ନାଗା ଚୈତନ-ସାମନ୍ଥାଙ୍କ ଛାଡପତ୍ରକୁ ନେଇ ଉଠିଲା ଝଡ଼: ବର୍ଷିଲେ ନାଗାର୍ଜୁନ

ଅଭିନେତା ନାଗା ଚୈତନ୍ୟ ଓ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁଙ୍କ ଛାଡପତ୍ର ହୋଇଛି। ଉଭୟ ଆଗକୁ ବଢିଛନ୍ତି। ନାଗା ଏବେ ଅଭିନେତ୍ରୀ ଧୂଲିପାଲାଙ୍କୁ ଡେଟ୍‌ କରୁଛନ୍ତି। କିନ୍ତୁ ଏସବୁ ଭିତରେ ନାଗା ଏବଂ ସାମନ୍ଥାଙ୍କୁ ଛାଡପତ୍ରକୁ ନେଇ ଏବେ ପୁଣି ଚର୍ଚ୍ଚା ଜୋର ଧରିଛି। ନାଗା ଏବଂ ସାମନ୍ଥାଙ୍କୁ ଛାଡପତ୍ର ପାଇଁ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ପୁଅ ତଥା ଭାରତ ରାଷ୍ଟ୍ର ସମିତି (ବିଆରଏସ୍‌) ନେତା କେଟି ରାମା ରାଓଙ୍କ ହାତ ଥିବା ଦାବି କରିଛନ୍ତି ତେଲଙ୍ଗାନାର ଜଙ୍ଗଲ ମନ୍ତ୍ରୀ କୋଣ୍ଡା ସୁରେଖା। ଏହି ମନ୍ତବ୍ୟ ତୁରନ୍ତ ପ୍ରତ୍ୟାହାର କରି ନେବାକୁ ଦାବି କରିଛନ୍ତି ନାଗା ଚୈତନ୍ୟଙ୍କ ବାପା ତଥା ଭେଟେରାନ ତେଲୁଗୁ ଅଭିନେତା ନାଗାର୍ଜୁନ। ସେ କହିଛନ୍ତି, ମୁଁ ସମ୍ମାନନୀୟ ମନ୍ତ୍ରୀ ଶ୍ରୀମତୀ କୋଣ୍ଡା ସୁରେଖାଙ୍କ ମନ୍ତବ୍ୟକୁ ଦୃଢ ଭାବେ ନିନ୍ଦା କରୁଛି। ବିରୋଧୀମାନଙ୍କୁ ସମାଲୋଚନା କରିବାକୁ ରାଜନୀତିଠାରୁ ଦୂରେଇ ରହୁଥିବା ଫିଲ୍ମ ଷ୍ଟାରମାନଙ୍କ ଜୀବନକୁ ବ୍ୟବହାର କରନ୍ତୁ ନାହିଁ। ଦୟାକରି ଅନ୍ୟ ଲୋକଙ୍କ ବ୍ୟକ୍ତିଗତ ଜୀବନକୁ ସମ୍ମାନ ଦିଅନ୍ତୁ। ଆପଣ ଜଣେ ମହିଳା ହୋଇ ଓ ଏକ ଦାୟିତ୍ୱବାନ ପଦବୀରେ ଥାଇ ସୁଦ୍ଧା ଆମ ପରିବାର ବିରୋଧରେ ଯେଉଁ ମନ୍ତବ୍ୟ ଦେଇଛନ୍ତି ଓ ଅଭିଯୋଗ କରିଛନ୍ତି, ତାହା ସଂପୂର୍ଣ୍ଣ ଭାବେ ଭିତ୍ତିହୀନ ଓ ମିଛ। ମୁଁ ଅନୁରୋଧ କରୁଛି, ଆପଣ ତୁରନ୍ତ ଆପଣଙ୍କ ମନ୍ତବ୍ୟ ପ୍ରତ୍ୟାହାର କରି ନିଅନ୍ତୁ। ସାଉଥ୍‌ ଫିଲ୍ମ ଷ୍ଟାର ଅଲ୍ଲୁ ଅର୍ଜୁନ ଏବଂ ଜୁନିଅର ଏନ୍‌ଟିଆର୍‌ ମଧ୍ୟ ଏହି ମନ୍ତବ୍ୟକୁ ନିନ୍ଦା କରିଛନ୍ତି।

ସୂଚନାଯୋଗ୍ୟ,ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ତେଲଙ୍ଗାନାର ଜଙ୍ଗଲ ମନ୍ତ୍ରୀ କୋଣ୍ଡା ସୁରେଖା ବିଆରଏସ ନେତା କେଟି ରାମା ରାଓଙ୍କୁ ତୀବ୍ର ସମାଲୋଚନା କରିଥିଲେ। ସେ କହିଥିଲେ, ତାଙ୍କ (କେଟି ରାମା ରାଓ) ପାଇଁ ଅନେକ ଅଭିନେତ୍ରୀ ଫିଲ୍ମ ଇଣ୍ଡଷ୍ଟ୍ରୀ ଛାଡିଛନ୍ତି ଓ ଶୀଘ୍ର ବାହା ହୋଇପଡିଛନ୍ତି। କାରଣ କେଟି ରାମା ରାଓ ସେମାନଙ୍କ ବ୍ୟକ୍ତିଗତ ଜୀବନରେ ପ୍ରଭାବ ବିସ୍ତାର କରିବାକୁ ଚେଷ୍ଟା କରୁଥିଲେ। ସେ ସେଲେବ୍ରିଟିମାନଙ୍କ ବ୍ୟକ୍ତିଗତ ଜୀବନରେ ହସ୍ତକ୍ଷେପ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

ଅଭିଜିତ ଦୀପକେ କରିବେ ବିବାହ! ଆସିଲା ପ୍ରସ୍ତାବ, ମାଆ କହିଲେ-‘ମୋତେ ଏମିତି ବୋହୂ ଦରକାର’

ନୂଆଦିଲ୍ଲୀ, ୨୭॥୭: କକ୍ରୋଚ ଜନତା ପାର୍ଟି (CJP)ର ନେତୃତ୍ୱରେ ଜନ୍ତରମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହିତ ସମାପ୍ତ ହୋଇଯାଇଛି। ସିଜେପି (CJP)ର ଏହି…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri