Posted inଜାତୀୟ

ନଡ୍ଡାଙ୍କ କଡ଼ା ସମାଲୋଚନା,ତେଲେଙ୍ଗାନାରୁ ମୂଳ ପୋଛ ହେବେ କେସିଆର ସରକାର…

ହାଇଦ୍ରାବାଦ, ୨୩।୮ : ହାଇଦ୍ରାବାଦରେ ଭାଜପା କର୍ମକର୍ତ୍ତାଙ୍କ ଗିରଫଦାରୀକୁ ବିରୋଧ କରି ବିକ୍ଷୋଭ କରୁଥିବା ତେଲେଙ୍ଗାନାଭାଜପା ଅଧ୍ୟକ୍ଷ ବି.ସଞ୍ଜୟ କୁମାରଙ୍କୁ ପୋଲିସ ଗିରଫ କରିଛି। ଏହାକୁ ନେଇ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ତେଲେଙ୍ଗାନା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଟିଆରଏସର ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର) ସରକାରଙ୍କ ଏଭଳି କାର୍ଯ୍ୟକୁ ନଡ୍ଡା ନିନ୍ଦା କରିଛନ୍ତି। ଏହି ବେଆଇନ ଗିରଫ ରାଜନୈତିକ ପ୍ରତିଶୋଧ ପ୍ରଣୋଦିତ ବୋଲି ନଡ୍ଡା କହିଛନ୍ତି।

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରି ସେ କହିଛନ୍ତି ଟିଆରଏସର ଦୁର୍ନୀତିଗ୍ରସ୍ତ ତଥା ପାରିବାରିକ କେନ୍ଦ୍ରିକ ରାଜନୀତି ବିରୋଧରେ ରାଜ୍ୟର କୋଣ ଅନୁକୋଣରୁ ଭାଜପାକୁ ଯେଉଁ ବିପୁଳ ସମର୍ଥନ ମିଳୁଛି ତାହା ଦେଖି କେସିଆର ଚିନ୍ତାରେ ପଡିଛନ୍ତି। ଆମେ ଗଣତାନ୍ତ୍ରିକ ଉପାୟରେ ଲଢ଼େଇ ଜାରି ରଖି ଏବଂ ଆଗାମୀ ନିର୍ବାଚନରେ ଟିଆରଏସର କେସିଆର ସରକାରଙ୍କୁ ରାଜ୍ୟରୁ ମୂଳପୋଛ କରିବୁ।

ସୂଚନାଯୋଗ୍ୟ, ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଉପରେ ସିବିଆଇ ଚଢ଼ାଉ ପରେ ଭାଜପା ଏମ୍‌ପି ପ୍ରବେଶର ବର୍ମା ଏବଂ ପୂର୍ବତନ ବିଧାୟକ ମନଜିନ୍ଦର ସିଂ ସିର୍ସା ଅଭିଯୋଗ କରିଥିଲେ ଯେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଇ ତଥା ପୂର୍ବତନ ଏମ୍‌ପି କବିତା କଲଭାକୁନ୍ତଳାଙ୍କ ପରିବାର ମଧ୍ୟ ଦିଲ୍ଲୀର ଅବକାରୀ ନୀତି ମାମଲାରେ ଜଡିତ। ଏହା ପରେ କବିତା ଏହି ଅଭିଯୋଗକୁ ଅସ୍ବୀକାର କରି ଭାଜପା ନେତାଙ୍କ ବିରୋଧରେ ମାନହାନି ମକଦ୍ଦମା ଦାଏର କରିବାକୁ କହିଥିଲେ।

ତାଙ୍କ ବିବୃତ୍ତି ପରେ ବହୁ ଭାଜପାକର୍ମୀ ହାଇଦ୍ରାବାଦର ବଞ୍ଜରା ହିଲ୍ସରେ ଥିବା କବିତାଙ୍କ ବାସଭବନ ସମ୍ମୁଖରେ ପହଞ୍ଚି ଏହାକୁ ବିରୋଧ କରିଥିଲେ ଏବଂ ପରେ ପୋଲିସ ତାଙ୍କୁ ଗିରଫ କରିଥିଲା। ଏହି ଗିରଫଦାରୀ ବିରୋଧରେ ଭାଜପା ରାଜ୍ୟ ଅଧ୍ୟକ୍ଷ ବି.ସଞ୍ଜୟ କୁମାର ପୋଲିସ ଅନୁମତି ନ ନେଇ ଜନଗାଓଁରେ ଧାରଣା ଦେବାକୁ ଯାଉଥିଲେ। ପରେ ତାଙ୍କୁ ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?