୨୫ ହଜାର କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ନଡ୍ଡା

ଭୁବନେଶ୍ବର,୨୪ା୯(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କ ଓଡ଼ିଶା ଆଗମନ ନେଇ ଦଳୀୟ କାର୍ଯ୍ୟାଳୟ କିଛିଦିନ ହେଲା ଚଳଚଞ୍ଚଳ ହୋଇ ଉଠିଛି। ନଡ୍ଡାଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଦଳର ଏବେ ଘନ ଘନ ବୈଠକ ଅନୁଷ୍ଠିତ ହେଉଛି। ତେବେ ଶୁକ୍ରବାର ଭାଜପା କ୍ଷେତ୍ର ପ୍ରଭାରୀ ସୁନୀଲ ବଂଶଲ ଦ୍ୱିପ୍ରହର ସମୟରେ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ତେବେ ନଡ୍ଡାଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିବାବେଳେ ବଂଶଲ ମଧ୍ୟ ନୂଆକରି କିଛିଦିନ ହେଲା ଦାୟିତ୍ୱ ସମ୍ଭାଳିଛନ୍ତି। ତେଣୁ ରାଷ୍ଟ୍ରୀୟ ସଭାପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ କିପରି ସଫଳ ହେବ ସେନେଇ ଚାଲିଛି ମାନସମନ୍ଥନ। ଓଡ଼ିଶାର ଯେଉଁ ନେତାମାନେ ଯାହାକିଛି ଦାୟିତ୍ୱ ନେଇଛନ୍ତି ସେମାନଙ୍କ ସହ ତନ୍ନତନ୍ନ କରି ବଂଶଲ ଆଲୋଚନା ଚଲାଇଥିବା ଜଣାପଡିଛି।
ତେବେ ନଡ୍ଡା ଓଡ଼ିଶାରେ ପହଞ୍ଚିବାପରେ ୨୯ ତାରିଖରେ ହିଁ ଜନତା ମଇଦାନଠାରେ ୨୫ ହଜାର କାର୍ଯ୍ୟକର୍ତ୍ତାଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେବ। ତେବେ କାର୍ଯ୍ୟକର୍ତ୍ତାମାନେ କିପରି ଆସି ଏଠାରେ ପହଞ୍ଚିବେ ସେନେଇ ପ୍ରସ୍ତୁତି ଚାଲିଛି। ଏହି ସଭାକୁ ଶକ୍ତି କେନ୍ଦ୍ର ବୋଲି କୁହାଯାଉଛି। ସେହି କାର୍ଯ୍ୟକ୍ରମ ଶେଷ କରିବା ପରେ ଦଳୀୟ ବିଧାୟକ ଏବଂ ଏମ୍‌ପିମାନଙ୍କ ସହିତ ସେ ଆଲୋଚନା କରିବେ। ଏହାପରେ ସେହିଦିନ ସାରେ ପୁରୀ ଗସ୍ତରେ ବାହାରିିବେ। ପୁରୀରେ ରାତ୍ରିଯାପନ କରିବା ପରେ ୩୦ ତାରିଖ ସକାଳୁ ଜଗନ୍ନାଥଙ୍କ ଦର୍ଶନ ସାରି ସିଧା ଓଲଟପୁର
ଠାରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବେ। ସେଠାରୁ ଫେରିବା ପରେ କେତେଜଣ କାର୍ଯ୍ୟକର୍ତ୍ତା ଏବଂ ନେତାଙ୍କୁ ନେଇ ଆଉ ଏକ ବୈଠକ କରିବେ। ଏହାପରେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧନ କରିବେ। ଶେଷରେ ଏକ ବୁଥ୍‌କୁ ଯାଇ ଜଣେ କାର୍ଯ୍ୟକର୍ତ୍ତାଙ୍କ ଘରେ ଭୋଜନ କରି ସେହିଦିନ ହିଁ ନଡ୍ଡା ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଛି। ଏହିସବୁ କାର୍ଯ୍ୟକ୍ରମ କିପରି ସଫଳ ହେବ ତାକୁ ନେଇ ବଂଶଲ ଘନ ଘନ ବୈଠକ ଚଳାଇଛନ୍ତି। ଅନ୍ୟପଟେ ନଡ୍ଡାଙ୍କୁ ବିମାନବନ୍ଦରଠାରୁ ସ୍ବାଗତ କରିବା ଲାଗି ଏକ ବିଶାଳ ରାଲିର ଆୟୋଜନ ମଧ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?