ପ୍ରଥମ ଥର ସ୍କ୍ରିନ୍‌ ଶେୟାର କରିବେ ନାଗା-ମନ୍ଦାନା!

ସାଉଥ୍‌ ସୁପରଷ୍ଟାର ନାଗା ଚୈତନ୍ୟ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ନିକଟରେ ରିଲିଜ୍‌ ହେବାକୁ ଥିବା ବହୁ ପ୍ରତୀକ୍ଷିତ ଫିଲ୍ମ ‘ଲାଲ୍‌ ସିଂ ଚଡ୍ଡା’ରେ ନାଗାଙ୍କୁ ଦେଖିବାକୁ ମିଳିବ। ବର୍ତ୍ତମାନ ସେ ଫିଲ୍ମ ପ୍ରମୋଶନରେ ଲାଗି ପଡିଛନ୍ତି। ତେବେ ଫିଲ୍ମର ଟ୍ରେଲର ଏବଂ ଗୀତ ରିଲିଜ୍‌ ହେବା ପରେ ଦର୍ଶକ ବହୁତ ପସନ୍ଦ କରିଛନ୍ତି। କିନ୍ତୁ ଏବେ ଦର୍ଶକଙ୍କ ପାଇଁ ଆଉ ଏକ ଖୁସି ଖବର ସାମ୍ନାକୁ ଆସିଛି। ନାଗା ଏବଂ ସାଉଥ୍‌ ସୁନ୍ଦରୀ ରଶ୍ମିକା ମନ୍ଦାନା ପ୍ରଥମ ଥର ପାଇଁ ସ୍କ୍ରିନ୍‌ ଶେୟାର କରିବେ। ପାରାସୁରମ ପେଟଲାଙ୍କ ନିର୍ଦ୍ଦେଶିତ ଏକ ତେଲୁଗୁ ଫିଲ୍ମରେ ଦୁହେଁ ନଜର ଆସିବେ। ହେଲେ ଏହାକୁ ନେଇ ଏଯାଏ କୌଣସି ଅଫିସିଆଲ ଘୋଷଣା କରାଯାଇନାହିଁ। ଏହାରି ମଧ୍ୟରେ କୁହାଯାଉଛି କି, ନାଗା ବୋଧହୁଏ ତାଙ୍କ ବଲିଉଡ ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ନିକଟରେ ଅଭିନେତା କରଣ ଜୋହର ଏବଂ ସଞ୍ଜୟ ଲୀଲା ଭନସାଲୀଙ୍କ ସହ ସାକ୍ଷାତ କରି କିଛି ପ୍ରୋଜେକ୍ଟ ବିଷୟରେ ଆଲୋଚନା କରିଛନ୍ତି ବୋଲି ଚର୍ଚ୍ଚା ହେଉଥିଲା। ଏହାଛଡା ଅଭିନେତାଙ୍କୁ ଅନେକ ଅଫର ମିଳିଛି ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri