ନବୀନଙ୍କୁ ଧନ୍ୟବାଦ ଦେଲେ ନଡ୍ଡା

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନିଃସର୍ତ୍ତ ସମର୍ଥନ କରିବା ବିଜେଡିର ରାଜନୈତିକ ସମୀକରଣକୁ ବଦଳାଇ ଦେଇଛି। ଭାଜପା ଓ କଂଗ୍ରେସ ସହ ସମଦୂରତ୍ୱ ରକ୍ଷା କରୁଥିବା ବିଜେଡି ଏନ୍‌ଡିଏ ପ୍ରାର୍ଥୀ ମୁର୍ମୁଙ୍କୁ ସମ୍ପୂର୍ଣ୍ଣ ସମର୍ଥନ କରିଛି। ଓଡ଼ିଶାର ଝିଅଙ୍କୁ ସବୁ ଦଳ ସମର୍ଥନ କରିବାକୁ ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ କରିଛନ୍ତି। କଂଗ୍ରେସ ଏଥିରୁ ମୁହଁ ମୋଡ଼ିଥିଲେ ମଧ୍ୟ ବିଜେଡି ପ୍ରସ୍ତାବକଠାରୁ ଆରମ୍ଭ କରି ସବୁ କ୍ଷେତ୍ରରେ ପୂର୍ଣ୍ଣ ସମର୍ଥନ ଦେଇଛି। ବିଜେଡିର ଏହି ସମର୍ଥନ ଏନ୍‌ଡିଏ ପ୍ରାର୍ଥୀଙ୍କୁ ବିଜୟୀ କରିବାରେ ଏକପ୍ରକାର ସଫଳ ହେବ। ତେବେ ମୁର୍ମୁଙ୍କ ପ୍ରାର୍ଥତ୍ତ୍ୱର ଶ୍ରେୟ ବିଜେଡି ନେବାକୁ ବସିଥିବା ବେଳେ ରାଜ୍ୟ ଭାଜପା ଏହାର ସମସ୍ତ ଶ୍ରେୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଇଛି। ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ପୂର୍ବରୁ ଆଲୋଚନା କରିଥିବା ନବୀନ ଟୁଇଟ୍‌ କରିଥିଲେ। ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ଯେ ଓଡ଼ିଶାର ଆଦିବାସୀ ଝିଅକୁ ରାଷ୍ଟ୍ରପତି ପ୍ରାର୍ଥୀ କରିବାରେ ବିଜେଡିର ପ୍ରମୁଖ ଭୂମିକା ରହିଛି। ରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା ହେବା ମାତ୍ରେ ନବୀନ ଟୁଇଟ୍‌ କରି ତୁରନ୍ତ ସମର୍ଥନ ଘୋଷଣା କରିଥିଲେ। କେବଳ ସେତିକି ନୁହେଁ ଅନ୍ୟ ଦଳର ବିଧାୟକମାନେ ମଧ୍ୟ ମୁର୍ମୁଙ୍କ ପ୍ରାର୍ଥତ୍ତ୍ୱକୁ ସମର୍ଥନ କରିବାକୁ ଆହ୍ବାନ କରିଥିଲେ।
ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ବିଜେଡି ସରକାରର ଦୁଇ କ୍ୟାବିନେଟ ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସାରକା ଉପସ୍ଥିତ ଥିଲେ। ନାମାଙ୍କନ ପରେ ଉଭୟ ମନ୍ତ୍ରୀ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ସାକ୍ଷାତ କରିଥିଲେ। ମୁର୍ମୁଙ୍କ ନାମାଙ୍କନପତ୍ରରେ ପ୍ରସ୍ତାବକ ଭାବେ ଦୁଇ ମନ୍ତ୍ରୀ ସ୍ବାକ୍ଷର କରିବା ଓ ଉପସ୍ଥିତ ରହିବାକୁ ନେଇ ନଡ୍ଡା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେଇଛନ୍ତି।
ଅନ୍ୟପକ୍ଷରେ ନାମାଙ୍କନ ବେଳେ ରାଜ୍ୟ ଭାଜପାର ୧୨ ଜଣ ବିଧାୟକ ଉପସ୍ଥିତ ଥିଲେ। ଏହା ପରେ ଭାଜପା ବିଧାୟକ ଓ ବିଜେଡି ମନ୍ତ୍ରୀମାନଙ୍କ ମଧ୍ୟରେ ଫଟୋ ଉଠା ପ୍ରତିଯୋଗିତା ଆରମ୍ଭ ହୋଇଥିଲା। ଭାଜପା ବିଧାୟକମାନେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜେ. ପି. ନଡ୍ଡା, ରାଷ୍ଟ୍ରପତି ପ୍ରାର୍ଥୀ ମୁର୍ମୁଙ୍କ ସହ ଫଟୋ ଉଠାଇଥିବା ବେଳେ ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ମୁର୍ମୁଙ୍କୁ ସାକ୍ଷାତ କରିଥିଲେ। ଦୁଇ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ମୁର୍ମୁ, ଜେ.ପି. ନଡ୍ଡା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଓ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କ ସହ ଫଟୋ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri