ଫୁଲବାଣୀ ଅଫିସ/ବାଲୁଗଁ।,୨୮ା୧୨(ଡି.ଏନ୍‌.ଏ.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ସେ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନ ୧୧ଟାରେ କନ୍ଧମାଳ ଜିଲା ତୁମୁଡିବନ୍ଧରେ ଓହ୍ଲାଇବେ। ନଡ୍ଡାଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି ମଧ୍ୟ ଯୋଗଦେବେ। ପୂର୍ବାହ୍ନ ସାଢ଼େ ୧୧ଟାରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ନଡ୍ଡା ଓ ଧର୍ମେନ୍ଦ୍ର ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ଏଥିସହ ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ କର୍ମସ୍ଥଳୀ ଜଲେଶପଟ୍ଟା ଆଶ୍ରମକୁ ଯାଇ ସେଠାରେ ସ୍ବାମୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । କନ୍ୟାଶ୍ରମ ପରିସରରେ ଏକ ନବନିର୍ମିତ ଛାତ୍ରୀନିବାସ ଉଦଘାଟନ କରାଯିବ। ଏଥିପାଇଁ ଆଶ୍ରମ ପରିସରରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଜିଲା ଭାଜପା ପକ୍ଷରୁ ମଧ୍ୟ ରାଷ୍ଟ୍ରୀୟ ସଭାପତି ଓ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ସମସ୍ତ ଆୟୋଜନ କରାଯାଇଛି। ଅପରାହ୍ନ ୩ଟା ୩୦ରେ ନଡ୍ଡା ଖୋର୍ଦ୍ଧା ଜିଲା ଚିଲିକା ନିର୍ବାଚନମଣ୍ଡଳୀ ଅଧୀନ ବାଣପୁର ପଲଟଣ ପଡ଼ିଆରେ ଓହ୍ଲାଇବା ପରେ ସେଠାରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେବେ। ଏହାପରେ ଅପରାହ୍ନ ୫ଟାରେ ମା’ଭଗବତୀ ମନ୍ଦିର ଦର୍ଶନ ସାରି ନାଚୁଣିସ୍ଥିତ ମିନି ଷ୍ଟାଡ଼ିୟମ ପରିସରରେ ଆୟୋଜିତ ବୈଠକରେ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ। ଏଥିରେ ପୁରୀ ଲୋକସଭା ଅନ୍ତର୍ଗତ ୭ଟି ନିର୍ବାଚନମଣ୍ଡଳୀର ଦଳୀୟ ସଭାପତିଙ୍କ ସମେତ ନେତୃବୃନ୍ଦ ଯୋଗଦେବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri