Posted inଜାତୀୟ

ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନେଫ୍ୟୁ ରିଓ, ଉପସ୍ଥିତ ରହିବେ ମୋଦି-ଶାହା

କୋହିମା,୭ ।୩: ନାଗାଲାଣ୍ଡ ରାଜନୀତିର ବରିଷ୍ଠ ନେତା ନେଫ୍ୟୁ ରିଓ ୭ ମାର୍ଚ୍ଚ ଅର୍ଥାତ୍ ମଙ୍ଗଳବାର ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି । ତେବେ ତାଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିବେ ବୋଲି ଜଣାପଡିଛି । ଅଧିକାରୀମାନେ ସୂଚନା ଦେଇଛନ୍ତି କି ନେଫ୍ୟୁ ରିଓ ସୋମବାର ଅର୍ଥାତ୍ ୬ ମାର୍ଚ୍ଚ ସନ୍ଧ୍ୟାରେ ସରକାର ଗଠନ କରିବାକୁ ଦାବି କରିଥିଲେ । ରାଜ୍ୟରେ ୨୭ ଫେବୃୟାରୀରେ ନିର୍ବାଚନ ହୋଇଥିଲା ଓ ୨ ମାର୍ଚ୍ଚରେ ତ୍ରିପୁରା ଓ ମେଘାଳୟ ସହ ଫଳାଫଳ ଘୋଷଣା କରାଯାଇଥିଲା ।
ନ୍ୟାଶନାଲିଷ୍ଟ ଡେମୋକ୍ରେଟିକ ପ୍ରୋଗ୍ରେସିଭ ପାର୍ଟି(ଏନଡିପିପି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ୬୦ ସଦସ୍ୟ ବିଶିଷ୍ଟ ରାଜ୍ୟ ବିଧାନସଭା ପାଇଁ ୪୦-୨୦ ଆସନ ଭାଗବଣ୍ଟା ଫର୍ମୁଲା ସହ ନିର୍ବାଚନ ଲଢିଥିଲେ ଓ ଲଗାତାର ଦ୍ୱିତୀୟଥର ଲାଗି ଶାସନ କ୍ଷମତାକୁ ଆସିଛନ୍ତି । ଏନଡିପିପି ଓ ଭାଜପା ନିର୍ବାଚନରେ କ୍ରମଶଃ ୨୫ ଓ ୧୨ ଆସରେ ବିଜୟ ହାସଲ କରିଛନ୍ତି ।
ସୂଚନାଯୋଗ୍ୟ, ମଙ୍ଗଳବାର ପ୍ରାୟ ଦିନ ୧ଟା ୩୦ରେ ହେବାକୁ ଯାଉଥିବା ଶପଥ ଗ୍ରହଣ ଉତ୍ସବରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହିବେ । ନାଗାଲାଣ୍ଡରେ ପ୍ରଥମଥର ଲାଗି ଏପରି ହେବାକୁ ଯାଇଛି ଯେ ରାଜ୍ୟ ମନ୍ତ୍ରୀପରିଷଦ ଶପଥ ଗ୍ରହଣ ସମାରୋହରେ କେନ୍ଦ୍ର ମନ୍ତ୍ରୀ ଉପସ୍ଥିତ ରହିବେ । ନେଫ୍ୟୁ ରିଓଙ୍କ ନେତୃତ୍ୱର ଏନଡିପିପି-ଭାଜପା ସରକାରଙ୍କ ଶପଥ ଗ୍ରହଣ ସେଠାକାର କ୍ୟାପିଟାଲ କଲଚର ହଲରେ ଅନୁଷ୍ଠିତ ହେବାକୁ ଥିବା ବେଳେ ସେଠାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri