Posted inରାଜ୍ୟ

ଆବଶ୍ୟକ ଅନୁଯାୟୀ ଡାଲି ଯୋଗାଇବାକୁ ନାଫେଡ୍‌ର ପ୍ରସ୍ତାବ

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଆବଶ୍ୟକ ପଡୁଥିବା ଡାଲି ଓଡ଼ିଶାକୁ ଦେବା ସକାଶେ ନାଫେଡ୍‌ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି। ନାଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ସଞ୍ଜୀବ କୁମାର ଚଢ଼ା ଦେଇଥିବା ପ୍ରସ୍ତାବ ଅନୁଯାୟୀ, ଏହି ସଂସ୍ଥା ନିକଟରେ ମୁଗ, ହରଡ଼ ଛଡ଼ା ଅନ୍ୟାନ୍ୟ ସମସ୍ତ ପ୍ରକାର ଡାଲି ଓ ତୈଳବୀଜ ମହଜୁଦ ରହିଛି। ଏହିସବୁ ସାମଗ୍ରୀକୁ ବିଭିନ୍ନ କଲ୍ୟାଣକାରୀ କାର୍ଯ୍ୟକ୍ରମ ଜରିଆରେ ରାଜ୍ୟ ସରକାର ଯୋଗାଇ ଦେଇପାରିବେ। ସରକାର ମଧ୍ୟାହ୍ନଭୋଜନ, ଅନ୍ତ୍ୟୋଦୟ, ଅନ୍ନପୂର୍ଣ୍ଣା, ଆଇସିଡିଏସ୍‌କୁ ସାଧାରଣ ବଣ୍ଟନ ଜରିଆରେ ବିଭିନ୍ନ ସାମଗ୍ରୀ ଯୋଗାଇ ଥାଆନ୍ତି। ଯେହେତୁ ରାଜ୍ୟ ସରକାରଙ୍କ ସହ ନାଫେଡ୍‌ର ଭଲ ସମ୍ପର୍କ ରହିଛି ସେଥିପାଇଁ ଏହି ଜାତୀୟ ସଂସ୍ଥା ପକ୍ଷରୁ ଏଭଳି ପ୍ରସ୍ତାବ ଦିଆଯାଇଛି। ନାଫେଡ୍‌ ଦେଇଥିବା ପ୍ରସ୍ତାବ ଉପରେ ରାଜ୍ୟ ସରକାର ବର୍ତ୍ତମାନ ବିଚାର କରୁଥିବା ଜଣାପଡିଛି। ରାଜ୍ୟରେ କେତେ ଡାଲିର ଆବଶ୍ୟକତା ରହିଛି ସେନେଇ ସରକାର ନାଫେଡ୍‌କୁ ଆଗକୁ ସୂଚନା ଦେବାପରେ ସେହି ଅନୁଯାୟୀ ତାହା ସରକାରଙ୍କୁ ଯୋଗାଇ ଦେଇପାରିବ। ଚଢ଼ା ଆହୁରି କହିଛନ୍ତି, ସରକାର ତାଙ୍କ ମାସେ ଓ୍ବାରି ଆବଶ୍ୟକତାକୁ ନାଫେଡ୍‌କୁ ଅବଗତ କରାଇଲେ ଆଗାମୀ ବର୍ଷକ ପାଇଁ ଯେତେ ପ୍ରକାର ଡାଲି ଜାତୀୟ ଶସ୍ୟ ଓ ତୈଳବୀଜର ଆବଶ୍ୟକତା ପଡିବ ତାହା ନାଫେଡ୍‌ ଯୋଗାଇଦେବ। ଏହା ଅତ୍ୟନ୍ତ ଗୁଣାତ୍ମକ ଏବଂ ବଜାର ମୂଲ୍ୟଠାରୁ ଅପେକ୍ଷାକୃତ କମ୍‌ ଦରରେ ଯୋଗାଇ ଦିଆଯାଏ। ତେଣୁ ରାଜ୍ୟ ସରକାର ଏ ସଂକ୍ରାନ୍ତରେ ନାଫେଡ୍‌କୁ ତାଙ୍କ ଆବଶ୍ୟକତା ଜଣାଇବା ପାଇଁ କର୍ତ୍ତୃପକ୍ଷ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?