସିଲେ ଏନେଇ ସବୁକିଛି ଚୂଡ଼ାନ୍ତ ହେବ ବୋଲି ଚର୍ଚ୍ଚା ହେଉଥିଲା। ନଡ୍ଡା ତାଙ୍କ ଦୁଇ ଦିନିଆ ଗସ୍ତ କାଳରେ ଦଳୀୟ ନେତାଙ୍କୁ ରାଜ୍ୟ ଅତିଥି ଭବନରେ ଭେଟିବା ବିଷୟ ସେହି କଥାରେ ଏକ ପ୍ରକାର ସତ୍ୟତା ରହିଥିବା କୁହାଯାଉଛି।
ବରିଷ୍ଠ ନେତାଙ୍କ କହିବାନୁଯାୟୀ, ପୂର୍ବରୁ ଦଳର ରାଜ୍ୟ ସଭାପତି ଚୟନ ବିଷୟକୁ ନେଇ ଭାଜପାରେ ଏକାଧିକ ବୈଠକ ଅନୁଷ୍ଠିତ ହୋଇସାରିଛି। ପୁଣିଥରେ ମନମୋହନ ସାମଲଙ୍କୁ ଏହି ପଦରେ ବସାଯିବ ନା ନୂଆ ଚେହେରାଙ୍କୁ ଦାୟିତ୍ୱ ମିଳିବ ଏହା ଉପରେ ନଡ୍ଡା ହିଁ ଚୂଡାନ୍ତ ନିଷ୍ପତ୍ତି ନେବେ। ନଡ୍ଡା ପୁରୀ କାର୍ଯ୍ୟକ୍ରମ ଶେଷ କରିବା ପରେ ସେଠାରୁ ସିଧାସଳଖ ଅପରାହ୍ନ ୫ଟା ସମୟରେ ରାଜ୍ୟ ଅତିଥି ଭବନରେ ପହଞ୍ଚିଥିଲେ। ସେଠାରେ ପ୍ରାୟ ଏକ ଘଣ୍ଟା ସମୟ ରହିଥିଲେ। ଏହାରି ଭିତରେ ତାଙ୍କୁ ରାଜ୍ୟ ପ୍ରଭାରୀ ବିଜୟ ପାଲସିଂ ତୋମାର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଭେଟି ଆଲୋଚନା କରିଥିଲେ। ଏହାପରେ ସେ ୬ଟା ବେଳକୁ ରାଜଭବନ ଯାଇ ରାଜ୍ୟପାଳଙ୍କୁ ସାକ୍ଷାତ କରିଥିଲେ। ସେଠାରେ କିଛି ସମୟ ବିତାଇବା ପରେ ବିମାନବନ୍ଦରରେ ପହଞ୍ଚତ୍ ପ୍ରାୟ ଅଧଘଣ୍ଟା ପାଖାପାଖି ଆଉ କେତେଜଣ ରାଜ୍ୟ ନେତାଙ୍କ ସହ ସେଠାରେ ଆଲୋଚନା କରିଥିଲେ। ତେବେ ନଡ୍ଡା ଦିଲ୍ଲୀରେ ପହଞ୍ଚତ୍ବା ପରେ ରାଜ୍ୟ ସଭାପତିଙ୍କ ନାଁ ଘୋଷଣା ହୋଇପାରେ ବୋଲି ସେ କହିଛନ୍ତି।
ରାଜ୍ୟରେ ଭାଜପା ସରକାର ଆସିବାର ୮ ମାସ ପୂରିଲାଣି। ରାଜ୍ୟରେ ଶାସନ କ୍ଷମତାକୁ ଆସିବା ପରେ ଭାଜପା ରାଜ୍ୟରେ ପ୍ରଥମ ଥର ଲାଗି ନୂଆ ସଭାପତି ଚୟନ କରିବାକୁ ଯାଉଛି। ଶାସକ ଦଳ ହୋଇଥିବାରୁ ଏହି ପଦରେ ଦଳ କାହାକୁ ବସାଇବ ତାକୁ ନେଇ ବହୁ ତର୍ଜମା ଚଳାଇଛି। ତେଣୁ ଏହି ଶୀର୍ଷ ପଦରେ କାହାକୁ ବସାଯିବ ତାକୁ ନେଇ ଦଳର ସବୁସ୍ତରର ନେତାଙ୍କ ମଧ୍ୟରେ ଏକ ପ୍ରକାର ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri