୨୫ ହଜାର କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ନଡ୍ଡା

ଭୁବନେଶ୍ବର,୨୪ା୯(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କ ଓଡ଼ିଶା ଆଗମନ ନେଇ ଦଳୀୟ କାର୍ଯ୍ୟାଳୟ କିଛିଦିନ ହେଲା ଚଳଚଞ୍ଚଳ ହୋଇ ଉଠିଛି। ନଡ୍ଡାଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଦଳର ଏବେ ଘନ ଘନ ବୈଠକ ଅନୁଷ୍ଠିତ ହେଉଛି। ତେବେ ଶୁକ୍ରବାର ଭାଜପା କ୍ଷେତ୍ର ପ୍ରଭାରୀ ସୁନୀଲ ବଂଶଲ ଦ୍ୱିପ୍ରହର ସମୟରେ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ତେବେ ନଡ୍ଡାଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିବାବେଳେ ବଂଶଲ ମଧ୍ୟ ନୂଆକରି କିଛିଦିନ ହେଲା ଦାୟିତ୍ୱ ସମ୍ଭାଳିଛନ୍ତି। ତେଣୁ ରାଷ୍ଟ୍ରୀୟ ସଭାପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ କିପରି ସଫଳ ହେବ ସେନେଇ ଚାଲିଛି ମାନସମନ୍ଥନ। ଓଡ଼ିଶାର ଯେଉଁ ନେତାମାନେ ଯାହାକିଛି ଦାୟିତ୍ୱ ନେଇଛନ୍ତି ସେମାନଙ୍କ ସହ ତନ୍ନତନ୍ନ କରି ବଂଶଲ ଆଲୋଚନା ଚଲାଇଥିବା ଜଣାପଡିଛି।
ତେବେ ନଡ୍ଡା ଓଡ଼ିଶାରେ ପହଞ୍ଚିବାପରେ ୨୯ ତାରିଖରେ ହିଁ ଜନତା ମଇଦାନଠାରେ ୨୫ ହଜାର କାର୍ଯ୍ୟକର୍ତ୍ତାଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେବ। ତେବେ କାର୍ଯ୍ୟକର୍ତ୍ତାମାନେ କିପରି ଆସି ଏଠାରେ ପହଞ୍ଚିବେ ସେନେଇ ପ୍ରସ୍ତୁତି ଚାଲିଛି। ଏହି ସଭାକୁ ଶକ୍ତି କେନ୍ଦ୍ର ବୋଲି କୁହାଯାଉଛି। ସେହି କାର୍ଯ୍ୟକ୍ରମ ଶେଷ କରିବା ପରେ ଦଳୀୟ ବିଧାୟକ ଏବଂ ଏମ୍‌ପିମାନଙ୍କ ସହିତ ସେ ଆଲୋଚନା କରିବେ। ଏହାପରେ ସେହିଦିନ ସାରେ ପୁରୀ ଗସ୍ତରେ ବାହାରିିବେ। ପୁରୀରେ ରାତ୍ରିଯାପନ କରିବା ପରେ ୩୦ ତାରିଖ ସକାଳୁ ଜଗନ୍ନାଥଙ୍କ ଦର୍ଶନ ସାରି ସିଧା ଓଲଟପୁର
ଠାରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବେ। ସେଠାରୁ ଫେରିବା ପରେ କେତେଜଣ କାର୍ଯ୍ୟକର୍ତ୍ତା ଏବଂ ନେତାଙ୍କୁ ନେଇ ଆଉ ଏକ ବୈଠକ କରିବେ। ଏହାପରେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧନ କରିବେ। ଶେଷରେ ଏକ ବୁଥ୍‌କୁ ଯାଇ ଜଣେ କାର୍ଯ୍ୟକର୍ତ୍ତାଙ୍କ ଘରେ ଭୋଜନ କରି ସେହିଦିନ ହିଁ ନଡ୍ଡା ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଛି। ଏହିସବୁ କାର୍ଯ୍ୟକ୍ରମ କିପରି ସଫଳ ହେବ ତାକୁ ନେଇ ବଂଶଲ ଘନ ଘନ ବୈଠକ ଚଳାଇଛନ୍ତି। ଅନ୍ୟପଟେ ନଡ୍ଡାଙ୍କୁ ବିମାନବନ୍ଦରଠାରୁ ସ୍ବାଗତ କରିବା ଲାଗି ଏକ ବିଶାଳ ରାଲିର ଆୟୋଜନ ମଧ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri