Posted inଖେଳ

ନାଗାଲ ୨୫ ବର୍ଷରେ ପ୍ରଥମ ଭାରତୀୟ

ଟୋକିଓ, ୨୫ା୭ (ପି.ଟି.)-ଅଲିମ୍ପିକ ଗେମ୍ସରେ ଏକ ପୁରୁଷ ସିଙ୍ଗଲ୍ସ ଟେନିସ ମ୍ୟାଚ ଜିତିବାରେ ସୁମିତ ନାଗାଲ ୨୫ବର୍ଷରେ ପ୍ରଥମ ଏବଂ ମୋଟ ଉପରେ ତୃତୀୟ ଭାରତୀୟ ବିବେଚିତ ହୋଇଛନ୍ତି। ସେ ଶନିବାର ଏକ ୩ ସେଟ୍‌ ବିଶିଷ୍ଟ ମ୍ୟାଚରେ ଉଜବେକିସ୍ତାନର ଡେନିସ ଇସ୍ତୋମିନଙ୍କୁ ୬-୪, ୬-୭ (୬), ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ଆରିଏକ୍‌ ଟେନିସ ସେଣ୍ଟରର ୧୦ମ କୋର୍ଟରେ ଏହି ମ୍ୟାଚ ୨ ଘଣ୍ଟା ୩୪ ମିନିଟରେ ଶେଷ ହୋଇଥିଲା। ଦ୍ୱିତୀୟ ରାଉଣ୍ଡରେ ସେ ବିଶ୍ୱର ୨ ନମ୍ବର ଡାନିଲ ମେଡ୍‌ଭେଡେଭଙ୍କୁ ଭେଟିବେ। ଜିଶାନ ଅଲି ପ୍ରଥମ ଭାରତୀୟ ଭାବେ ୧୯୮୮ ସିଓଲ ଗେମ୍ସରେ ଏକ ସିଙ୍ଗଲ୍ସ ମ୍ୟାଚ ଜିତିଥିଲେ। ସେ ପାରାଗୁଏର ଭିକ୍ଟୋ କାବାଲେରୋଙ୍କୁ ପରାସ୍ତ କରିଥିଲେ। ପରେ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ୧୯୯୬ ଆଟଲାଣ୍ଟା ଗେମ୍ସରେ ବ୍ରାଜିଲର ଫର୍ନାଣ୍ଡୋ ମେଲିଜେନିଙ୍କୁ ପରାସ୍ତ କରି ପୁରୁଷ ସିଙ୍ଗଲ୍ସରେ ଐତିହାସିକ ବ୍ରୋଞ୍ଜ ସଫଳତା ହାସଲ କରିଥିଲେ। ତାଙ୍କ ପରେ କୌଣସି ଭାରତୀୟ ଗୋଟିଏ ହେଲେ ସିଙ୍ଗଲ୍ସ ମ୍ୟାଚ ଜିତିପାରି ନାହାନ୍ତି। ଲଣ୍ଡନରେ ୨୦୧୨ ଗେମ୍ସ ବେଳେ ସୋମ ଦେବବର୍ମନ ଓ ବିଷ୍ଣୁ ବର୍ଦ୍ଧନ ପ୍ରଥମ ରାଉଣ୍ଡ ଅତିକ୍ରମ କରିବାରେ ବିଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri