Posted inଜାତୀୟ

ନାଗାଲାଣ୍ଡ ବିଧାନସଭା ନିର୍ବାଚନରେ ସୃଷ୍ଟି ହେଲା ଇତିହାସ: ପ୍ରଥମ ଥର ପାଇଁ ଜିତିଲେ ମହିଳା ପ୍ରାର୍ଥୀ…

କୋହିମା,୨।୩: ବିଧାନସଭା ନିର୍ବାଚନର ଭୋଟ ଗଣତିରେ ନାଗାଲାଣ୍ଡରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭା ହୋଇଛି। ଏଠାରେ ଭାଜପା ୪୦ ଆସନରେ ଆଗୁଆ ଥିବା ବେଳେ ଏନପିଏଫ ୩ ଏବଂ ଅନ୍ୟଦଳ ୧୭ ଆସନରେ ଆଗୁଆ ରହିଛନ୍ତି। ଭାଜପା ସହଜରେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ୩୧ ହାତେଇ ନେବାକୁ ଯାଉଛି। ନାଗାଲାଣ୍ଡରେ ସୃଷ୍ଟି ହୋଇଥିବା ଇତିହାସ, ପ୍ରଥମ ଥର ପାଇଁ ଜଣେ ମହିଳା ବିଧାନସଭା ନିର୍ବାଚନରେ ଜିତିଛନ୍ତି।
ଦିମାପୁର ତୃତୀୟ ବିଧାନସଭାରୁ ମହିଳା ପ୍ରାର୍ଥୀ ହେକାନି ଜଖାଲୁ ଜିତିଛନ୍ତି। ହେକାନିଙ୍କୁ ଏନଡିପିପି ପକ୍ଷରୁ ପ୍ରାର୍ଥୀ କରାଯାଇଥିଲା। ସେ ୧୫୩୬ ଭୋଟରେ ଏଲଜେପି(ରାମ ଭିଲାସ) ର ପ୍ରାର୍ଥୀ ଅଜେତୋ ଜିମୋମିଙ୍କୁ ପରାସ୍ତ କରିଛନ୍ତି। ରାଜ୍ୟରେ ବିଧାନସଭା ନିର୍ବାଚନରେ କେବଳ ଚାରିଜଣ ମହିଳା ପ୍ରାର୍ଥୀ ଟିକେଟ ପାଇଥିଲେ। ହେକାନି ସେମାନଙ୍କ ମଧ୍ୟରୁ ଜଣେ ଥିଲେ। ନିର୍ବାଚନ ସମୟରେ ହେକାନି ପାଇଁ ପ୍ରଚାର କରିବା ପାଇଁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଧ୍ୟ ମୁଖ୍ୟମନ୍ତ୍ରୀ ନିଫି ରିଓଙ୍କ ସହ ପହଞ୍ଚିଥିଲେ।

୪୮ ବର୍ଷ ବୟସ୍କ ଏନଡିପିପି ନେତା ହେକାନି ଆଇନ ଅଧ୍ୟୟନ କରିଛନ୍ତି। ସେ ୨୦୧୩ ରେ ସାନ ଫ୍ରାନ୍ସିସ୍କୋ ସ୍କୁଲ ଅଫ ଲ’ରୁ ମାଷ୍ଟର ଅଫ ଲ ଡିଗ୍ରୀ ହାସଲ କରିଥିଲେ। ହେକାନୀଙ୍କର ୫.୫୮ କୋଟି ମୂଲ୍ୟର ସମ୍ପତ୍ତି ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?