ପୁଣି ନାଗାର୍ଜୁନ ବେଶ ସାମଗ୍ରୀ ଗାଏବ

ପୁରୀ ଅଫିସ,୨ା୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ଗାଏବ ଘଟଣା ପରେ ସୋମବାର ଜଣେ ସେବାୟତ କିଛି ବେଶ ସାମଗ୍ରୀ ନେଉଥିବା ଜଣାପଡ଼ିଥିଲା। ବାଘଛାଲ ଓ ଦୁଇଟି ଓଳମାଳ ଗାଏବ ହେବା ନେଇ ଆଲୋଚନା ଚାଲିଥିବାବେଳେ ମଙ୍ଗଳବାର କଦମ୍ବ କାଠି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପ୍ରଥମେ ଜଣେ ସେବକ ଏହାକୁ ନିଜ ଫେସ୍‌ବୁକ ଆକାଉଣ୍ଟରେ ପୋଷ୍ଟ କରିବା ପରେ ଏହି ଫଟୋ ମୋବାଇଲରୁ ମୋବାଇଲକୁ ଘୂରି ବୁଲୁଛି। ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଏହି କଦମ୍ବ କାଠିି ପାଇ ସେ ବେଶ୍‌ ଆନନ୍ଦିତ ବୋଲି ନିଜର ଭାବବ୍ୟକ୍ତ କରିଛନ୍ତି। ଏହି କାରଣରୁ ନାଗାର୍ଜୁନ ବେଶର ବିଭିନ୍ନ ଅଂଶ ବାହାରକୁ ଯାଇଥିବା ଚର୍ଚ୍ଚା ହେଉଛି।
ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଅନୁସାରେ ବେଶ ଓଲାଗି ପରେ ସିଂହାରୀ ସେବକମାନେ ନୀତି ପ୍ରଶାସକ ଓ କମାଣ୍ଡରଙ୍କ ଉପସ୍ଥିତିରେ ବେଶ ଦାଖଲ କରିଥିଲେ। ସମ୍ପୂର୍ଣ୍ଣ ବେଶକୁ ଶ୍ରୀମନ୍ଦିର ପରିସରସ୍ଥ ନୀଳାଦ୍ରି ମ୍ୟୁଜିୟମ୍‌ରେ ରଖାଯାଇଥିଲା। ମାତ୍ର ଶ୍ରୀମନ୍ଦିର ପ୍ରଶାସନ ହେପାଜତରେ ଥିବା ବେଶର ବିଭିନ୍ନ ଅଂଶ କିଭଳି ଗାଏବ ହେଉଛି ତାହାକୁ ନେଇ ଏବେ ପ୍ରଶ୍ନ ଉଠିଛି। ଚନ୍ଦ୍ର, ସୂର୍ଯ୍ୟ ଗାଏବ ଘଟଣାରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦୁଇଦିନ ପୂର୍ବରୁ ସିଂହଦ୍ୱାର ଥାନାରେ ମାମଲା ହୋଇଥିଲା। ଏବେ ପୁଣି ବେଶର ବିଭିନ୍ନ ଅଂଶ ବାହାରକୁ ଯାଉଥିବା ଅଭିଯୋଗ ପରେ ପ୍ରଶାସନ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହେଉଛି। ତେବେ ଏହି ଫଟୋ କେଉଁଠି ଉଠାଯାଇଛି ତାହା ଜଣାପଡ଼ିନାହିଁ। ଏ ସମ୍ପର୍କରେ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଗଣମାଧ୍ୟମକୁ କହିଛନ୍ତି ଯେ, ନାଗାର୍ଜୁନ ବେଶରେ ଲାଗିହୋଇଥିବା ଅଂଶ ମ୍ୟୁଜିୟମ୍‌ରେ ଅଛି। ବେଶର ବିଭିନ୍ନ ଅଂଶ ଗାଏବ ନେଇ ଯେଉଁ ଅଭିଯୋଗ ଆସୁଛି ସେ ସଂକ୍ରାନ୍ତରେ ମନ୍ଦିର କମାଣ୍ଡରଙ୍କୁ ରିପୋର୍ଟ ମଗାଯାଇଛି। ରିପୋର୍ଟ ଆସିଲେ ସବୁ ସ୍ପଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri