ଫୁଲବାଣୀ ଅଫିସ/ବାଲୁଗଁ।,୨୮ା୧୨(ଡି.ଏନ୍‌.ଏ.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ସେ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନ ୧୧ଟାରେ କନ୍ଧମାଳ ଜିଲା ତୁମୁଡିବନ୍ଧରେ ଓହ୍ଲାଇବେ। ନଡ୍ଡାଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି ମଧ୍ୟ ଯୋଗଦେବେ। ପୂର୍ବାହ୍ନ ସାଢ଼େ ୧୧ଟାରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ନଡ୍ଡା ଓ ଧର୍ମେନ୍ଦ୍ର ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ଏଥିସହ ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ କର୍ମସ୍ଥଳୀ ଜଲେଶପଟ୍ଟା ଆଶ୍ରମକୁ ଯାଇ ସେଠାରେ ସ୍ବାମୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । କନ୍ୟାଶ୍ରମ ପରିସରରେ ଏକ ନବନିର୍ମିତ ଛାତ୍ରୀନିବାସ ଉଦଘାଟନ କରାଯିବ। ଏଥିପାଇଁ ଆଶ୍ରମ ପରିସରରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଜିଲା ଭାଜପା ପକ୍ଷରୁ ମଧ୍ୟ ରାଷ୍ଟ୍ରୀୟ ସଭାପତି ଓ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ସମସ୍ତ ଆୟୋଜନ କରାଯାଇଛି। ଅପରାହ୍ନ ୩ଟା ୩୦ରେ ନଡ୍ଡା ଖୋର୍ଦ୍ଧା ଜିଲା ଚିଲିକା ନିର୍ବାଚନମଣ୍ଡଳୀ ଅଧୀନ ବାଣପୁର ପଲଟଣ ପଡ଼ିଆରେ ଓହ୍ଲାଇବା ପରେ ସେଠାରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେବେ। ଏହାପରେ ଅପରାହ୍ନ ୫ଟାରେ ମା’ଭଗବତୀ ମନ୍ଦିର ଦର୍ଶନ ସାରି ନାଚୁଣିସ୍ଥିତ ମିନି ଷ୍ଟାଡ଼ିୟମ ପରିସରରେ ଆୟୋଜିତ ବୈଠକରେ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ। ଏଥିରେ ପୁରୀ ଲୋକସଭା ଅନ୍ତର୍ଗତ ୭ଟି ନିର୍ବାଚନମଣ୍ଡଳୀର ଦଳୀୟ ସଭାପତିଙ୍କ ସମେତ ନେତୃବୃନ୍ଦ ଯୋଗଦେବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri