ପର୍ଯ୍ୟଟନ ସ୍ଥଳ ହେବ ନଗଡ଼ା: ମନ୍ତ୍ରୀ ଘଡ଼ାଇ

କାଳିଆପାଣି,୧୭ା୫(ଡି.ଏନ.ଏ.): ଯାଜପୁର ଜିଲାର ନଗଡ଼ା ଏକଦା ଅପପୁଷ୍ଟିର ନିନ୍ଦା ମୁଣ୍ଡାଇଥିବାବେଳେ ଆଜି ପର୍ଯ୍ୟଟନସ୍ଥଳରେ ପରିଣତ ହେବାକୁ ଯାଉଛି। ଆଗାମୀ ଦିନରେ ପର୍ଯ୍ୟଟକମାନେ ପାହାଡ଼ ପାଦଦେଶରେ ଥିବା ସୁକିନ୍ଦାର ଆରାଧ୍ୟ ଦେବୀ ମା’ ଖଣ୍ଡୁରାଇଙ୍କ ଦର୍ଶନ କରିବେ। ଏହାପରେ ୬ କି.ମି. ପିଚୁ ରାସ୍ତାରେ ଯାଇ ପାହାଡ଼ ଶୀର୍ଷରେ ଥିବା ମହାଦେବଙ୍କ ଦର୍ଶନ କରିବା ସହ ମନୋରମ ଦୃଶ୍ୟକୁ ଉପଭୋଗ କରିବେ ବୋଲି ଗ୍ରାମ୍ୟ ଉନ୍ନୟନ ଓ ଦକ୍ଷତା ବିକାଶ ମନ୍ତ୍ରୀ ଇଂ. ପ୍ରୀତିରଞ୍ଜନ ଘଡ଼ାଇ ମହାଦେବ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ଏକଥା ପ୍ରକାଶ କରିଛନ୍ତି। ନଗଡ଼ା ଯିବା ରାସ୍ତାର ନାଲିଆଡ଼ାବାଠାରେ ମଙ୍ଗଳବାର ମହାଦେବ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଛି। ୩ ଦିନ ଧରି ପ୍ରତିଷ୍ଠା ଉତ୍ସବ ଚାଲିବାକୁ ଥିବାବେଳେ ପ୍ରଥମ ଦିନରେ ସ୍ଥାନୀୟ ଅଞ୍ଚଳର ୧ ହଜାରରୁ ଅଧିକ ମହିଳା ଯୋଗଦେଇଥିଲେ। ୫ରୁ ଊର୍ଦ୍ଧ୍ୱ ସଂକୀର୍ତ୍ତନ ଦଳ ସାମିଲ ହୋଇ ପ୍ରତିଷ୍ଠା ଉତ୍ସବକୁ ସରସ ସୁନ୍ଦର କରିଥିଲେ। ଶ୍ରମିକନେତା ନାରାୟଣ ଚନ୍ଦ୍ର ଧୀରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ପ୍ରତିଷ୍ଠା ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସମ୍ପାଦକ ବିଶ୍ବଜିତ ନାୟକ, ଟାଟା ଷ୍ଟିଲ ମାଇନିଂର ସହପ୍ରଶାସନିକ ମୁଖ୍ୟ ସଞ୍ଜୀବ ସାହୁ, ଫେକର ବେଦାନ୍ତ କମ୍ପାନୀର ଲଜେଷ୍ଟିକ ମୁଖ୍ୟ ଅଜୟ କୁମାର ପାତ୍ର, ଖଣି ପରିଚାଳକ ସାରସ୍ବତ ନନ୍ଦ, ସୁକିନ୍ଦା ବ୍ଲକ ଅଧ୍ୟକ୍ଷ ଦିବ୍ୟରଞ୍ଜନ ବରାଳ, ଉପାଧ୍ୟକ୍ଷା ଭାଗ୍ୟଲକ୍ଷ୍ମୀ ରାଉତ, ପୂର୍ବତନ ସୁକିନ୍ଦା ବ୍ଲକ ଅଧ୍ୟକ୍ଷା ଭଗବତୀ ମହାନ୍ତଙ୍କ ସହ ବହୁ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟମାନେ ସାମିଲ ହୋଇଥିଲେ। ନଗଡ଼ା ଅଞ୍ଚଳରେ କାହିଁ କେଉଁ କାଳରୁ ଶିବରାତ୍ରିରେ ଜାଗର ଯାତ୍ରା ୩ ଦିନ ଧରି ପାଳନ ହେଉଥିବାବେଳେ ମନ୍ତ୍ରୀ ଘଡ଼ାଇ ଓ ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ୨୦୧୯ରେ ନାଲିଆଡାବାଠାରେ ମହାଦେବ ମନ୍ଦିର ନିର୍ମାଣ ପାଇଁ ଉଦ୍ୟମ ହୋଇଥିଲା। ମନ୍ତ୍ରୀ ଘଡ଼ାଇଙ୍କ ବ୍ୟକ୍ତିଗତ ଉଦ୍ୟମରେ ମନ୍ଦିର ନିମାଣ କାର୍ଯ୍ୟ ୨ ବର୍ଷରେ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri