୨୨ ପରିବର୍ତ୍ତେ ୨୩ରେ କଳାହାଣ୍ଡି ଆସିବେ ନଡ୍ଡା

ଭୁବନେଶ୍ବର, ୨୧ା୬(ସୁନିତ୍‌ ମିଶ୍ର): ଭାଜପାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡ଼ିଶା ଆସିବାକୁ ଥିବା କେନ୍ଦ୍ରୀୟ ନେତାମାନଙ୍କ ଗସ୍ତ କାର୍ଯ୍ୟକ୍ରମରେ ବାରମ୍ବାର ପରିବର୍ତ୍ତନ ହେଉଥିବା ଦେଖିବାକୁ ମିଳୁଛି। ପ୍ରଥମେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଢେଙ୍କାନାଳ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଥିଲା। ଗୁଜରାଟରେ ଲ୍ୟାଣ୍ଡଫଲ୍‌ କରିଥିବା ବାତ୍ୟା ବିପର୍ଯ୍ୟୟ ପାଇଁ ତାଙ୍କ ଗସ୍ତ ବାତିଲ ହୋଇଥିବା ସୂଚନା ଦିଆଯାଇଥିଲା। ଏହା ପୂର୍ବରୁ ମଧ୍ୟ ଶାହାଙ୍କ ଭଦ୍ରକ ଗସ୍ତ କାର୍ଯ୍ୟକ୍ରମ ଥିଲା, ହେଲେ ପରବର୍ତ୍ତୀ ସମୟରେ ବନ୍ଦ ହୋଇଥିବା ଜଣାପଡ଼ିଥିଲା। ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଆସନ୍ତା ୨୨ରେ ଥିବା ସାଧାରଣ ସଭା କାର୍ଯ୍ୟକ୍ରମ ସୂଚୀରେ ପରିବର୍ତ୍ତନ ହୋଇଛି। ତାଙ୍କ ଓଡ଼ିଶା ଆସିବା ନେଇ ଦିଆଯାଇଥିବା ପୂର୍ବ ସୂଚନାରେ ଏବେ ପରିବର୍ତ୍ତନ ହୋଇଛି। ଶାହା ୨୨ ପରିବର୍ତ୍ତେ ୨୩ ତାରିଖରେ କଳାହାଣ୍ଡି ଯିବେ। ଅନିବାର୍ଯ୍ୟ କାରଣବଶତଃ ନଡ୍ଡାଙ୍କ ଗସ୍ତ ଗୋଟିଏ ଦିନ ଘୁଞ୍ଚାଇ ଦିଆଯାଇଥିବା କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା ସୂଚନା ଦେଇଛନ୍ତି।
ବସନ୍ତ କହିଛନ୍ତି, ଆସନ୍ତା ୨୩ ତାରିଖ ପୂର୍ବାହ୍ନ ୧୧ଟାରେ ନଡ୍ଡାଙ୍କ ସଭା ଅନୁଷ୍ଠିତ ହେବ। ଏହା ୨୨ ତାରିଖରେ ହେବାର ଥିଲା। ଏଥିଲାଗି ନଡ୍ଡା ୨୧ ତାରିଖ ରାତିରେ ଓଡ଼ିଶାରେ ପହଞ୍ଚିବାର ଥିଲା। ହେଲେ ଏବେ ସେ ୨୨ ରାତିରେ ଆସି ଝାରସୁଗୁଡ଼ାଠାରେ ପହଞ୍ଚିବେ। ଏହା ପରଦିନ ଭବାନୀପାଟଣା ସ୍ଥିତ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସଭାରେ ଯୋଗଦେବେ। ସାଧାରଣ ସଭା ସରିବା ପରେ ସର୍କିଟ ହାଉସ୍‌ଠାରେ ବରିଷ୍ଠ ନାଗରିକଙ୍କୁ ତାଙ୍କର ଭେଟିବା କାର୍ଯ୍ୟକ୍ରମ ରହିଛି। ଏହାପରେ ଟାଉନ ହଲ୍‌ରେ ଦଳୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ନଡ୍ଡା ଭେଟିବେ ବୋଲି ବସନ୍ତ କହିଛନ୍ତି। କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ସାରା ଭାରତରେ ଜନସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମ ଜାରି ରହିଛି। ଏହି ୯ ବର୍ଷ ମଧ୍ୟରେ ଦେଶରେ ଜାରି ରହିଥିବା ମୋଦି ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସଫଳତାକୁ ଭାଜପା ଲୋକଙ୍କ ପାଖରେ ପହଞ୍ଚାଇବା ଲାଗି କେନ୍ଦ୍ରୀୟ ନେତାମାନେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ଭାଜପା ଅଧ୍ୟକ୍ଷ କଳାହାଣ୍ଡି ଆସୁଛନ୍ତି ବୋଲି ବସନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri