Posted inଜାତୀୟ

ନାଗାଲାଣ୍ଡ ବିଧାନସଭା ବିରୋଧୀ ଶୂନ୍ୟ

ଗୁଆହାଟୀ, ୧୧ା୩: ନାଗାଲାଣ୍ଡ ବିଧାନସଭା ଦ୍ୱିତୀୟ ଥର ପାଇଁ ବିରୋଧୀ ଦଳ ଶୂନ୍ୟ ହୋଇଛି। ଶରଦ ପାଓ୍ବାରଙ୍କ ଏନ୍‌ସିପି ସମେତ ରାଜ୍ୟର ସମସ୍ତ ରାଜନୈତିକ ଦଳ ମୁଖ୍ୟମନ୍ତ୍ରୀ ନେଫିଉ ରିଓଙ୍କୁ ସମର୍ଥନ ଜଣାଇଛନ୍ତି। ସେମାନଙ୍କୁ ସରକାରରେ ସାମିଲ କରାଯିବ କିମ୍ବା ଏହାକୁ ବାହ୍ୟ ସମର୍ଥନ ବିବେଚନା କରାଯିବ ତାହା ସ୍ପଷ୍ଟ ହୋଇନାହିଁ। ଏନ୍‌ଡିପିପି-ଭାଜପା ମେଣ୍ଟ ବୈଠକରେ ଏନେଇ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ନାଗାଲାଣ୍ଡ ଉପମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଓ୍ବାଇ. ପାଟନ୍‌ କହିଛନ୍ତି। ୨୦୨୧ରେ ମଧ୍ୟ ନାଗାଲାଣ୍ଡ ବିଧାନସଭା ବିରୋଧୀ ଶୂନ୍ୟ ହୋଇଥିଲା। ଫଳରେ ଏନ୍‌ଡିପିପି-ଭାଜପାର ପିପୁଲ୍ସ ଡେମୋକ୍ରାଟିକ୍‌ ମେଣ୍ଟ ସରକାରକୁ ସଂଯୁକ୍ତ ଗଣତାନ୍ତ୍ରିକ ମେଣ୍ଟ ଭାବେ ନାମିତ କରାଯାଇ ସର୍ବଦଳୀୟ ସରକାର ଦ୍ୱାରା ଶାସନ ଚାଲିଥିଲା। ସେତେବେଳେ ଏନ୍‌ପିଏଫ୍‌ର ୨୬ ବିଧାୟକଙ୍କ ସମେତ ଜଣେ ସ୍ବାଧୀନ ବିଧାୟକ ସରକାରରେ ଯୋଗଦେଇଥିଲେ।
ଏଥର ମଧ୍ୟ ସମସ୍ତ ଦଳ ସରକାରଙ୍କୁ ସମର୍ଥନ ଜଣାଇବାକୁ ନିଷ୍ପତ୍ତି ନେଇଛନ୍ତି। ୬୦ ଆସନ ବିଶିଷ୍ଟ ନାଗାଲାଣ୍ଡ ବିଧାନସଭାରେ ଏନ୍‌ଡିପିପି-ଭାଜପା ମେଣ୍ଟକୁ ୩୭ ଆସନ ମିଳିଛି। ଏହା ବ୍ୟତୀତ ଅନ୍ୟ ବିଧାୟକମାନେ ବାହାରୁ ସରକାରଙ୍କୁ ସମର୍ଥନ ଘୋଷଣା କରିଥିବାରୁ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ। ତେବେ ୩୭ ଆସନରେ ଆମେ ଠିକ୍‌ ଅଛୁ ବୋଲି ପାଟନ୍‌ କହିଛନ୍ତି। ନାଗାଲାଣ୍ଡ ନିର୍ବାଚନରେ ୮ଟି ଦଳ ଆସନ ଜିତିଛନ୍ତି। ଶରଦ ପାଓ୍ବାରଙ୍କ ଏନ୍‌ସିପି ୭ ଆସନ ଜିତି ତୃତୀୟ ସ୍ଥାନରେ ଥିବାବେଳେ ଏହା ରିଓ ସରକାରଙ୍କୁ ସମର୍ଥନ ଘୋଷଣା କରିଛି। ସେହିପରି ଏନ୍‌ପିପିର ୩ ବିଧାୟକ, ଲୋକ ଜନଶକ୍ତି ପାର୍ଟି- ରାମ ବିଳାସ ଏବଂ ରାମଦାସ ଅଠାଓ୍ବାଲେଙ୍କ ନେତୃତ୍ୱାଧୀନ ରିପବ୍ଲିକାନ ପାର୍ଟି ଅଫ୍‌ ଇଣ୍ଡିଆର ୨ ଜଣ ଲେଖାଏ ବିଧାୟକ ସରକାରଙ୍କ ସମର୍ଥନ ଜଣାଇଛନ୍ତି। ଏପରି କି ଜେଡିୟୁର ଏକମାତ୍ର ବିଧାୟକ ମଧ୍ୟ ରିଓ ସରକାରଙ୍କୁ ସମର୍ଥନ ଦେବେ ବୋଲି କହିଛନ୍ତି। ଉତ୍ତର-ପୂର୍ବାଞ୍ଚଳର ସମସ୍ତ ଦଳ ଶେଷରେ ଦେଶର ସର୍ବୋଚ୍ଚ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମର୍ଥନ ଜଣାଇବେ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri