ଓଡ଼ିଶାରେ ସରକାର ଗଠନ ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ନଡ୍ଡାଙ୍କ ଆହ୍ବାନ: ୫୦ ପ୍ରତିଶତ ଭୋଟ ହାସଲ କରିବାକୁ ସଂକଳ୍ପ

ଭୁବନେଶ୍ୱର,୬।୯(ବ୍ୟୁରୋ): ଓଡ଼ିଶାରେ ଦୀର୍ଘ ସମୟ ରାଜନୈତିକ ଲଢ଼େଇ ପରେ ଭାଜପାକୁ ମୁଖ୍ୟ ବିରୋଧୀ ଦଳର ମାନ୍ୟତା ମିଳିଛି । ୨୦୧୯ ଲୋକ ସଭା ନିର୍ବାଚନରେ ପାଖାପାଖି ୧ କୋଟି ଭୋଟ ଭାଜପା ସପକ୍ଷରେ ପଡିଛି । ୩୩ଟି ଅନୁସୂଚିତ ଜାତି ଓ ଜନଜାତିର ବିଧାନସଭା ଆସନରୁ ୧୧ ଜଣ ବିଧାୟକ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେହିପରି ୨୦୧୪ ଲୋକ ସଭା ନିର୍ବାଚନରେ ଭାଜପାକୁ ୨୧ ପ୍ରତିଶତ ଭୋଟ ମିଳିଥିବା ବେଳେ ୨୦୧୯ରେ ଏହା ବୃଦ୍ଧି ହୋଇ ୩୮ ପ୍ରତିଶତ ହୋଇଛି। ଆଗାମୀ ଦିନରେ ଆମେ ୫୦ ପ୍ରତିଶତ ଭୋଟ ହାସଲ କରି ଓଡ଼ିଶାରେ ଭାଜପା ସରକାର ଗଠନ କରିବାର ସଂକଳ୍ପ ନେବାକୁ ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା କାର୍ଯ୍ୟକର୍ତ୍ତାଙ୍କୁ ଆହ୍ବାନ ଦେଇଛନ୍ତି ।

ଶନିବାର ଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଭାଜପା ପ୍ରଥମ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେଇ ନଡ୍ଡା କହିଛନ୍ତି ଯେ, କୋଭିଡ୍‌ ସଙ୍କଟ ବେଳେ ଏହାକୁ ନିୟନ୍ତ୍ରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେଇଥିବା ‘ଲକ୍‌ଡାଉନ ଓ ଜନତା କର୍ଫ୍ୟୁ’ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ସମଗ୍ର ବିଶ୍ୱ ଓ ୟୁନିସେଫ୍‌ ଭୂୟସୀ ପ୍ରଶଂସା କରିଛନ୍ତି। କୋଭିଡ୍‌ ଟେଷ୍ଟିଂ ସଂଖ୍ୟା ଦୈନିକ ୧୫୦୦ରୁ ୧୦ଲକ୍ଷ ୧୦ ହଜାରକୁ ବୃଦ୍ଧି, ଦେଶରେ ୧୫୦୦ରୁ ଊର୍ଦ୍ଧ୍ୱ କୋଭିଡ୍‌ ହସ୍ପିଟାଲ ସହ ୨ ଲକ୍ଷ ଶଯ୍ୟା କରୋନା ରୋଗୀଙ୍କ ପାଇଁ ପ୍ରସ୍ତୁତ ହୋଇପାରିଛି । ସ୍ବାସ୍ଥ୍ୟସେବା ପାଇଁ ପିପିଇ କିଟ୍‌ ଭାରତରେ ଉପତ୍ାଦନ ହେଉ ନ ଥିବାବେଳେ ବର୍ତ୍ତମାନ ପ୍ରତିଦିନ ୪ ଲକ୍ଷ ୫୦ ହଜାର ପିପିଇ କିଟ୍‌ ପ୍ରସ୍ତୁତ ହେଉଛି । କରୋନାରୁ ଏବେ ଦେଶରେ ୭୪.୩୦ ପ୍ରତିଶତ ରୋଗୀ ସୁସ୍ଥ ହେଉଛନ୍ତି ବୋଲି ନଡ୍ଡା କହିଛନ୍ତି । ଜାତୀୟ ଶିକ୍ଷାନୀତି -୨୦୨୦ ଭାରତର ଭାଗ୍ୟ ବଦଳାଇଦେବ। ପ୍ରଥମ ଶ୍ରେଣୀରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ମାତୃଭାଷାରେ ପାଠ ପଢ଼ିବା ଏବଂ ନିଜ ଇଚ୍ଛା ଅନୁସାରେ ବିଷୟ ଚୟନ କରିବାର ଅଧିକାର ନୂଆ ଶିକ୍ଷା ନୀତିରେ ବ୍ୟବସ୍ଥା ହୋଇଛି । କେହି ବି ଜଣେ ଶିକ୍ଷାରୁ ବଞ୍ଚିତ ନ ହେବେ ସେ ନେଇ ବ୍ୟବସ୍ଥା କରାଯାଇଛି । ଓଡ଼ିଶା ସରକାର ଏକ ଟାସ୍କଫୋର୍ସ ଗଠନ କରି ଏହାକୁ କାର୍ଯ୍ୟକାରୀ କରନ୍ତୁ ।  ଭାଜପା କାର୍ଯ୍ୟକର୍ତ୍ତାମାନେ ଏ ସମ୍ପର୍କରେ ସାଧାରଣ ଜନତାଙ୍କୁ ଅବଗତ କରାଇବେ । ଡାକ୍ତରୀ ପ୍ରବେଶିକା ପରୀକ୍ଷା ପାଇଁ ଏନ୍‌ଇଇଟିର ପ୍ରଶ୍ନପତ୍ର ୯ଟି ଭାଷାରେ କରାଯାଉଛି ।

କରୋନା ସଙ୍କଟ ସମୟରେ ପ୍ରଧାନମନ୍ତ୍ରୀ ଆତ୍ମନିର୍ଭରଶୀଳ ଭାରତ ଯୋଜନାରେ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି ା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ୮୦ କୋଟି ଲୋକଙ୍କୁ ମାର୍ଚ୍ଚରୁ ନଭେମ୍ବର ମାସ ପର୍ଯ୍ୟନ୍ତ ୫ କିଲୋ ଚାଉଳ କିମ୍ବା ଗହମ ଏବଂ ପ୍ରତି ପରିବାରକୁ ୧ କିଲୋ ଡାଲି ଯୋଗାଇ ଦେବାକୁ ବ୍ୟବସ୍ଥା କରିଛନ୍ତି। ୨୦ କୋଟି ଲୋକଙ୍କୁ ଜନ ଧନ ଯୋଜନାରେ ଡିବିଟି ମାଧ୍ୟମରେ୧୫୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଛି ା ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ କୃଷି ସମ୍ମାନ ନିଧି ଯୋଜନାରେ ୮ କୋଟି ୭୪ ଲକ୍ଷ ଚାଷୀଙ୍କୁ ୧୭ ହଜାର କୋଟି ଦିଆଯାଇଛି। ପ୍ରଧାନମନ୍ତ୍ରୀ କୃଷି ଭିତ୍ତିିଭୂମି ପାଣ୍ଠି ଅଧୀନରେ ବିଭିନ୍ନ କୃଷିଭିତ୍ତିକ ଭିତ୍ତିଭୂମି ସୃଷ୍ଟି ପାଇଁ ୧ ଲକ୍ଷ କୋଟି ଟଙ୍କା ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି ା ଏହା ଦ୍ୱାରା କୃଷି ଏବଂ କୃଷି ଆନୁଷଙ୍ଗିକ କାର୍ଯ୍ୟ କ୍ଷେତ୍ର ଉପରେ ନିର୍ଭର କରୁଥିବା ବ୍ୟକ୍ତିମାନେ ଲାଭବାନ ହେବେ। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ କ୍ରମେ କାର୍ଯ୍ୟକର୍ତ୍ତାମାନେ ‘ଭୋକାଲ ଫର୍‌ ଲୋକାଲ’ ହୁଅନ୍ତୁ। ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଲାଗୁ କଲେ ରାଜ୍ୟର ୨ କୋଟି ୪୦ ଲକ୍ଷ ଗରିବ ଲୋକ ଉପକୃତ ହେବେ ବୋଲି ନଡ୍ଡା କହିଛନ୍ତି ା ନିଜ ଉପରେ ଏବଂ ନିଜ କର୍ତ୍ତବ୍ୟ, ଯୋଗ୍ୟତା ଉପରେ ବିଶ୍ୱାସ ରଖି ଆଗାମୀ ସାଧାରଣ ନିର୍ବାଚନ ପାଇଁ ଋଣନୀତି ପ୍ରସ୍ତୁତ କରି କାର୍ଯ୍ୟ କରିବାକୁ ନଡ୍ଡା ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ଦେଇଛନ୍ତି। ବୈଠକରେ ଦିଲ୍ଲୀରୁ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସମ୍ପାଦକ (ସଂଗଠନ) ସୌଦାନ ସିଂ, ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଓ ଓଡ଼ିଶା ପ୍ରଭାରୀ ଅରୁଣ ସିଂ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ୍‌ ପାତ୍ର, ଭୁବନେଶ୍ୱରରେ ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ପ୍ରମୁଖ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri