ପର୍ଯ୍ୟଟନ ସ୍ଥଳ ହେବ ନଗଡ଼ା: ମନ୍ତ୍ରୀ ଘଡ଼ାଇ

କାଳିଆପାଣି,୧୭ା୫(ଡି.ଏନ.ଏ.): ଯାଜପୁର ଜିଲାର ନଗଡ଼ା ଏକଦା ଅପପୁଷ୍ଟିର ନିନ୍ଦା ମୁଣ୍ଡାଇଥିବାବେଳେ ଆଜି ପର୍ଯ୍ୟଟନସ୍ଥଳରେ ପରିଣତ ହେବାକୁ ଯାଉଛି। ଆଗାମୀ ଦିନରେ ପର୍ଯ୍ୟଟକମାନେ ପାହାଡ଼ ପାଦଦେଶରେ ଥିବା ସୁକିନ୍ଦାର ଆରାଧ୍ୟ ଦେବୀ ମା’ ଖଣ୍ଡୁରାଇଙ୍କ ଦର୍ଶନ କରିବେ। ଏହାପରେ ୬ କି.ମି. ପିଚୁ ରାସ୍ତାରେ ଯାଇ ପାହାଡ଼ ଶୀର୍ଷରେ ଥିବା ମହାଦେବଙ୍କ ଦର୍ଶନ କରିବା ସହ ମନୋରମ ଦୃଶ୍ୟକୁ ଉପଭୋଗ କରିବେ ବୋଲି ଗ୍ରାମ୍ୟ ଉନ୍ନୟନ ଓ ଦକ୍ଷତା ବିକାଶ ମନ୍ତ୍ରୀ ଇଂ. ପ୍ରୀତିରଞ୍ଜନ ଘଡ଼ାଇ ମହାଦେବ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ଏକଥା ପ୍ରକାଶ କରିଛନ୍ତି। ନଗଡ଼ା ଯିବା ରାସ୍ତାର ନାଲିଆଡ଼ାବାଠାରେ ମଙ୍ଗଳବାର ମହାଦେବ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଛି। ୩ ଦିନ ଧରି ପ୍ରତିଷ୍ଠା ଉତ୍ସବ ଚାଲିବାକୁ ଥିବାବେଳେ ପ୍ରଥମ ଦିନରେ ସ୍ଥାନୀୟ ଅଞ୍ଚଳର ୧ ହଜାରରୁ ଅଧିକ ମହିଳା ଯୋଗଦେଇଥିଲେ। ୫ରୁ ଊର୍ଦ୍ଧ୍ୱ ସଂକୀର୍ତ୍ତନ ଦଳ ସାମିଲ ହୋଇ ପ୍ରତିଷ୍ଠା ଉତ୍ସବକୁ ସରସ ସୁନ୍ଦର କରିଥିଲେ। ଶ୍ରମିକନେତା ନାରାୟଣ ଚନ୍ଦ୍ର ଧୀରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ପ୍ରତିଷ୍ଠା ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସମ୍ପାଦକ ବିଶ୍ବଜିତ ନାୟକ, ଟାଟା ଷ୍ଟିଲ ମାଇନିଂର ସହପ୍ରଶାସନିକ ମୁଖ୍ୟ ସଞ୍ଜୀବ ସାହୁ, ଫେକର ବେଦାନ୍ତ କମ୍ପାନୀର ଲଜେଷ୍ଟିକ ମୁଖ୍ୟ ଅଜୟ କୁମାର ପାତ୍ର, ଖଣି ପରିଚାଳକ ସାରସ୍ବତ ନନ୍ଦ, ସୁକିନ୍ଦା ବ୍ଲକ ଅଧ୍ୟକ୍ଷ ଦିବ୍ୟରଞ୍ଜନ ବରାଳ, ଉପାଧ୍ୟକ୍ଷା ଭାଗ୍ୟଲକ୍ଷ୍ମୀ ରାଉତ, ପୂର୍ବତନ ସୁକିନ୍ଦା ବ୍ଲକ ଅଧ୍ୟକ୍ଷା ଭଗବତୀ ମହାନ୍ତଙ୍କ ସହ ବହୁ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟମାନେ ସାମିଲ ହୋଇଥିଲେ। ନଗଡ଼ା ଅଞ୍ଚଳରେ କାହିଁ କେଉଁ କାଳରୁ ଶିବରାତ୍ରିରେ ଜାଗର ଯାତ୍ରା ୩ ଦିନ ଧରି ପାଳନ ହେଉଥିବାବେଳେ ମନ୍ତ୍ରୀ ଘଡ଼ାଇ ଓ ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ୨୦୧୯ରେ ନାଲିଆଡାବାଠାରେ ମହାଦେବ ମନ୍ଦିର ନିର୍ମାଣ ପାଇଁ ଉଦ୍ୟମ ହୋଇଥିଲା। ମନ୍ତ୍ରୀ ଘଡ଼ାଇଙ୍କ ବ୍ୟକ୍ତିଗତ ଉଦ୍ୟମରେ ମନ୍ଦିର ନିମାଣ କାର୍ଯ୍ୟ ୨ ବର୍ଷରେ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?