ନବୀନଙ୍କୁ ଧନ୍ୟବାଦ ଦେଲେ ନଡ୍ଡା

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନିଃସର୍ତ୍ତ ସମର୍ଥନ କରିବା ବିଜେଡିର ରାଜନୈତିକ ସମୀକରଣକୁ ବଦଳାଇ ଦେଇଛି। ଭାଜପା ଓ କଂଗ୍ରେସ ସହ ସମଦୂରତ୍ୱ ରକ୍ଷା କରୁଥିବା ବିଜେଡି ଏନ୍‌ଡିଏ ପ୍ରାର୍ଥୀ ମୁର୍ମୁଙ୍କୁ ସମ୍ପୂର୍ଣ୍ଣ ସମର୍ଥନ କରିଛି। ଓଡ଼ିଶାର ଝିଅଙ୍କୁ ସବୁ ଦଳ ସମର୍ଥନ କରିବାକୁ ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ କରିଛନ୍ତି। କଂଗ୍ରେସ ଏଥିରୁ ମୁହଁ ମୋଡ଼ିଥିଲେ ମଧ୍ୟ ବିଜେଡି ପ୍ରସ୍ତାବକଠାରୁ ଆରମ୍ଭ କରି ସବୁ କ୍ଷେତ୍ରରେ ପୂର୍ଣ୍ଣ ସମର୍ଥନ ଦେଇଛି। ବିଜେଡିର ଏହି ସମର୍ଥନ ଏନ୍‌ଡିଏ ପ୍ରାର୍ଥୀଙ୍କୁ ବିଜୟୀ କରିବାରେ ଏକପ୍ରକାର ସଫଳ ହେବ। ତେବେ ମୁର୍ମୁଙ୍କ ପ୍ରାର୍ଥତ୍ତ୍ୱର ଶ୍ରେୟ ବିଜେଡି ନେବାକୁ ବସିଥିବା ବେଳେ ରାଜ୍ୟ ଭାଜପା ଏହାର ସମସ୍ତ ଶ୍ରେୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଇଛି। ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ପୂର୍ବରୁ ଆଲୋଚନା କରିଥିବା ନବୀନ ଟୁଇଟ୍‌ କରିଥିଲେ। ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ଯେ ଓଡ଼ିଶାର ଆଦିବାସୀ ଝିଅକୁ ରାଷ୍ଟ୍ରପତି ପ୍ରାର୍ଥୀ କରିବାରେ ବିଜେଡିର ପ୍ରମୁଖ ଭୂମିକା ରହିଛି। ରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା ହେବା ମାତ୍ରେ ନବୀନ ଟୁଇଟ୍‌ କରି ତୁରନ୍ତ ସମର୍ଥନ ଘୋଷଣା କରିଥିଲେ। କେବଳ ସେତିକି ନୁହେଁ ଅନ୍ୟ ଦଳର ବିଧାୟକମାନେ ମଧ୍ୟ ମୁର୍ମୁଙ୍କ ପ୍ରାର୍ଥତ୍ତ୍ୱକୁ ସମର୍ଥନ କରିବାକୁ ଆହ୍ବାନ କରିଥିଲେ।
ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ବିଜେଡି ସରକାରର ଦୁଇ କ୍ୟାବିନେଟ ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସାରକା ଉପସ୍ଥିତ ଥିଲେ। ନାମାଙ୍କନ ପରେ ଉଭୟ ମନ୍ତ୍ରୀ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ସାକ୍ଷାତ କରିଥିଲେ। ମୁର୍ମୁଙ୍କ ନାମାଙ୍କନପତ୍ରରେ ପ୍ରସ୍ତାବକ ଭାବେ ଦୁଇ ମନ୍ତ୍ରୀ ସ୍ବାକ୍ଷର କରିବା ଓ ଉପସ୍ଥିତ ରହିବାକୁ ନେଇ ନଡ୍ଡା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେଇଛନ୍ତି।
ଅନ୍ୟପକ୍ଷରେ ନାମାଙ୍କନ ବେଳେ ରାଜ୍ୟ ଭାଜପାର ୧୨ ଜଣ ବିଧାୟକ ଉପସ୍ଥିତ ଥିଲେ। ଏହା ପରେ ଭାଜପା ବିଧାୟକ ଓ ବିଜେଡି ମନ୍ତ୍ରୀମାନଙ୍କ ମଧ୍ୟରେ ଫଟୋ ଉଠା ପ୍ରତିଯୋଗିତା ଆରମ୍ଭ ହୋଇଥିଲା। ଭାଜପା ବିଧାୟକମାନେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜେ. ପି. ନଡ୍ଡା, ରାଷ୍ଟ୍ରପତି ପ୍ରାର୍ଥୀ ମୁର୍ମୁଙ୍କ ସହ ଫଟୋ ଉଠାଇଥିବା ବେଳେ ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ମୁର୍ମୁଙ୍କୁ ସାକ୍ଷାତ କରିଥିଲେ। ଦୁଇ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ମୁର୍ମୁ, ଜେ.ପି. ନଡ୍ଡା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଓ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କ ସହ ଫଟୋ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri