Posted inଜାତୀୟ

ବର୍ଷିଲେ ଖାର୍ଗେ: କହିଲେ ‘ମୁଖ୍ୟମନ୍ତ୍ରୀଙ୍କୁ ବ୍ଲାକ୍‌ମେଲ କରି ସରକାର ଗଢ଼ିଛି ଭାଜପା’

କୋହିମା,୨୧।୨: ନାଗାଲାଣ୍ଡ ବିଧାନସଭା ନିର୍ବାଚନ ୨୦୨୩ ଲାଗି ଫେବୃଆରୀ ୨୭ରେ ମତଦାନ ହେବ। ଏହାପୂର୍ବରୁ ସମସ୍ତ ଦଳ ନିର୍ବାଚନ ପ୍ରଚାରରେ ବ୍ୟସ୍ତ ଅଛନ୍ତି। ଏହି କ୍ରମରେ କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ପହଞ୍ଚିଛନ୍ତି। ସେଠାରେ ସେ ଭାଜପା ବିରୋଧରେ ଅନେକ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ବ୍ଲାକମେଲ୍‌ କରି ଭାଜପା ସରକାର ଗଠନ କରିଥିବା ସେ କହିଛନ୍ତି।

ଚୁମୁକେଡିମାରେ ଦିଫୁପର ଗ୍ରାମରେ ଏକ ନିର୍ବାଚନୀ ସଭାକୁ ଉଦ୍‌ବୋଧନ ଦେଇ ଖାର୍ଗେ କହିଛନ୍ତି, ଗତ ୨୦ ବର୍ଷ ଧରି ନ୍ୟାଶନାଲିଷ୍ଟ ଡେମୋକ୍ରେଟିକ୍‌ ପ୍ରୋଗ୍ରେସିଭ ପାର୍ଟି(ଏନ୍‌ଡିପିପି), ନାଗା ପିପୁଲ୍ସ ଫ୍ରଣ୍ଟ (ଏନ୍‌ପିଏଫ) ଏବଂ ଭାରତୀୟ ଜନତା ପାର୍ଟି(ଭାଜପା) ରାଜ୍ୟକୁ ଲୁଟ କରିଛନ୍ତି। ଏବେ ନାଗାଲାଣ୍ଡର ଲୋକଙ୍କ ପାଇଁ ନ୍ୟାୟ ଏବଂ ଲୋକଙ୍କ ପାଇଁ କାର୍ଯ୍ୟ କରୁଥିବା ସରକାର ଆସିବାର ସମୟ ଆସିଛି।

ଖାର୍ଗେ ତାଙ୍କ ସମ୍ବୋଧନରେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ବ୍ଲାକମେଲ କରି ଭାଜପା ସରକାର ଗଠନ କରିଛି। କେବଳ ଏଠାରେ ନୁହେଁ, ଛଅରୁ ସାତୋଟି ରାଜ୍ୟରେ ସେମାନେ ବିଧାୟକଙ୍କ ଉପରେ ଚାପ ପକାଇ ସରକାର ଗଠନ କରିଛନ୍ତି। କର୍ନାଟକରେ ଆମର ଏକ ସଂଖ୍ୟାଗରିଷ୍ଠ ସରକାର ଥିଲା। ସେଠାରେ ସେ ବିଧାୟକ କିଣି ସରକାର ଗଠନ କରିଥିଲେ। ମଧ୍ୟପ୍ରଦେଶ, ମଣିପୁର, ଗୋଆ ଏବଂ ଉତ୍ତରାଖଣ୍ଡରେ ମଧ୍ୟ ଭାଜପା ଏଭଳି କରିଛି।

ତେବେ କଂଗ୍ରେସ ହିମାଚଳ ପ୍ରଦେଶ ଏବଂ ଛତିଶଗଡ଼ ଭଳି କ୍ଷମତାକୁ ଆସିଲେ ନାଗାଲାଣ୍ଡରେ ଥିବା ପୁରୁଣା ପେନସନ୍‌ ଯୋଜନାକୁ ଲାଗୁ କରାଯିବ। ସୁରକ୍ଷା ଏବଂ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ବୃଦ୍ଧି କରିବା ସହ ମାସକୁ ୩୦୦୦ ଟଙ୍କା ବୃଦ୍ଧାବସ୍ଥା ପେନ୍‌ସନ, ସହରାଞ୍ଚଳ ସ୍ଥାନୀୟ ମହିଳାମାନଙ୍କ ପାଇଁ ୩୩% ସଂରକ୍ଷଣ, ଚାକିରୀ କାର୍ଡଧାରୀଙ୍କ ପାଇଁ ଏମ୍‌ଏନ୍‌ଆର୍‌ଇଜିଏରେ ୧୦୦% ବେତନ ପ୍ରଦାନ, ଉଚ୍ଚଶିକ୍ଷା ପାଇଁ ୦% ଋଣ ଭଳି ଗ୍ୟାରେଣ୍ଟି ଦେବ ବୋଲି ଖାର୍ଗେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri