ଭୁବନେଶ୍ୱର, ୧୫।୭(ବ୍ୟୁରୋ): ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଆବଶ୍ୟକ ପଡୁଥିବା ଡାଲି ଓଡ଼ିଶାକୁ ଦେବା ସକାଶେ ନାଫେଡ୍ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି। ନାଫେଡ୍ର ପରିଚାଳନା ନିର୍ଦ୍ଦେଶକ ସଞ୍ଜୀବ କୁମାର ଚଢ଼ା ଦେଇଥିବା ପ୍ରସ୍ତାବ ଅନୁଯାୟୀ, ଏହି ସଂସ୍ଥା ନିକଟରେ ମୁଗ, ହରଡ଼ ଛଡ଼ା ଅନ୍ୟାନ୍ୟ ସମସ୍ତ ପ୍ରକାର ଡାଲି ଓ ତୈଳବୀଜ ମହଜୁଦ ରହିଛି। ଏହିସବୁ ସାମଗ୍ରୀକୁ ବିଭିନ୍ନ କଲ୍ୟାଣକାରୀ କାର୍ଯ୍ୟକ୍ରମ ଜରିଆରେ ରାଜ୍ୟ ସରକାର ଯୋଗାଇ ଦେଇପାରିବେ। ସରକାର ମଧ୍ୟାହ୍ନଭୋଜନ, ଅନ୍ତ୍ୟୋଦୟ, ଅନ୍ନପୂର୍ଣ୍ଣା, ଆଇସିଡିଏସ୍କୁ ସାଧାରଣ ବଣ୍ଟନ ଜରିଆରେ ବିଭିନ୍ନ ସାମଗ୍ରୀ ଯୋଗାଇ ଥାଆନ୍ତି। ଯେହେତୁ ରାଜ୍ୟ ସରକାରଙ୍କ ସହ ନାଫେଡ୍ର ଭଲ ସମ୍ପର୍କ ରହିଛି ସେଥିପାଇଁ ଏହି ଜାତୀୟ ସଂସ୍ଥା ପକ୍ଷରୁ ଏଭଳି ପ୍ରସ୍ତାବ ଦିଆଯାଇଛି। ନାଫେଡ୍ ଦେଇଥିବା ପ୍ରସ୍ତାବ ଉପରେ ରାଜ୍ୟ ସରକାର ବର୍ତ୍ତମାନ ବିଚାର କରୁଥିବା ଜଣାପଡିଛି। ରାଜ୍ୟରେ କେତେ ଡାଲିର ଆବଶ୍ୟକତା ରହିଛି ସେନେଇ ସରକାର ନାଫେଡ୍କୁ ଆଗକୁ ସୂଚନା ଦେବାପରେ ସେହି ଅନୁଯାୟୀ ତାହା ସରକାରଙ୍କୁ ଯୋଗାଇ ଦେଇପାରିବ। ଚଢ଼ା ଆହୁରି କହିଛନ୍ତି, ସରକାର ତାଙ୍କ ମାସେ ଓ୍ବାରି ଆବଶ୍ୟକତାକୁ ନାଫେଡ୍କୁ ଅବଗତ କରାଇଲେ ଆଗାମୀ ବର୍ଷକ ପାଇଁ ଯେତେ ପ୍ରକାର ଡାଲି ଜାତୀୟ ଶସ୍ୟ ଓ ତୈଳବୀଜର ଆବଶ୍ୟକତା ପଡିବ ତାହା ନାଫେଡ୍ ଯୋଗାଇଦେବ। ଏହା ଅତ୍ୟନ୍ତ ଗୁଣାତ୍ମକ ଏବଂ ବଜାର ମୂଲ୍ୟଠାରୁ ଅପେକ୍ଷାକୃତ କମ୍ ଦରରେ ଯୋଗାଇ ଦିଆଯାଏ। ତେଣୁ ରାଜ୍ୟ ସରକାର ଏ ସଂକ୍ରାନ୍ତରେ ନାଫେଡ୍କୁ ତାଙ୍କ ଆବଶ୍ୟକତା ଜଣାଇବା ପାଇଁ କର୍ତ୍ତୃପକ୍ଷ ଅନୁରୋଧ କରିଛନ୍ତି।
ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…
ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ
ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…
ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…
ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…
ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…
ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…
କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ
ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…
ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…
ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…
କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍ ପ୍ରଶାସନ
ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…
Archives

