୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା: ରାଜ୍ୟର ସାଙ୍ଗଠନିକ ସ୍ଥିତିର କରିବେ ସମୀକ୍ଷା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଆସନ୍ତା ୨୯ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି.ନଡ୍ଡା। ଓଡ଼ିଶାରେ ପହଞ୍ଚିବା ପରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଜନତା ମଇଦାନରେ ୨୫ ହଜାର କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବା ସହ ରାଜ୍ୟରେ ସାଙ୍ଗଠନିକ ସ୍ଥିତି ସମୀକ୍ଷା ସହ କୋର କମିଟି ଆଲୋଚନା କରିବେ। ସେହିପରି ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏପରିକି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶକ କରିବେ ବୋଲି ଜଣାପଡିଛି।