ଓଡ଼ିଶାରେ ସରକାର ଗଠନ ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ନଡ୍ଡାଙ୍କ ଆହ୍ବାନ: ୫୦ ପ୍ରତିଶତ ଭୋଟ ହାସଲ କରିବାକୁ ସଂକଳ୍ପ

ଭୁବନେଶ୍ୱର,୬।୯(ବ୍ୟୁରୋ): ଓଡ଼ିଶାରେ ଦୀର୍ଘ ସମୟ ରାଜନୈତିକ ଲଢ଼େଇ ପରେ ଭାଜପାକୁ ମୁଖ୍ୟ ବିରୋଧୀ ଦଳର ମାନ୍ୟତା ମିଳିଛି । ୨୦୧୯ ଲୋକ ସଭା ନିର୍ବାଚନରେ ପାଖାପାଖି ୧ କୋଟି ଭୋଟ ଭାଜପା ସପକ୍ଷରେ ପଡିଛି । ୩୩ଟି ଅନୁସୂଚିତ ଜାତି ଓ ଜନଜାତିର ବିଧାନସଭା ଆସନରୁ ୧୧ ଜଣ ବିଧାୟକ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେହିପରି ୨୦୧୪ ଲୋକ ସଭା ନିର୍ବାଚନରେ ଭାଜପାକୁ ୨୧ ପ୍ରତିଶତ ଭୋଟ ମିଳିଥିବା ବେଳେ ୨୦୧୯ରେ ଏହା ବୃଦ୍ଧି ହୋଇ ୩୮ ପ୍ରତିଶତ ହୋଇଛି। ଆଗାମୀ ଦିନରେ ଆମେ ୫୦ ପ୍ରତିଶତ ଭୋଟ ହାସଲ କରି ଓଡ଼ିଶାରେ ଭାଜପା ସରକାର ଗଠନ କରିବାର ସଂକଳ୍ପ ନେବାକୁ ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା କାର୍ଯ୍ୟକର୍ତ୍ତାଙ୍କୁ ଆହ୍ବାନ ଦେଇଛନ୍ତି ।

ଶନିବାର ଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଭାଜପା ପ୍ରଥମ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେଇ ନଡ୍ଡା କହିଛନ୍ତି ଯେ, କୋଭିଡ୍‌ ସଙ୍କଟ ବେଳେ ଏହାକୁ ନିୟନ୍ତ୍ରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେଇଥିବା ‘ଲକ୍‌ଡାଉନ ଓ ଜନତା କର୍ଫ୍ୟୁ’ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ସମଗ୍ର ବିଶ୍ୱ ଓ ୟୁନିସେଫ୍‌ ଭୂୟସୀ ପ୍ରଶଂସା କରିଛନ୍ତି। କୋଭିଡ୍‌ ଟେଷ୍ଟିଂ ସଂଖ୍ୟା ଦୈନିକ ୧୫୦୦ରୁ ୧୦ଲକ୍ଷ ୧୦ ହଜାରକୁ ବୃଦ୍ଧି, ଦେଶରେ ୧୫୦୦ରୁ ଊର୍ଦ୍ଧ୍ୱ କୋଭିଡ୍‌ ହସ୍ପିଟାଲ ସହ ୨ ଲକ୍ଷ ଶଯ୍ୟା କରୋନା ରୋଗୀଙ୍କ ପାଇଁ ପ୍ରସ୍ତୁତ ହୋଇପାରିଛି । ସ୍ବାସ୍ଥ୍ୟସେବା ପାଇଁ ପିପିଇ କିଟ୍‌ ଭାରତରେ ଉପତ୍ାଦନ ହେଉ ନ ଥିବାବେଳେ ବର୍ତ୍ତମାନ ପ୍ରତିଦିନ ୪ ଲକ୍ଷ ୫୦ ହଜାର ପିପିଇ କିଟ୍‌ ପ୍ରସ୍ତୁତ ହେଉଛି । କରୋନାରୁ ଏବେ ଦେଶରେ ୭୪.୩୦ ପ୍ରତିଶତ ରୋଗୀ ସୁସ୍ଥ ହେଉଛନ୍ତି ବୋଲି ନଡ୍ଡା କହିଛନ୍ତି । ଜାତୀୟ ଶିକ୍ଷାନୀତି -୨୦୨୦ ଭାରତର ଭାଗ୍ୟ ବଦଳାଇଦେବ। ପ୍ରଥମ ଶ୍ରେଣୀରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ମାତୃଭାଷାରେ ପାଠ ପଢ଼ିବା ଏବଂ ନିଜ ଇଚ୍ଛା ଅନୁସାରେ ବିଷୟ ଚୟନ କରିବାର ଅଧିକାର ନୂଆ ଶିକ୍ଷା ନୀତିରେ ବ୍ୟବସ୍ଥା ହୋଇଛି । କେହି ବି ଜଣେ ଶିକ୍ଷାରୁ ବଞ୍ଚିତ ନ ହେବେ ସେ ନେଇ ବ୍ୟବସ୍ଥା କରାଯାଇଛି । ଓଡ଼ିଶା ସରକାର ଏକ ଟାସ୍କଫୋର୍ସ ଗଠନ କରି ଏହାକୁ କାର୍ଯ୍ୟକାରୀ କରନ୍ତୁ ।  ଭାଜପା କାର୍ଯ୍ୟକର୍ତ୍ତାମାନେ ଏ ସମ୍ପର୍କରେ ସାଧାରଣ ଜନତାଙ୍କୁ ଅବଗତ କରାଇବେ । ଡାକ୍ତରୀ ପ୍ରବେଶିକା ପରୀକ୍ଷା ପାଇଁ ଏନ୍‌ଇଇଟିର ପ୍ରଶ୍ନପତ୍ର ୯ଟି ଭାଷାରେ କରାଯାଉଛି ।

କରୋନା ସଙ୍କଟ ସମୟରେ ପ୍ରଧାନମନ୍ତ୍ରୀ ଆତ୍ମନିର୍ଭରଶୀଳ ଭାରତ ଯୋଜନାରେ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି ା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ୮୦ କୋଟି ଲୋକଙ୍କୁ ମାର୍ଚ୍ଚରୁ ନଭେମ୍ବର ମାସ ପର୍ଯ୍ୟନ୍ତ ୫ କିଲୋ ଚାଉଳ କିମ୍ବା ଗହମ ଏବଂ ପ୍ରତି ପରିବାରକୁ ୧ କିଲୋ ଡାଲି ଯୋଗାଇ ଦେବାକୁ ବ୍ୟବସ୍ଥା କରିଛନ୍ତି। ୨୦ କୋଟି ଲୋକଙ୍କୁ ଜନ ଧନ ଯୋଜନାରେ ଡିବିଟି ମାଧ୍ୟମରେ୧୫୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଛି ା ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ କୃଷି ସମ୍ମାନ ନିଧି ଯୋଜନାରେ ୮ କୋଟି ୭୪ ଲକ୍ଷ ଚାଷୀଙ୍କୁ ୧୭ ହଜାର କୋଟି ଦିଆଯାଇଛି। ପ୍ରଧାନମନ୍ତ୍ରୀ କୃଷି ଭିତ୍ତିିଭୂମି ପାଣ୍ଠି ଅଧୀନରେ ବିଭିନ୍ନ କୃଷିଭିତ୍ତିକ ଭିତ୍ତିଭୂମି ସୃଷ୍ଟି ପାଇଁ ୧ ଲକ୍ଷ କୋଟି ଟଙ୍କା ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି ା ଏହା ଦ୍ୱାରା କୃଷି ଏବଂ କୃଷି ଆନୁଷଙ୍ଗିକ କାର୍ଯ୍ୟ କ୍ଷେତ୍ର ଉପରେ ନିର୍ଭର କରୁଥିବା ବ୍ୟକ୍ତିମାନେ ଲାଭବାନ ହେବେ। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ କ୍ରମେ କାର୍ଯ୍ୟକର୍ତ୍ତାମାନେ ‘ଭୋକାଲ ଫର୍‌ ଲୋକାଲ’ ହୁଅନ୍ତୁ। ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଲାଗୁ କଲେ ରାଜ୍ୟର ୨ କୋଟି ୪୦ ଲକ୍ଷ ଗରିବ ଲୋକ ଉପକୃତ ହେବେ ବୋଲି ନଡ୍ଡା କହିଛନ୍ତି ା ନିଜ ଉପରେ ଏବଂ ନିଜ କର୍ତ୍ତବ୍ୟ, ଯୋଗ୍ୟତା ଉପରେ ବିଶ୍ୱାସ ରଖି ଆଗାମୀ ସାଧାରଣ ନିର୍ବାଚନ ପାଇଁ ଋଣନୀତି ପ୍ରସ୍ତୁତ କରି କାର୍ଯ୍ୟ କରିବାକୁ ନଡ୍ଡା ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ଦେଇଛନ୍ତି। ବୈଠକରେ ଦିଲ୍ଲୀରୁ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସମ୍ପାଦକ (ସଂଗଠନ) ସୌଦାନ ସିଂ, ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଓ ଓଡ଼ିଶା ପ୍ରଭାରୀ ଅରୁଣ ସିଂ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ୍‌ ପାତ୍ର, ଭୁବନେଶ୍ୱରରେ ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ପ୍ରମୁଖ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri